Advertisment

ଆରମ୍ଭ ହେଲା ରଥଟଣା, ଗୁଣ୍ଡିଚା ମନ୍ଦିର ଅଭିମୁଖେ ଗଡ଼ିଲା ରଥ

ବଡ଼ଦାଣ୍ଡରେ ଅଟକି ରହିଥିବା ରଥ ଆଜି ପୁଣି ଥରେ ଗଡ଼ିଛି । ପ୍ରଥମେ ଗଡ଼ିଲା ବଡ଼ଠାକୁର ବଳଭଦ୍ରଙ୍କ ତାଳଧ୍ବଜ ରଥ । ମରିଚିକୋଟ ଛକରୁ ଗଡ଼ିଲା ପ୍ରଭୁ ବଳଭଦ୍ରଙ୍କ ତାଳଧ୍ବଜ।

ଅଦ୍ୟତନ ହୋଇଛି
Chariot Pulling Begins In Puri

Ratha jatra

Advertisment

ରତ୍ନବେଦୀରୁ ଜନ୍ମବେଦୀ । ଚାଲିଛି ଶ୍ରୀଜିଉଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା । ଭାଇ-ଭଉଣୀଙ୍କ ସହିତ ଶ୍ରୀଗୁଣ୍ଡିଚା ମନ୍ଦିର ଅଭିମୁଖେ ନବଦିନାତ୍ମକ ଯାତ୍ରାରେ ମହାପ୍ରଭୁ ଜଗନ୍ନାଥ । ବଡ଼ଦାଣ୍ଡରେ ଅଟକି ରହିଥିବା ରଥ ଆଜି ପୁଣି ଥରେ ଗଡ଼ିଛି । ପ୍ରଥମେ ଗଡ଼ିଲା ବଡ଼ଠାକୁର ବଳଭଦ୍ରଙ୍କ ତାଳଧ୍ବଜ ରଥ । ମରିଚିକୋଟ ଛକରୁ ଗଡ଼ିଲା ପ୍ରଭୁ ବଳଭଦ୍ରଙ୍କ ତାଳଧ୍ବଜ। ବଡ଼ ଠାକୁର ପ୍ରଭୁ ବଳଭଦ୍ରଙ୍କ ତାଳଧ୍ବଜ ରଥକୁ ଟାଣିଟାଣି ନେଉଛନ୍ତି ଶ୍ରଦ୍ଧାଳୁ । ଗତକାଲି ମରିଚିକୋଟ ଛକରେ ଅଟକି ରହିଥିଲା ବଡ଼ ଠାକୁରଙ୍କ ତାଳଧ୍ବଜ ରଥ ।

Advertisment

 Live Updates: ରଥଯାତ୍ରା ୨୦୨୪ ଲାଇଭ ଅପଡେଟ୍ ଦେଖିବା ପାଇଁ ଏହି ଲିଙ୍କରେ କ୍ଲିକ୍ କରନ୍ତୁ...

ବଡ଼ ଠାକୁରଙ୍କ ପଛେ ପଛେ ମା’ ସୁଭଦ୍ରାଙ୍କ ଦର୍ପଦଳନ ରଥ ଶ୍ରୀଗୁଣ୍ଡିଚା ମନ୍ଦିର ଅଭିମୁଖେ ଗଡ଼ିଛି । ଶେଷରେ ନନ୍ଦିଘୋଷ ରଥରେ ଆସୁଛନ୍ତି କାଳିଆ ସାଆନ୍ତ । ବିଶ୍ୱନିୟନ୍ତାଙ୍କ ନନ୍ଦିଘୋଷ ରଥକୁ ଟାଣି ଟାଣି ନେଉଛନ୍ତି ଶ୍ରଦ୍ଧାଳୁ । ଘଣ୍ଟଘଣ୍ଟା, ବାଦ୍ୟରେ ପ୍ରକମ୍ପିତ ହେଉଛି ବଡ଼ଦାଣ୍ଡ । ସେପଟେ ରଥରେ ୩ ଠାକୁରଙ୍କୁ ପାଇ ଭକ୍ତ ଭାବବିହ୍ୱଳ ହୋଇଛନ୍ତି ।

Advertisment

ସୂଚନା ଅନୁସାରେ ଏଥର ୫୩ ବର୍ଷ ପରେ ଦୁଇଦିନିଆ ରଥଟଣାର ବିରଳ ସଂଯୋଗ । ୧୯୭୧ ମସିହା ଭଳି ଗୋଟିଏ ଦିନରେ ନବଯୌବନ, ନେତ୍ରୋତ୍ସବ ସହ ଘୋଷଯାତ୍ରା ପଡ଼ୁଥିବାରୁ ଏଥର ସଅଳ ନୀତିକାନ୍ତିକୁ ଗୁରୁତ୍ବ ଦିଆଯାଇଥିଲା । ନବଯୌବନ, ନେତ୍ରୋତ୍ସବ ବିଧି ସାରି ସକାଳ ଧୂପରେ ବେଇଗି ବେଇଗି ଖେଚୁଡ଼ି ଭୋଗ ଖାଇ ତିନି ଠାକୁର ବଡ଼ଦାଣ୍ଡକୁ ଆସିବାକୁ ପ୍ରସ୍ତୁତ ହୋଇଥିଲେ ଚତୁର୍ଦ୍ଧାମୂର୍ତ୍ତି। ଏତିକି ବେଳେ ରଥ ପ୍ରତିଷ୍ଠା ପରେ ପରେ ଘଣ୍ଟ ଘଣ୍ଟା କାହାଳୀରେ କଂପି ଉଠିଲା ଶ୍ରୀମନ୍ଦିର। ନିର୍ଦ୍ଧାରିତ ସମୟ ପ୍ରାୟ ୨ ଘଣ୍ଟ ଆଗରୁ ଆରମ୍ଭ ହୋଇଯାଇଥିଲା ପହଣ୍ଡି । ପ୍ରଥମେ ଚକ୍ରରାଜ ସୁଦର୍ଶନଙ୍କ ପରେ ଟାହିଆ ହଲାଇ ଝୁଲି ଝୁଲି ବାଇଶି ପାହାଚ ଦେଇ ଓହ୍ଲାଇ ଆସିଥିଲେ ବଡ଼ଭାଇ ବଳଭଦ୍ର । ପଛେ ପଛେ ମା ସୁଭଦ୍ରା...ଆଉ ଶେଷରେ ଟାହିଆର ଅପୂର୍ବ ଦୋଳନରେ ସୁନ୍ଦର ପଦ, ହୁନ୍ଦର ଗତିରେ ନନ୍ଦିଘୋଷ ରଥକୁ ବିଜେ କରିଥିଲେ ଜଗତ ଠାକୁର ଜଗନ୍ନାଥ । ବଡ଼ଦାଣ୍ଡରେ ଖେଳି ଯାଇଥିଲା ଭାବର ଜୁଆର...ଭକ୍ତିର ଜୁଆର...ଉଚ୍ଛ୍ବାସର ଜୁଆର...

ଚତୁର୍ଦ୍ଧାମୂର୍ତ୍ତିଙ୍କୁ ରଥାରୁଢ଼ କରାଯିବା ପରେ ଶ୍ରୀଜିଉଙ୍କୁ ଦର୍ଶନ ପାଇଁଅନୁଗାମୀଙ୍କ ସହ ପହଞ୍ଚିଥିଲେ ଜଗଦ୍ଗୁରୁ ଶଙ୍କରାଚାର୍ଯ୍ୟ...ତାପରେ ଘୋଷଯାତ୍ରାର ଅନନ୍ୟ ପରମ୍ପରା ଛେରପହଁରା ନୀତି ସଂପାଦନ ପାଇଁ ଶ୍ରୀନଅରରୁ ସିଂହଦ୍ୱାର ଅଭିମୁଖେ ତାମଯାନରେ ଆସିଥିଲେ ଗଜପତି ମହାରାଜା ଦିବ୍ୟସିଂହ ଦେବ । ପ୍ରଥମେ ତାଳଧ୍ୱଜ, ତାପରେ ନନ୍ଦିଘୋଷ ଓ ଶେଷରେ ଦର୍ପଦଳନ ରଥରେ ଛେରପହଁରା ସହ ବନ୍ଦାପନା କରିଥିଲେ ଗଜପତି।

Advertisment

ପଢନ୍ତୁ ଏହି ଖବର: Ratha Jatra 2024: ଶ୍ରୀଜୀଉଙ୍କ ବାହୁଡ଼ାଯାତ୍ରାର ପାଳନ ବିଧି; ଦର୍ଶନରେ ମିଳେ ବୈକୁଣ୍ଠ ପ୍ରାପ୍ତି

ଏହା ପରେ ଆସିଥିଲା ସେଇ ବହୁ ପ୍ରତୀକ୍ଷିତ ମୁହୂର୍ତ୍ତ...ପ୍ରାୟ ସାଢ଼େ ୪ଟାରେ ଚାରମାଳ ଫିଟା, ଘୋଡ଼ା ଯୋଚା ଓ ସାରଥୀ ଲାଗିବା ପରେ ଅପରାହ୍ନ ୫ଟାରେ ଆରମ୍ଭ ହୋଇଥିଲା ରଥ ଟଣା । ଲକ୍ଷ ଲକ୍ଷ ଭକ୍ତଙ୍କ ଗହଳିରେ ଦରିଆରେ ପୋତଟିଏ ଭଳି ଭକ୍ତିର ବଡ଼ଦାଣ୍ଡରେ ଘର୍ଘର
ନାଦରେ ଗଡ଼ିଥିଲା ରଥ।

ପଢନ୍ତୁ ଏହି ଖବର: Ratha Jatra 2024: କାହିଁକି ହୁଏ ମହାପ୍ରଭୁଙ୍କ ଶ୍ରୀଗୁଣ୍ତିଚା ଯାତ ? ଜାଣନ୍ତୁ ରଥଯାତ୍ରାର ବିଧି ସମ୍ପର୍କିତ କିଛି ତଥ୍ୟ..

    Srimandir Ratha Jatra
    ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
    Here are a few more articles:
    ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ