Advertisment

Ratha Jatra 2024: କିପରି ହୁଏ ଅଧରପଣା ନୀତି; ଜାଣନ୍ତୁ ଏଥିରେ ମିଶେ କେଉଁ ସାମଗ୍ରୀ

ଶ୍ରୀମନ୍ଦିରର ବିଭିନ୍ନ ଭୋଗ ମଧ୍ୟରେ ପଣା ଭୋଗ ଅନ୍ୟତମ। ତେବେ ରଥ ଉପରେ ଅନୁଷ୍ଠିତ ଅଧରପଣା ହେଉଛି ସର୍ବବୃହତ ପଣା ଭୋଗ। ସୁନାବେଶ ପରଦିନ ତିନିରଥ ଉପରେ ଅଧରପଣା ନୀତି ସଂପନ୍ନ ହୋଇଥାଏ। ଏହାର ରହସ୍ୟ କ’ଣ ଆସନ୍ତୁ ଜାଣିବା।

ଅଦ୍ୟତନ ହୋଇଛି
Ratha Jatra 2024 adharapana niti know about the ingredients of pana

Ratha Jatra 2024 adharapana niti know about the ingredients of pana

Advertisment

ମହାପ୍ରଭୁଙ୍କ ବିଭିନ୍ନ ଭୋଗ ମଧ୍ୟରେ ପଣା ଭୋଗ ଅନ୍ୟତମ। ପଣା ଭୋଗ ଠାକୁରଙ୍କ ଦୈନଦିନ ନୀତି ସମେତ କେତେକ ବିଶେଷ ପର୍ବପର୍ବାଣିରେ ମଧ୍ୟ ହୋଇଥାଏ। ଏହାର ଅନ୍ୟ ଏକ ନାମ ହେଲା ‘ପ୍ରପାଣକ’। ଏହି ନାମ ଅପଭ୍ରଂଶରେ ପ୍ରପାନକ ବା ପଣା ନାମରେ ପରିଚିତ ହୋଇଛି। ମାଦଳାପାଞ୍ଜି ତଥ୍ୟ ଅନୁସାରେ ଅତୀତରେ ଶ୍ରୀମନ୍ଦିରରେ ପଣା ପ୍ରସ୍ତୁତ କରୁଥିବା ସେବକଙ୍କୁ ‘ପଣା ସୁଆର ସେବକ’ କୁହାଯାଉଥିଲା।

Advertisment

ସାଧାରଣତଃ ଶ୍ରୀମନ୍ଦିର ଭୋଗ ପରମ୍ପରା ମଧ୍ୟରେ ତିନିପ୍ରକାର ପଣା ଭୋଗ ହୋଇଥାଏ। ତାହା ହେଲା ଦୈନଦିନ ପଣା, ଅଣସର ପଣା ଓ ଅଧରପଣା। ତେବେ ରଥ ଉପରେ ଅନୁଷ୍ଠିତ ଅଧରପଣା ହେଉଛି ସର୍ବବୃହତ ପଣା ଭୋଗ। ସୁନାବେଶ ପରଦିନ ତିନିରଥ ଉପରେ ଅଧରପଣା ନୀତି ସଂପନ୍ନ ହୋଇଥାଏ।  ଆଷାଢ଼ ଶୁକ୍ଳପକ୍ଷ ଦ୍ୱାଦଶୀ ତିଥିରେ ଏହି ନୀତି କରାଯାଇଥାଏ।

ପଢନ୍ତୁ ଏହି ଖବର: Ratha Jatra 2024: ନୀଳାଦ୍ରିବିଜେରେ ସରେ ଜନ୍ମବେଦି ଲୀଳା; ଏମିତି ହୁଏ ଲକ୍ଷ୍ମୀ-ନାରାୟଣ କଳି

Advertisment

    ମଧ୍ୟାହ୍ନ ଧୂପ ଶେଷ ହେବାପରେ ଓ ସନ୍ଧ୍ୟା ଆଳତି ପୂର୍ବରୁ ଅଧରପଣା ନୀତି ଅନୁଷ୍ଠିତ ହୋଇଥାଏ। ଶ୍ରୀବିଗ୍ରହମାନଙ୍କର ଶ୍ରୀଅଧର ଉଚ୍ଚତା ବିଶିଷ୍ଟ ଲାଉତୁମ୍ବ ଭଳି ସ୍ୱତନ୍ତ୍ର ଶୈଳୀରେ ନିର୍ମିତ ମାଟିହାଣ୍ଡିରେ ପଣା ସବୁକୁ ରଥ ଉପରେ ରଖାଯାଏ। ହାଣ୍ଡିଗୁଡ଼ିକର ବର୍ଣ୍ଣ ଈଷତ୍ ଲାଲ ରଙ୍ଗର ହୋଇଥାଏ। ଶ୍ରୀଜଗନ୍ନାଥଙ୍କ ଅଧର ହାଣ୍ଡିର ଉଚ୍ଚତା ୫ ଫୁଟ, ଶ୍ରୀବଳଭଦ୍ରଙ୍କର ୪.୧/୨ ଫୁଟ, ସୁଭଦ୍ରା ଦେବୀଙ୍କର ୪ ଫୁଟ। ହାଣ୍ଡିର ମୁହଁ ବା ଫାନ୍ଦ ୧୫ ଇଞ୍ଚ ବିଶିଷ୍ଟ ହୋଇଥାଏ।

    ପ୍ରତି ରଥରେ ୩ ହାଣ୍ଡି ହିସାବରେ ମୋଟ ୯ ହାଣ୍ଡି ଅଧରପଣା ଭୋଗ କରାଯାଇଥାଏ। ଏହି ୯ ହାଣ୍ଡି ପଣାକୁ ପୂଜାପଣ୍ଡା ସେବକମାନେ ପଞ୍ଚୋପଚାର ପଦ୍ଧତିରେ ଶ୍ରୀବିଗ୍ରହମାନଙ୍କୁ ଅର୍ପଣ କରିଥାନ୍ତି। ଭୋଗ ହେବା ପରେ ପଣା ଥିବା ହାଣ୍ଡିଗୁଡ଼ିକୁ ରଥ ଉପରେ ଭାଙ୍ଗି ଦିଆଯାଏ। ରଥଗୁଡ଼ିକରେ ଥିବା ପାର୍ଶ୍ୱଦେବଦେବୀ, ଚଣ୍ଡିଚାମୁଣ୍ଡା ତଥା ଅଶରୀରୀମାନଙ୍କ ଉଦ୍ଧାର ନିମନ୍ତେ ପଣା ହାଣ୍ଡି ସବୁକୁ ଭୋଗ ହେବା ପରେ ଭାଙ୍ଗି ଦିଆଯିବାର ବିଧି ରହିଛି।

    Advertisment

    ସାଧାରଣତଃ କ୍ଷୀର, ପାଣି, ସର, ଛେନା, କର୍ପୂର, ନବାତ, ଗୋଲମରିଚ, ଅଳେଇଚ ଓ ପାଚିଲାକଦଳୀ ଇତ୍ୟାଦି ସାମଗ୍ରୀରେ ଅଧରପଣା ପ୍ରସ୍ତୁତ ହୋଇଥାଏ। ଦୁଇଗୋଟି ମଠ ଓ ଶ୍ରୀମନ୍ଦିର ପ୍ରଶାସନ ତରଫରୁ ଅଧର ପଣା ନିମନ୍ତେ ଆବଶ୍ୟକ ସାମଗ୍ରୀ ଯୋଗାଇ ଦିଆଯାଏ।

    ସ୍ୱତଲିପି ଅନୁଯାୟୀ ବାହୁଡ଼ା ଦଶମୀ ଦିନ ରଥ ସିଂହଦ୍ୱାର ନିକଟରେ ପହଞ୍ଚିବା ପରେ 'ଅଧରପଣା' ଭୋଗ ହେବା କଥା। କିନ୍ତୁ ସମୟ ଅଭାବରୁ ଏହା ଏକାଦଶୀ ଦିନ ଅନୁଷ୍ଠିତ ହୋଇଥାଏ। ହେଲେ ଏକାଦଶୀ ଦିନ ମଧ୍ୟ ଏହି ନୀତି ହୋଇ ନ ପାରି ଅନେକ ବର୍ଷ ଧରି ଦ୍ୱାଦଶୀ ତିଥିରେ ଭୋଗ କରାଯାଉଛି।

    ପଢନ୍ତୁ ଏହି ଖବର: Ratha Jatra 2024: ଶ୍ରୀଜୀଉଙ୍କ ବାହୁଡ଼ାଯାତ୍ରାର ପାଳନ ବିଧି; ଦର୍ଶନରେ ମିଳେ ବୈକୁଣ୍ଠ ପ୍ରାପ୍ତି

      ଗବେଷକଙ୍କ ମତରେ ଓଡ଼ିଆ ମଠରୁ ପ୍ରାପ୍ତ ସନନ୍ଦକୁ ଆଧାର କରି ଉଲ୍ଲେଖ କରିଛନ୍ତି ଯେ, ପୂର୍ବେ ବାହୁଡା ଦଶମୀ ଦିନ ତିନି ହାଣ୍ଡି, ଏକାଦଶୀରେ ତିନି ହାଣ୍ଡି ଓ ଦ୍ଵାଦଶୀ ଦିନ ତିନି ହାଣ୍ଡି ଏହିପରି ନଅ ହାଣ୍ଡି ଅଧର ପଣା ଭୋଗ ହୁଏ।

      ତେବେ ଅନନ୍ୟ ଏ ଅଧରପଣା ନୀତି ପଛରେ ରହିଛି ଗୁଢ ତତ୍ତ୍ୱ। ପାପୀ, ତପି, ମ୍ଳେଚ୍ଛ, ଦୀନ, ଯବନ ଉଦ୍ଧାର ପାଇଁ ରଥଯାତ୍ରାର ଶେଷରେ ଜନସମାଜକୁ ଅମୃତର ପାନ ପାଇଁ ଅଧରପଣା ନୀତି ବୋଲି ଜଗନ୍ନାଥ ସଂସ୍କୃତି ଗବେଷକ କୁହନ୍ତି।

      ପଣା ବ୍ୟବସ୍ଥାର ରହସ୍ୟ:

      ବଳଭଦ୍ରଙ୍କୁ ତାରା, ସୁଭଦ୍ରାଙ୍କୁ ଭୁବନେଶ୍ୱରୀ ଓ ଜଗନ୍ନାଥଙ୍କୁ ମହାକାଳୀ ଭାବେ ତାନ୍ତ୍ରିକ ଓ ଶକ୍ତି ଉପାସକମାନେ ପୂଜା କରିଥାଆନ୍ତି। ତେଣୁ ଏହି ନବଦିନାତ୍ମକ ରଥଯାତ୍ରାକୁ ତନ୍ତ୍ରର ପୂଜା ବୋଲି କୁହାଯାଏ। ଖାଲି ସେତିକି ନୁହେଁ, ତନ୍ତ୍ରର ପ୍ରଭାବ ଜଗନ୍ନାଥଙ୍କ ସଂସ୍କୃତିରେ ରହିଥିବାରୁ ପ୍ରତି ରଥରେ ୯ ଜଣ ଲେଖାଏଁ ପାର୍ଶ୍ୱ ଦେବଦେବୀ ରହିଥାଆନ୍ତି। ଅଧରପଣା ବେଳେ ପ୍ରତି ରଥରେ ତିନି ତିନୋଟି କରି ମୋଟ ନଅଟି ହାଣ୍ଡି ପଣା ମହାପ୍ରଭୁଙ୍କୁ ମଣୋହି ହୋଇଥାଏ ବୋଲି କୁହାଯାଏ।

      ଦେବସ୍ନାନ ପୂର୍ଣ୍ଣିମାଠାରୁ ଶ୍ରୀଗୁଣ୍ଡିଚା ଉତ୍ସବ ଆରମ୍ଭ ହୋଇ ନୀଳାଦ୍ରିବିଜେରେ ସମାପ୍ତ ହୋଇଥାଏ। ଦେବତାମାନଙ୍କଠାରୁ ଉତ୍ସବ ଆରମ୍ଭ ହୋଇ ଅଶରୀରୀମାନଙ୍କ ପାଖରେ ସରିଥାଏ। ଦେବସ୍ନାନ ଉତ୍ସବରେ ମହାପ୍ରଭୁ ଦେବତା, ଯକ୍ଷ, ଗନ୍ଧର୍ବ ଆଦିଙ୍କୁ ଦର୍ଶନ ଦେଇ କୃତାର୍ଥ କରୁଥିବା ବେଳେ ଦ୍ୱିତୀୟ ଭାଗରେ ଶ୍ରୀଗୁଣ୍ଡିଚାରେ ରଥରେ ବସି ମନୁଷ୍ୟ, ପଶୁ ଯୋନିରେ ଜନ୍ମଗ୍ରହଣ କରିଥିବା ସମସ୍ତ ପ୍ରାଣୀଙ୍କୁ ଦର୍ଶନ ଦେଇ ପତିତ ଉଦ୍ଧାର କରିଥାଆନ୍ତି। ରଥଯାତ୍ରା ଶେଷଭାଗରେ ମହାପ୍ରଭୁ ମଧୁର ଅଧରରେ ପଣାହାଣ୍ଡି ସ୍ପର୍ଶ କରି ଏହାକୁ ଅଶରୀରୀ ଓ ପ୍ରେତମାନଙ୍କ ଉଦ୍ଦେଶ୍ୟରେ ସମର୍ପଣ କରି ଉଦ୍ଧାର କରିଥାଆନ୍ତି।

      ପଢନ୍ତୁ ଏହି ଖବର: Ratha Jatra 2024: ନନ୍ଦିଘୋଷ ରଥର କେତେକ ଜାଣିବା କଥା; କେତେ ଚକ, ଏହାର ନାଁ କ’ଣ

      Lord Jagannath Puri Srimandir Ratha Jatra Adhara Panda Ratha Yatra
      ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
      Here are a few more articles:
      ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ