Advertisment

Ratha Yatra 2025: ଆରମ୍ଭ ହେଲା ମହାପ୍ରଭୁଙ୍କ ପହଣ୍ଡି, ଝୁଲି ଝୁଲି ଆସୁଛନ୍ତି କାଳିଆ ସାଆନ୍ତ

ଶେଷରେ ଜଗତର ନାଥ ଜଗନ୍ନାଥ ଝୁଲି ଝୁଲି ଧାଡ଼ି ପହଣ୍ଡିରେ ଆସିଥିଲେ । ନନ୍ଦିଘୋଷ ରଥରେ ମହାପ୍ରଭୁ ଜଗନ୍ନାଥଙ୍କ ଦର୍ଶନ ପାଇଁ ଭକ୍ତିମାନଙ୍କ ମଧ୍ୟରେ ଅପୂର୍ବ ଉତ୍କଣ୍ଠା ସୃଷ୍ଟି ହୋଇଛି ।

ଅଦ୍ୟତନ ହୋଇଛି
ଶ୍ରୀଜଗନ୍ନାଥଙ୍କ ପହଣ୍ଡି

ଶ୍ରୀଜଗନ୍ନାଥଙ୍କ ପହଣ୍ଡି

Advertisment

ଆରମ୍ଭ ହେଲା ମହାପ୍ରଭୁ ଜଗନ୍ନାଥଙ୍କ ପହଣ୍ଡି । ଟାହିଆ ହଲେଇ ହଲେଇ ରତ୍ନବେଦୀରୁ ଭକ୍ତଙ୍କ ମେଳକୁ ଆସୁଛନ୍ତି ମଣିମା । ଧାଡ଼ି ପହଣ୍ଡିରେ ଝୁଲି ଝୁଲି ଆସୁଛନ୍ତି ମହାପ୍ରଭୁ । ଘଣ୍ଟଘଣ୍ଟା, ହରିବୋଲ, ହୁଳହୁଳିରେ ପ୍ରକମ୍ପିତ ବଡଦାଣ୍ଡ । ତେବେ ପ୍ରଥମେ ଚକ୍ରରାଜ ସୁଦର୍ଶନ ପହଣ୍ଡି ହୋଇ ଦେବୀ ସୁଭଦ୍ରାଙ୍କ ଦେବଦଳନ ରଥରେ ବିରାଜି ଥିଲେ । ଏହା ପରେ ବଡ଼ ଠାକୁର ଧାଡ଼ି ପହଣ୍ଡିରେ ଆସି ତାଳଧ୍ୱଜ ରଥରେ ବିରାଜିଥିଲେ । ଏହାପରେ ଦେବୀ ସୁଭଦ୍ରା ପହଣ୍ଡିରେ ଆସିଥିଲେ । ଆଉ ଶେଷରେ ଜଗତର ନାଥ ଜଗନ୍ନାଥ ଝୁଲି ଝୁଲି ଧାଡ଼ି ପହଣ୍ଡିରେ ଆସିଥିଲେ । ନନ୍ଦିଘୋଷ ରଥରେ ମହାପ୍ରଭୁ ଜଗନ୍ନାଥଙ୍କ ଦର୍ଶନ ପାଇଁ ଭକ୍ତିମାନଙ୍କ ମଧ୍ୟରେ ଅପୂର୍ବ ଉତ୍କଣ୍ଠା ସୃଷ୍ଟି ହୋଇଛି । ମଧ୍ୟାହ୍ନ ୧୨ଟା ୩୦ ସୁଦ୍ଧା ଦାରୁବିଗ୍ରହ ରଥାରୂଢ ହେବେ । ୨ଟା ୩୦ରୁ ୩ଟା ୩୦ ମଧ୍ୟରେ ଗଜପତି ମହାରାଜା କରିବେ ଛେରାପହଁରା। ଏହାପରେ ଚାରମାଳ ଫିଟାଯାଇ ଅପରାହ୍ନ ୪ଟାରେ ଟଣାଯିବ ରଥ ।

Advertisment

ସେପଟେ ରଥଯାତ୍ରା ପାଇଁ ସୁରକ୍ଷା ବଳୟରେ ରହିଛି ସାରା ପୁରୀ ସହର । ଜଳ, ସ୍ଥଳ ଓ ଆକାଶମାର୍ଗରୁ ନଜର ରହିଛି । ଏଥର ରଥଯାତ୍ରା ବେଳେ ମୁତୟନ ହେବେ NSG ସ୍ନାଇପର୍ସ, ଜଗିବେ ପ୍ରାୟ ୧୦ ହଜାର ପୋଲିସ । ଭୁବନେଶ୍ୱର ଓ କୋଣାର୍କରୁ ପୁରୀକୁ ସଂଯୋଗ କରୁଥିବା ରାସ୍ତା ସହ ସାରା ପୁରୀ ସହର ରହିବ AI ସିସିଟିଭି ନଜରରେ। ସବୁ ପ୍ରମୁଖ ସ୍ଥାନ ମାନଙ୍କୁ ମିଶାଇ ୨୭୫ଟି ସ୍ଥାନରେ ଲାଗିଛି CCTV। ଆଣ୍ଟି ଡ୍ରୋନ୍ ସିଷ୍ଟମ ଓ ଡଗ୍ ସ୍କ୍ବାଡ୍ ବି ତୀକ୍ଷଣ ନଜର ରଖିଛନ୍ତି। ବିଏସଏଫ୍, ସିଆରପିଏଫ ଓ ରାପିଡ୍ ଆକ୍ସନ ଫୋର୍ସକୁ ମିଶାଇ ୮ କଂପାନି ଫୋର୍ସ ରଥଯାତ୍ରାରେ ନିୟୋଜିତ ହେବେ। ସୁରକ୍ଷା ଓ ଶୃଙ୍ଖଳା ବ୍ୟବସ୍ଥାକୁ ୮ଟି ଭାଗରେ ଭାଗ କରିଛି ପୋଲିସ। ଉପକୂଳରେ ତଟରକ୍ଷୀ, ମେରାଇନ ପୋଲିସ ପାଟ୍ରୋଲିଂ କରୁଛନ୍ତି।

ଅଧିକ ପଢ଼ନ୍ତୁ: ରଥଯାତ୍ରା ପାଇଁ ସୁରକ୍ଷା ବଳୟରେ ପୁରୀ, ସହର ସାରା ପଇଁତରା ମାରୁଛି ଡ୍ରୋନ୍‌

Advertisment
Odisha News Puri Ratha Jatra Ratha Yatra
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ