Advertisment

Ratha Jatra 2024: କାହିଁକି ହୁଏ ମହାପ୍ରଭୁଙ୍କ ଶ୍ରୀଗୁଣ୍ତିଚା ଯାତ ? ଜାଣନ୍ତୁ ରଥଯାତ୍ରାର ବିଧି ସମ୍ପର୍କିତ କିଛି ତଥ୍ୟ...

ଓଡ଼ିଶାର ମୁଖ୍ୟ ଯାତ୍ରା ଭାବେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ। ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରା ମଧ୍ୟରେ ପ୍ରଧାନ।

ଅଦ୍ୟତନ ହୋଇଛି
ratha jatra 2024

ratha jatra 2024

Advertisment

ରଥଯାତ୍ରା ଜଗନ୍ନାଥଙ୍କ ସହ ସମ୍ବନ୍ଧିତ ଏକ ହିନ୍ଦୁ ପର୍ବ। ଏହାକୁ ଅନ୍ୟ ଅର୍ଥରେ ଶ୍ରୀଗୁଣ୍ଡିଚା ଯାତ ବା ଘୋଷଯାତ୍ରା ମଧ୍ୟ କୁହାଯାଏ। ଓଡ଼ିଶାର ମୁଖ୍ୟ ଯାତ୍ରା ଭାବେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ। ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରା ମଧ୍ୟରେ ପ୍ରଧାନ।

Advertisment

ଏହି ଯାତ୍ରା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ। ଏହି ଯାତ୍ରା ମଧ୍ୟ ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଉତ୍ତରାଭିମୁଖୀ ଯାତ୍ରା, ନବଦିନାତ୍ମକ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ରହିଛି। ପୁରୀ ବ୍ୟତୀତ ରଥଯାତ୍ରା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହୁଏ।

ପଢନ୍ତୁ ଏହି ଖବର: Snana Purnima 2024: ଅତ୍ୟଧିକ ସ୍ନାନ ପରେ ଜରରେ ପଡନ୍ତି ଶ୍ରୀଜୀଉ; ଜାଣନ୍ତୁ କିପରି ହୁଏ ଚିକିତ୍ସା

Advertisment

    ଅଷ୍ଟାଙ୍ଗ ବିଧି:

    ମତାନୁସାରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩. ନବଯୌବନ ଦର୍ଶନ ଓ ନେତ୍ରୋତ୍ସବ, ୪. ଶ୍ରୀଗୁଣ୍ଡିଚା, ୫. ହେରାପଞ୍ଚମୀ, ୬. ଆଡ଼ପ ପର୍ବ, ୭. ବାହୁଡ଼ା ଯାତ୍ରା ଓ ୮. ନୀଳାଦ୍ରି ବିଜେ।

    ଗୁଣ୍ଡିଚା ପଞ୍ଚକ:

    ପୁନଶ୍ଚ ରଥଯାତ୍ରା ୫ ଭାଗରେ ବିଭକ୍ତ। ଯଥା ୧. ଅନ୍ତର୍ବେଦୀ, ୨. ମହାବେଦୀ ମହୋତ୍ସବ, ୩. ଆଡ଼ପ ଉତ୍ସବ, ୪. ଦକ୍ଷିଣାମୁଖୀ ଉତ୍ସବ ଓ ୫. ନୀଳାଦ୍ରି ବିଜେ। ଏହାକୁ ଗୁଣ୍ଡିଚା ପଞ୍ଚକ ବୋଲି କୁହାଯାଏ।

    Advertisment

    ବେଦରେ ରଥ:

    ରଥଯାତ୍ରା ବହୁ ପ୍ରାଚୀନ ବୋଲି ଗବେଷକମାନେ ମତ ଦିଅନ୍ତି । ଋଗବେଦ ଓ ଅଥର୍ବ ବେଦ ଇତ୍ୟାଦିରେ ରଥ ଶବ୍ଦର ପ୍ରୟୋଗ ଦେଖାଯାଏ। ପରବର୍ତ୍ତୀ କାଳରେ ଶତପଥ ବ୍ରାହ୍ମଣ ଗ୍ରନ୍ଥରେ ମଧ୍ୟ ଏହାର ଆଭାସ ମିଳିଥାଏ।

    ଖ୍ରୀଷ୍ଟପୂର୍ବ ଦ୍ୱିତୀୟ ଶତାଦ୍ଦୀରୁ ଖ୍ରୀଷ୍ଟପୂର୍ବ ପ୍ରଥମ ଶତାଦ୍ଦୀ ମଧ୍ୟରେ ଖୋଦିତ ହୋଇଥିବା କେତେକ ପ୍ରାଚୀନ ଭାସ୍କର୍ଯ୍ୟକୁ ଅନୁଧ୍ୟାନ କଲେ ସୂର୍ଯ୍ୟଙ୍କ ରଥଯାତ୍ରାର ସମ୍ୟକ୍ ନିଦର୍ଶନ ମିଳିଥାଏ। ତେଣୁ ସୂର୍ଯ୍ୟଙ୍କ ରଥଯାତ୍ରାର ପରବର୍ତ୍ତୀ ପରିକଳ୍ପନା ହେଉଛି ପୁରୁଷୋତ୍ତମ କ୍ଷେତ୍ରର ମହାପ୍ରଭୁଙ୍କ ରଥଯାତ୍ରା। ଯେତେ ପ୍ରକାର ରଥଯାତ୍ରାର ଉଲ୍ଲେଖ ହୋଇଛି ସେଥିମଧ୍ୟରେ ପୁରୀର ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ହେଉଛି ସବୁଠାରୁ ଅଧିକ ଜନାଦୃତ ଓ ପ୍ରସାରିତ।

    ପଢନ୍ତୁ ଏହି ଖବର: Ratha Jatra 2024: ଶ୍ରୀଜୀଉଙ୍କ ବାହୁଡ଼ାଯାତ୍ରାର ପାଳନ ବିଧି; ଦର୍ଶନରେ ମିଳେ ବୈକୁଣ୍ଠ ପ୍ରାପ୍ତି

      ଗବେଷକଙ୍କ ମତ:

      କେତେକ ଗବେଷକ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ବୌଦ୍ଧ ପରମ୍ପରାରୁ ସୃଷ୍ଟି ହୋଇଛି ବୋଲି ଅନୁମାନ କରନ୍ତି। କାରଣ ଖ୍ରୀଷ୍ଟୀୟ ପଞ୍ଚମ ଶତାଦ୍ଦୀର ପ୍ରାରମ୍ଭରେ ଚୀନ୍‌ ପରିବ୍ରାଜକ ଫାହିୟାନ୍ ଖୋଟାନରେ ଅନୁଷ୍ଠିତ ରଥଯାତ୍ରାର ଯେଉଁ ବିବରଣୀ ଲିପିବଦ୍ଧ କରିଛନ୍ତି, ତାହା ଆଜିସୁଦ୍ଧା ପ୍ରଚଳିତ ଜଗନ୍ନାଥଙ୍କ ସ୍ନାନଯାତ୍ରା ଓ ରଥଯାତ୍ରା ସହ ମେଳ ଖାଉଛି।

      ପୌରାଣିକ କଥା:

      ପୌରାଣିକ କଥାବସ୍ତୁ ଅନୁଯାୟୀ, ଜରା ଶବର ଶରରେ ପ୍ରାଣ ଛାଡ଼ିଲେ ଦ୍ୱାରକାଧିପତି ଶ୍ରୀକୃଷ୍ଣ। ପାଣ୍ଡବଗଣ ସଖା ଶ୍ରୀକୃଷ୍ଣଙ୍କ ଶରୀରକୁ ଦାହ କରିବା ପାଇଁ ଚେଷ୍ଟାକରି ବିଫଳ ହେଲେ, କାରଣ ଅଗ୍ନିର ଶକ୍ତି ନିକଟରେ ପୂର୍ଣ୍ଣବ୍ରହ୍ମ ସ୍ୱରୂପ ଶ୍ରୀକୃଷ୍ଣଙ୍କ ଶରୀରକୁ ପଞ୍ଚଭୂତରେ ବିଲୀନ କରିବାର ସାମର୍ଥ୍ୟ ନ ଥିଲା। ଶୂନ୍ୟବାଣୀ ହେଲା- କୃଷ୍ଣଙ୍କର ନାଭିକମଳ ଅଗ୍ନିରେ ଭସ୍ମ ହେବ ନାହିଁ। ତେଣୁ ତାହାକୁ ମହୋଦଧିରେ ବିସର୍ଜନ କରିବାକୁ ହେବ। ପାଣ୍ଡବମାନେ ତାହା ହିଁ କଲେ।

      ଶ୍ରୀକୃଷ୍ଣଙ୍କର ଅର୍ଦ୍ଧଦଗ୍ଧ ପିଣ୍ଡ ଦାରୁରୂପରେ ବାଙ୍କୀ ମୁହାଣରେ ଆବିର୍ଭାବ ହେଲା। ସମୁଦ୍ରରେ ଭାସୁଥିବା ସେହି ଦାରୁକୁ ଆଣି ରାଜା ଇନ୍ଦ୍ରଦ୍ୟୁମ୍ନ ଶ୍ରୀଗୁଣ୍ଡିଚା ମନ୍ଦିରରେ ରଖିଥିଲେ। ସ୍ୱୟଂ ମହାପ୍ରଭୁ ଜଣେ ବୃଦ୍ଧ ବେଶରେ ଆସି ସେହି ଦାରୁରେ ମୂର୍ତ୍ତି ପ୍ରସ୍ତୁତ କଲେ। ସର୍ତ୍ତ ଥିଲା ମୂର୍ତ୍ତି ସମ୍ପୂର୍ଣ୍ଣ ନ ହେବା ଯାଏ ଦ୍ୱାର ଖୋଲାଯିବ ନାହିଁ।

      ପନ୍ଦର ଦିନ ପରେ ମୂର୍ତ୍ତିଗଢାର କୌଣସି ଶବ୍ଦ ନ ଶୁଣାଯିବାରୁ ରାଜାଙ୍କ ନିର୍ଦ୍ଦେଶରେ ଦ୍ୱାର ଖୋଲାଗଲା। ମୂର୍ତ୍ତିନିର୍ମାଣ କରୁଥିବା ବୃଦ୍ଧ କିନ୍ତୁ ଉଭାନ ହୋଇଗଲେ। ମୂର୍ତ୍ତି ରହିଗଲା ଅଧାଗଢ଼ା। ଏହି ଅଧାଗଢା ମୂର୍ତ୍ତିକୁ ଶ୍ରୀମନ୍ଦିରରେ ପ୍ରତିଷ୍ଠା କରାଗଲା। ସେହି ସମୟରେ ମହାପ୍ରଭୁ କହିଥିଲେ - ହେ ରାଜା, ବର୍ଷକୁ ଥରେ ଜନ୍ମଭୂମିକୁ ଆଣିବ। ସେଥିପାଇଁ ଶ୍ରୀଜୀଉମାନେ ଗୁଣ୍ଡିଚାଘରକୁ ବୁଲି ଯାଆନ୍ତି ଓ ବାହୁଡ଼ନ୍ତି, ଯାହାକୁ ରଥଯାତ୍ରା ବୋଲି କୁହାଯାଏ।

      ପଢନ୍ତୁ ଏହି ଖବର: Ratha Jatra 2024: ନନ୍ଦିଘୋଷ ରଥର କେତେକ ଜାଣିବା କଥା; କେତେ ଚକ, ଏହାର ନାଁ କ’ଣ…

        Ratha Jatra Puri Ratha Yatra
        ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
        Here are a few more articles:
        ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ