Advertisment

Ratha Jatra 2024: ନୀଳାଦ୍ରିବିଜେରେ ସରେ ଜନ୍ମବେଦି ଲୀଳା; ଏମିତି ହୁଏ ଲକ୍ଷ୍ମୀ-ନାରାୟଣ କଳି

ମହାପ୍ରଭୁ ରଥରୁ ଓହ୍ଲାଇ ରତ୍ନ ସିଂହାସନ ବେଦୀକୁ ଯିବା ନୀତି ପରମ୍ପରାକୁ ନୀଳାଦ୍ରିବିଜେ କୁହାଯାଏ। ଠାକୁରଙ୍କ ନଅଦିନ ବ୍ୟାପୀ ରଥଯାତ୍ରାର ଅନ୍ତିମ ପର୍ଯ୍ୟାୟ ହେଉଛି ନୀଳାଦ୍ରିବିଜେ। ପରମ୍ପରା ଅନୁଯାୟୀ ଠାକୁରମାନଙ୍କ ସୁନାବେଶ ଓ ଅଧରପଣା ପରଦିନ ଶ୍ରୀବିଗ୍ରହମାନେ ଗୋଟି ପହଣ୍ଡିରେ ଶ୍ରୀମନ୍ଦିରକୁ ବିଜେ କରି ରତ୍ନ ସିଂହାସନରେ ଅଧିଷ୍ଠିତ ହୋଇଥାନ୍ତି।

ଅଦ୍ୟତନ ହୋଇଛି
Ratha Jatra 2024 the unique rituals of Niladribije

Ratha Jatra 2024 the unique rituals of Niladribije

Advertisment

ମହାପ୍ରଭୁ ରଥରୁ ଓହ୍ଲାଇ ରତ୍ନ ସିଂହାସନ ବେଦୀକୁ ଯିବା ନୀତି ପରମ୍ପରାକୁ ନୀଳାଦ୍ରିବିଜେ କୁହାଯାଏ। ଠାକୁରଙ୍କ ନଅଦିନ ରଥଯାତ୍ରାର ଅନ୍ତିମ ପର୍ଯ୍ୟାୟ ହେଉଛି ନୀଳାଦ୍ରିବିଜେ। ପରମ୍ପରା ଅନୁଯାୟୀ ଠାକୁରମାନଙ୍କ ସୁନାବେଶ ଓ ଅଧରପଣାର ପରଦିନ ଶ୍ରୀବିଗ୍ରହମାନେ ଗୋଟି ପହଣ୍ଡିରେ ଶ୍ରୀମନ୍ଦିରକୁ ବିଜେ କରି ରତ୍ନ ସିଂହାସନରେ ଅଧିଷ୍ଠିତ ହୋଇଥାନ୍ତି। ଏହି ନୀଳାଦ୍ରିବିଜେ ନୀତିରେ ସରେ ମହାପ୍ରଭୁଙ୍କ ଜନ୍ମବେଦି ଲୀଳା।

Advertisment

ଏକାଦଶୀ ଦିନ ସୁନାବେଶ, ଦ୍ୱାଦଶୀରେ ଅଧରପଣା ଓ ତ୍ରୟୋଦଶୀ ତିଥିରେ ନୀଳାଦ୍ରିବିଜେ ହୋଇଥାଏ। ଏହି ପରମ୍ପରା ଦୀର୍ଘ ଅନେକ ବର୍ଷ ଧରି ହୋଇଆସୁଛି। ନୀଳାଦ୍ରିବିଜେ ପୂର୍ବରୁ ଶ୍ରୀମନ୍ଦିର ପ୍ରଶାସନ ଦଇତାପତି ନିଯୋଗ ସହ ଏ ସମ୍ବନ୍ଧରେ ଆଲୋଚନା କରାଯାଇ ପହଣ୍ଡି ହୋଇଥାଏ।

ପଢନ୍ତୁ ଏହି ଖବର: Ratha Jatra 2024: କିପରି ହୁଏ ଅଧରପଣା ନୀତି; ଜାଣନ୍ତୁ ଏଥିରେ ମିଶେ କେଉଁ ସାମଗ୍ରୀ

Advertisment

    ଗୁରୁତ୍ୱପୂର୍ଣ୍ଣ ନୀତି:

    ନୀଳାଦ୍ରିବିଜେ ଦିନ ରଥ ଉପରେ ଠାକୁରମାନଙ୍କର ସନ୍ଧ୍ୟା ଧୂପ ନୀତି ସରିବା ପରେ ପ୍ରତି ରଥରେ ଚାରମାଳ ବନ୍ଧାଯାଏ। ଏହାପରେ ଦର୍ଶନ ପାଇଁ କିଛି ସମୟ ଭକ୍ତମାନଙ୍କୁ ରଥ ଉପରକୁ ଛଡା ଯାଇଥାଏ। ଏହା ପରେ ବିଜେ କାହାଳି ବାଜେ ଓ ପରେ ବନ୍ଦାପନା ଓ ଡୋରି ଲାଗି ନୀତି ହୋଇଥାଏ।

    ପୁଷ୍ପାଳକ ମହାଜନମାନେ ସର୍ବପ୍ରଥମେ ମଦନମୋହନ ଓ ରାମକୃଷ୍ଣ ବିଗ୍ରହଙ୍କୁ ଧରି ଦକ୍ଷିଣି ଘରକୁ ବିଜେ କରାନ୍ତି। ଏହା ପରେ ଗୋଟି ପହଣ୍ଡିରେ ପ୍ରଥମେ ସୁଦର୍ଶନ, ପରେ ବଳଭଦ୍ର ଓ ସୁଭଦ୍ରାଙ୍କ ପହଣ୍ଡି ହୋଇ ଗମ୍ଭୀରାକୁ ବିଜେ କରାଯାଏ। ପହଣ୍ଡି ବିଜେ ପୂର୍ବରୁ ରତ୍ନସିଂହାସନ ତ୍ରିମୁଣ୍ଡିରେ ଚାନ୍ଦୁଆ ବନ୍ଧାଯାଏ ଓ ଅଖଣ୍ଡ ବଇଠା ବସେ। ଠାକୁରମାନେ ପହଣ୍ଡିରେ ଆସିବାବେଳେ ମନ୍ଦିର ପରିସରସ୍ଥ ଶୁଆଶାରୀ ଦେଉଳଠାରେ ପ୍ରସାଦ ଲାଗି, ଘସା, ବିଡିଆ ମଣୋହି ଓ ବନ୍ଦାପନା ନୀତି ହୋଇଥାଏ। ଜଗମୋହନଠାରେ ମଧ୍ୟ ଏହି ନୀତି ହୋଇଥାଏ।

    Advertisment

    ଲକ୍ଷ୍ମୀ-ନାରାୟଣ କଳି:

    ଠାକୁରଙ୍କ ମାନବୀୟ ଲୀଳାର ବିଶେଷ ପର୍ବ ଲକ୍ଷ୍ମୀ-ନାରାୟଣ କଳି। ଶେଷରେ ଜଗନ୍ନାଥ ମହାପ୍ରଭୁ ପହଣ୍ଡି ବିଜେ କରି ଚାର ଉପରକୁ ଆସିଲେ ଲକ୍ଷ୍ମୀ ଠାକୁରାଣୀ ଭେଟ ମଣ୍ଡପକୁ ଆସିଥାନ୍ତି। ଉଭୟ ଜଗନ୍ନାଥ ଓ ଲକ୍ଷ୍ମୀ ଠାକୁରାଣୀ ପରସ୍ପରକୁ ଭେଟ ହୋଇଥାନ୍ତି। ଏହାପରେ ଲକ୍ଷ୍ମୀଙ୍କ ତରଫରୁ ଭିତରଚ୍ଛ ବନ୍ଦାପନା ନୀତି ହୁଏ। ଏହି ସମୟରେ ପରମ୍ପର ଅନୁଯାୟୀ ମହାପ୍ରଭୁ ସିଂହଦ୍ୱାର ନିକଟରେ ପହଞ୍ଚିବା ବେଳେ ସାମୟିକ ଭାବେ ଦ୍ୱାର ବନ୍ଦ ରୁହେ ଏବଂ କିଛି କ୍ଷଣ ପରେ ଖୋଲାଯାଏ।

    ପୁନଶ୍ଚ ଜଗନ୍ନାଥ ମହାପ୍ରଭୁ ଜୟ ବିଜୟ ଦ୍ୱାର ନିକଟରେ ବିଜେକରିବା ସମୟରେ ସେହି ଦ୍ୱାର ଭିତର ପଟୁ ବନ୍ଦ କରାଯାଇଥାଏ। ଲକ୍ଷ୍ମୀ ଠାକୁରାଣୀଙ୍କ ତରଫରୁ ଜୟ ବିଜୟ ଦ୍ୱାରର ଭିତର ପଟେ ଦେବଦାସୀ ଏବଂ ମହାପ୍ରଭୁଙ୍କ ତରଫରୁ ଜଣେ ଦଇତାପତି ଦ୍ୱାରର ଅପରପାର୍ଶ୍ୱରେ ରହିବା ସଙ୍ଗେ ସଙ୍ଗେ ଉଭୟଙ୍କ ମଧ୍ୟରେ ଲୋକ ପରମ୍ପରାଗତ ବଚନିକା ହୋଇଥାଏ ଓ ଏହା ପରେ ଜୟ ବିଜୟ ଦ୍ୱାର ଫିଟିଥାଏ।

    ପଢନ୍ତୁ ଏହି ଖବର: Ratha Jatra 2024: ଶ୍ରୀଜୀଉଙ୍କ ବାହୁଡ଼ାଯାତ୍ରାର ପାଳନ ବିଧି; ଦର୍ଶନରେ ମିଳେ ବୈକୁଣ୍ଠ ପ୍ରାପ୍ତି

      ଲକ୍ଷ୍ମୀଙ୍କ ମାନଭଞ୍ଜନ:

      ମହାପ୍ରଭୁ ପହଣ୍ଡି ବିଜେରେ ଭିତର କାଠ ସମ୍ମୁଖସ୍ଥ ଭଣ୍ଡାର ଘରଠାରେ ପହଞ୍ଚିବା ପରେ ଗଇଁଠାଳ ଫିଟେ। ଏହା ପରେ ବନ୍ଦାପନା, ରସଗୋଲା ଭୋଗ ଇତ୍ୟାଦି ଭିତରଚ୍ଛ ମହାପାତ୍ରଙ୍କ ଦ୍ୱାରା ହୋଇଥାଏ। ଏବଂ ଶେଷରେ ଘସା, ବିଡିଆ ମଣୋହି ସରିଲେ ମହାପ୍ରଭୁ ରତ୍ନସିଂହାସନକୁ ବିଜେ କରନ୍ତି।

      ଏହି ଗୋଟିଏ ଦିନ ଶ୍ରୀମନ୍ଦିର ଭିତରେ ଜଗନ୍ନାଥ ମହାପ୍ରଭୁଙ୍କ ରସଗୋଲା ଭୋଗ ହୋଇଥାଏ। ଭିତରଚ୍ଛ ମହାପାତ୍ରଙ୍କ ନିଜସ୍ୱ ଗୃହରେ ଅତ୍ୟନ୍ତ ଶୁଦ୍ଧପୂତ ଭାବରେ ଏହି ରସଗୋଲା ତିଆରି ହୋଇଥାଏ। କୁହାଯାଏ ଯେ ମହାପ୍ରଭୁ ଲକ୍ଷ୍ମୀଦେବୀଙ୍କୁ ରସଗୋଲା ଖୁଆଇ ତାଙ୍କର ମାନଭଞ୍ଜନ କରିଥାନ୍ତି।

      ଏହା ପରେ ଅନ୍ୟ ମୂର୍ତ୍ତି ବିଜେ ହୁଅନ୍ତି। ଏହାକୁ ଗୋଟି ପହଣ୍ଡି କୁହାଯାଏ। ଠାକୁରମାନେ ଜଣକ ପରେ ଜଣେ ବିଜେ ହେଲେ ଧାଡିପହଣ୍ଡି କୁହାଯାଏ। ସେହିପରି ହାତକୁ ହାତ ଧରି ଯୋଡିହୋଇ ଚାଲିବାକୁ ହାତପ‍ଇଠ ବୋଲି କୁହାଯାଏ।

      ପଢନ୍ତୁ ଏହି ଖବର: Ratha Jatra 2024: କାହିଁକି ହୁଏ ମହାପ୍ରଭୁଙ୍କ ଶ୍ରୀଗୁଣ୍ତିଚା ଯାତ ? ଜାଣନ୍ତୁ ରଥଯାତ୍ରାର ବିଧି ସମ୍ପର୍କିତ କିଛି ତଥ୍ୟ...

        Puri Jaggannth Temple Lord Jagannath Puri Srimandir Ratha Jatra Ratha Yatra
        ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
        Here are a few more articles:
        ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ