• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Sujit kumar Swain

ଧାଡ଼ି ପହଣ୍ଡିରେ ଆସି ରଥରେ ବିରାଜିଲେ ମହାବାହୁ । ପରେ ପରେ ଛେରା ପହଁରା ଆରମ୍ଭ କରିଛନ୍ତି ଗଜପତି ମହାରାଜା। ପ୍ରଥମେ ତାଳଧ୍ବଜ ରଥରେ ଛେରା ପହଁରା କଲେ ଗଜପତି । ଅପରାହ୍ନ ୫ଟାରେ ରଥ ଟାଣିବାକୁ ନୀତି ନିର୍ଘଣ୍ଟ ହୋଇଛି। 

ଏପଟେ ରଥାରୂଢ଼ ଠାକୁରଙ୍କ ଦର୍ଶନ ପାଇଁ ବଡ଼ଦାଣ୍ଡରେ ରାଷ୍ଟ୍ରପତି । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ରାଜ୍ୟପାଳ ରଘୁବର ଦାସ । ମୁଖ୍ୟମନ୍ତ୍ରୀ ମୋହନ ମାଝୀ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଉପସ୍ଥିତ । ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଉପସ୍ଥିତ ରହିଛନ୍ତି ।

 Live Updates: ରଥଯାତ୍ରା ୨୦୨୪ ଲାଇଭ ଅପଡେଟ୍ ଦେଖିବା ପାଇଁ ଏହି ଲିଙ୍କରେ କ୍ଲିକ୍ କରନ୍ତୁ...

ଛେରା ପହଁରା ସେବା କଣ ?

ବିଶ୍ୱପ୍ରସିଦ୍ଧ ରଥଯାତ୍ରାର ଅନ୍ୟତମ ମୁଖ୍ୟ ଆକର୍ଷଣ ହେଉଛି ପୁରୀ ଗଜପତି ମହାରାଜାଙ୍କ ଛେରା ପହଁରା ସେବା । ଶ୍ରୀଜିଉଙ୍କ ଏହି ସ୍ୱତନ୍ତ୍ର ନୀତିକୁ ଦେଖିବା ଲାଗି ଉଭୟ ସିଂହଦ୍ୱାର ଓ ଗୁଣ୍ଡିଚା ମନ୍ଦିର ଠାରେ ଲକ୍ଷାଧିକ ଭକ୍ତଙ୍କର ଜନ ସମାଗମ ହୋଇଥାଏ । ଗଜପତି ମହାରାଜାଙ୍କ ଛେରା ପହଁରା ନୀତି ମଧ୍ୟରେ ମୁଖ୍ୟତଃ ଦର୍ଶନ, ରାଜନୀତି, ବନ୍ଦାପନା, କର୍ପୂର ବର୍ତକ, ଚାମର, ଆଲଟ ସେବା, ପୟମାଳା ଗ୍ରହଣ ଆଦି ରହିଥାଏ ।

ତିନି ରଥ ଉପରେ ଶ୍ରୀ ବିଗ୍ରହମାନଙ୍କ ପହଣ୍ଡି ବିଜେ ହୋଇ ରଥାରୂଢ ହେବାପରେ ମୁଖ୍ୟ ବିଗ୍ରହମାନଙ୍କ ମଇଲମ ଓ ମାଳଫୁଲ, ଲାଗି ହୋଇଥାଏ । ଏହାପରେ ଶ୍ରୀମନ୍ଦିର ପ୍ରଶାସନ ତରଫରୁ ଜନୈକ ପଦାଧିକାରୀ, ଶ୍ରୀମନ୍ଦିର କମାଣ୍ଡର, ଆବଶ୍ୟକ ସଂଖ୍ୟକ ମନ୍ଦିର ପୁଲିସ ଏବଂ ସରକାରୀ ପୁଲିସ ଶ୍ରୀନଅରକୁ ଯାଇ ବିଧିବଦ୍ଧ ଭାବେ ଗଜପତି ମହାରାଜାଙ୍କୁ ଛେରା ପହଁରା ସେବା କରିବା ପାଇଁ ଖବର ପଠାଇଥାନ୍ତି । ଶ୍ରୀନଅରରେ ଖବର ପଂହଚିବା ପରେ ଗଜପତି ମହାରାଜା ରାଜକୀୟ ବେଶରେ ଆସି ଛେରା ପହଁରା କରିଥାନ୍ତି ।

ପଢନ୍ତୁ ଏହି ଖବର: Ratha Jatra 2024: ନନ୍ଦିଘୋଷ ରଥର କେତେକ ଜାଣିବା କଥା; କେତେ ଚକ, ଏହାର ନାଁ କ’ଣ…

ଛେରା ପହଁରା ନୀତି ନସରିବା ଯାଏଁ ଗଜପତି ମହାରାଜା ଉପବାସ ରହିବା ସଂଗେ ସଂଗେ ଶ୍ରୀନଅର ଅଗଣାରେ ରଖାଯାଇଥିବା କନକ ଦୁର୍ଗା ଠାକୁରାଣୀଙ୍କୁ ପ୍ରଣାମ କରି ହାତୀଦନ୍ତ ଓ ରୈାପ୍ୟ ନିର୍ମିତ ତାମଯାନରେ ବିଜେ କରିଥାନ୍ତି ।

ଶ୍ରୀନଅରରୁ ବିଜେ କରିବା ସମୟରେ ବେହେରା ଖୁଂଟିଆ ଆଗରେ ରହିଥାନ୍ତି , କାହାଳୀ ଓ ବଜନ୍ତରୀ ବାଦ୍ୟର ତାଳେତାଳେ ପଟୁଆର ଶୋଭାଯାତ୍ରାରେ ଗଜପତି ରଥ ଆଡକୁ ଆସୁଥିବା ବେଳେ ବଡଦାଣ୍ଡରେ ଅସଂଖ୍ୟ ଭକ୍ତ ହରିବୋଲ ଓ ହୁଳୁହୁଳି ଦେଇ ଠାକୁରମାନଙ୍କର ଜୟଜୟକାର କରିଥାନ୍ତି ।

OTV is now on Whatsapp

Join and get latest news update delivered to you via whatsapp

Join Now