Advertisment

‘ରଥଯାତ୍ରାକୁ ନେଇ ଗଜପତିଙ୍କ ପରାମର୍ଶ ସରକାର ପାଳନ କରିବେ’

ଗଜପତିଙ୍କ ସାକ୍ଷାତ ସମ୍ପର୍କରେ ଆଇନ ମନ୍ତ୍ରୀ ସୂଚନା ଦେଇ କହିଛନ୍ତି- ଗଜପତି ଶୃଙ୍ଖଳିତ ନୀତିକାନ୍ତି ନେଇ ପରାମର୍ଶ ଦେଇଛନ୍ତି, ତାହା ସରକାର ପାଳନ କରିବେ।

Mohan Majhi

Mohan Majhi

Advertisment

ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଭେଟିଲେ ମହାପ୍ରଭୁ ଜଗନ୍ନାଥଙ୍କ ଆଦ୍ୟ ସେବକ ଗଜପତି ମହାରାଜ ଦିବ୍ୟସିଂହ ଦେବ। ଆଗାମୀ ରଥଯାତ୍ରାର ଅବ୍ୟବହିତ ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଆଲୋଚନା ଶୃଙ୍ଖଳିତ ରଥଯାତ୍ରା ନୀତିକାନ୍ତିଠୁ ରତ୍ନଭଣ୍ଡାର ଖୋଲାଯିବା ନେଇ ଆଲୋଚନା କରିଛନ୍ତି ଗଜପତି। ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ ସମୟରେ ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ମଧ୍ୟ ଉପସ୍ଥିତ ଥିଲେ।

Advertisment

ଆଲୋଚନା ପରେ ଗଜପତି ମହାରାଜା କହିଛନ୍ତି- ଏଥରର ରଥଯାତ୍ରା ୧୯୭୧ ମସିହା ଭଳି ପଡୁଛି। ଗୋଟିଏ ଦିନରେ ଦୁଇ ଦିନର ନୀତିକାନ୍ତି ହେବ। ତେଣୁ ରଥଯାତ୍ରା ନୀତିକାନ୍ତି କିଭଳି ସୁରୁଖୁରୁରେ ହେବ ସେନେଇ ଆଲୋଚନା ହେଲା। ଅପରାହ୍ନ ୫ ଟାରେ ରଥଟଣା ଯିବାକୁ ନୀତି ନିର୍ଘଣ୍ଟ ହୋଇଥିବାରୁ ସେଦିନ ଶ୍ରୀମନ୍ଦିରରେ ଭକ୍ତଙ୍କ ଦର୍ଶନ ସମ୍ପୂର୍ଣ୍ଣ ବନ୍ଦ ରଖାଯିବ ବୋଲି କହିଛନ୍ତି ଗଜପତି।

ସେପଟେ ଗଜପତିଙ୍କ ସାକ୍ଷାତ ସମ୍ପର୍କରେ ଆଇନ ମନ୍ତ୍ରୀ ସୂଚନା ଦେଇ କହିଛନ୍ତି- ଗଜପତି ଶୃଙ୍ଖଳିତ ନୀତିକାନ୍ତି ନେଇ ପରାମର୍ଶ ଦେଇଛନ୍ତି, ତାହା ସରକାର ପାଳନ କରିବେ। ରାଷ୍ଟ୍ରପତିଙ୍କ ଗସ୍ତ ଓ ରତ୍ନଭଣ୍ଡାର ଖୋଲିବା ନେଇ ବି ଆଲୋଚନା ହୋଇଛି। ରତ୍ନଭଣ୍ଡାର କେବେ ଖୋଲାଯିବ ସେ ନେଇ ସରକାର ଶୀଘ୍ର ସୂଚନା ଦେବେ।

Advertisment

ତେବେ ଏପଟେ ଜ୍ୱରରେ ଆକ୍ରାନ୍ତ ଶ୍ରୀଜିଉମାନଙ୍କୁ ଆସନ୍ତାକାଲି ଏକାଦଶୀ ତିଥିରେ ଲାଗି ହେବ ଦଶମୂଳ ମୋଦକ। ଅତ୍ୟନ୍ତ ନିଷ୍ଠା ଓ ପବିତ୍ରତାର ସହ ରାଜବୈଦ୍ୟଙ୍କ ଘରେ ପ୍ରସ୍ତୁତ ଦଶମୂଳ ମୋଦକ ଶ୍ରୀମନ୍ଦିରରେ ପହଞ୍ଚିଛି। ଗମ୍ଭାରୀ, ବେଲ, ପାଟଳୀ, କୃଷ୍ଣପର୍ଣ୍ଣି, ଶାଳପର୍ଣ୍ଣୀ, ଅଙ୍କରାନ୍ତି, ଗୋଖରା ପରି ବିଭିନ୍ନ ପ୍ରକାରର ଆୟୁର୍ବେଦ ଚେରମୂଳରେ ପ୍ରସ୍ତୁତ ହୋଇଛି ଏହି ଦଶମୂଳ ମୋଦକ। ଆଜି ଚକାବିଜେ ନୀତି ପରେ ଆସନ୍ତାକାଲି ଏହି ଦଶମୂଳ ମୋଦକ ଖାଇ ସମ୍ପୂର୍ଣ୍ଣ ସୁସ୍ଥ ହେବେ ଚତୁର୍ଦ୍ଧାମୂରତୀ।

ସେହିଭଳି ରଥଖଳାରେ ତିନି ରଥର ନିର୍ମାଣ କାର୍ଯ୍ୟ ବି ସରି ସରି ଆସୁଛି। ବିଶ୍ବକର୍ମା ମହାରଣାମାନେ ଏବେ ରଥର ସିଂହାସନ ଓ ପ୍ରଭା ନିର୍ମାଣରେ ଲାଗିଥିବାବେଳେ ଚିତ୍ରକାର ସେବକ ହଂସ ପଟା, ଶିଖର ଡମ୍ବରୁ, ଅଁଳା ସହ ପାର୍ଶ୍ୱ ଦେବ ଦେବୀଙ୍କ ମୂର୍ତ୍ତିରେ ରଙ୍ଗ କାର୍ଯ୍ୟ ଶେଷ କରି ରଥ ଚକ, କୋଣ ଗୁଜ ଓ ପଟା ଗୁଜରେ ରଙ୍ଗ କାର୍ଯ୍ୟ ଚଳାଇଛନ୍ତି।

Advertisment

Srimandir Lord Jagannath Puri Temple Ratha Jatra Ratha Yatra
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ