ପତିତ ଉଦ୍ଧାର ପାଇଁ ମହାପ୍ରଭୁଙ୍କ ରଥଯାତ୍ରା

ହିନ୍ଦୁମାନଙ୍କ ଉତ୍ସବ ଭିତରେ ରଥଯାତ୍ରା ଏକ ପ୍ରଧାନ ଉତ୍ସବ। ଲୋକ ସମାଗମ ଓ ପବିତ୍ରତା ଦୃଷ୍ଟିରୁ ଭାରତ କାହିଁକି ସମଗ୍ର ବିଶ୍ୱରେ ମଧ୍ୟ ଏଭଳି ଯାତ୍ରା ଦେଖିବାକୁ ମିଳେନି। ରଥଯାତ୍ରା କହିଲେ ହିନ୍ଦୁ ଜଗତରେ ଓ ଭାରତ ବାହାରେ ପୁରୀର ରଥଯାତ୍ରାକୁ ହିଁ ବୁଝାଏ।

ରଥଯାତ୍ରା ହିନ୍ଧୁମାନଙ୍କ ଏକ ପ୍ରଧାନ ଉତ୍ସବ

ରଥଯାତ୍ରା ଜଗନ୍ନାଥଙ୍କ ସହ ସମ୍ବନ୍ଧିତ ଏକ ହିନ୍ଦୁ ପର୍ବ। ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସବୁଠାରୁ ଲୋକପ୍ରିୟ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରା ମଧ୍ୟରେ ପ୍ରଧାନ ଯାତ୍ରା। ଯେତେ ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ପଡେ ସେହିଦିନ ରଥଯାତ୍ରା ପାଳିତ ହୋଇଥାଏ। ପୁରୀ ବ୍ୟତୀତ ରଥଯାତ୍ରା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି।

ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩. ନବଯୌବନ ଦର୍ଶନ ଓ ନେତ୍ରୋତ୍ସବ, ୪. ଶ୍ରୀଗୁଣ୍ଡିଚା, ୫. ହେରାପଞ୍ଚମୀ, ୬. ଆଡ଼ପ ପର୍ବ, ୭. ବାହୁଡ଼ା ଯାତ୍ରା ଓ ୮. ନୀଳାଦ୍ରି ବିଜେ। ପୁନଶ୍ଚ ରଥଯାତ୍ରା ୫ ଭାଗରେ ବିଭକ୍ତ। ଯଥା ୧. ଅନ୍ତର୍ବେଦୀ, ୨. ମହାବେଦୀ ମହୋତ୍ସବ, ୩. ଆଡ଼ପ ଉତ୍ସବ, ୪. ଦକ୍ଷିଣାମୁଖୀ ଉତ୍ସବ ଓ ୫. ନୀଳାଦ୍ରି ବିଜୟ। ଏହାକୁ ଗୁଣ୍ଡିଚା ପଞ୍ଚକ କୁହାଯାଏ।

ରଥଯାତ୍ରା ବହୁ ପ୍ରାଚୀନ ବୋଲି ଗବେଷକମାନେ ମତ ପ୍ରଦାନ କରିଛନ୍ତି । ଋକ୍ ଓ ଅଥର୍ବ ବେଦ ଇତ୍ୟାଦିରେ ‘ରଥ’ ଶବ୍ଦର ବ୍ୟବହାର ଦେଖାଯାଏ। ପରବର୍ତ୍ତୀ କାଳରେ ଶତପଥ ବ୍ରାହ୍ମଣ ଗ୍ରନ୍ଥରେ ମଧ୍ୟ ଏହାର ଆଭାସ ମିଳିଥାଏ। ଖ୍ରୀଷ୍ଟପୂର୍ବ ଦ୍ୱିତୀୟ ଶତାଦ୍ଦୀରୁ ଖ୍ରୀଷ୍ଟପୂର୍ବ ପ୍ରଥମ ଶତାଦ୍ଦୀ ମଧ୍ୟରେ ଖୋଦିତ ହୋଇଥିବା କେତେକ ପ୍ରାଚୀନ ଭାସ୍କର୍ଯ୍ୟକୁ ଅନୁଧ୍ୟାନ କଲେ ସୂର୍ଯ୍ୟଙ୍କ ରଥଯାତ୍ରାର ସମ୍ୟକ୍ ନିଦର୍ଶନ ମିଳିଥାଏ। ତେଣୁ ସୂର୍ଯ୍ୟଙ୍କ ରଥଯାତ୍ରାର ପରବର୍ତ୍ତୀ ପରିକଳ୍ପନା ହେଉଛି ପୁରୁଷୋତ୍ତମ କ୍ଷେତ୍ରସ୍ଥ ମହାପ୍ରଭୁଙ୍କ ରଥଯାତ୍ରା।

କେତେକ ଗବେଷକ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ବୌଦ୍ଧ ପରମ୍ପରାରୁ ସୃଷ୍ଟି ହୋଇଛି ବୋଲି ଅନୁମାନ କରନ୍ତି । କାରଣ ଖ୍ରୀଷ୍ଟୀୟ ପଞ୍ଚମ ଶତାଦ୍ଦୀର ପ୍ରାରମ୍ଭରେ ଚୀନ୍‌ ପରିବ୍ରାଜକ ଫାହିୟାନ୍ ଖୋଟାନରେ ଅନୁଷ୍ଠିତ ରଥଯାତ୍ରାର ଯେଉଁ ବିବରଣୀ ଲିପିବଦ୍ଧ କରିଛନ୍ତି, ତାହା ଆଜିସୁଦ୍ଧା ପ୍ରଚଳିତ ଜଗନ୍ନାଥଙ୍କ ସ୍ନାନଯାତ୍ରା ଓ ରଥଯାତ୍ରା ସହ ମେଳ ଖାଉଛି।

ରଥଯାତ୍ରାର ପ୍ରତିଶବ୍ଦ:

ରଥଯାତ୍ରାର ଅନେକ ପ୍ରତିଶବ୍ଦ ମଧ୍ୟ ରହିଛି। ସେଗୁଡିକ ହେଲା:

କ’ଣ କୁହେ ଇତିହାସ:

କିପରି ହୁଏ ରଥ ଟଣା:

ଶ୍ରୀଗୁଣ୍ଡିଚାର ଠିକ ପୂର୍ବ ଦିନ ଶ୍ରୀମନ୍ଦିର କାର୍ଯ୍ୟାଳୟ ସମ୍ମୁଖସ୍ଥ ରଥଖଳାଠାରେ ଥିବା ତିନିରଥ ସୁସଜ୍ଜିତ ପୂର୍ବକ ଶ୍ରୀବିଗ୍ରହମାନଙ୍କ ଆଜ୍ଞାମାଳ ଆସି ଲାଗି ହେବା ପରେ ରଥଗୁଡି଼କ ଅପରାହ୍ନରେ ଟଣା ହୋଇ ସିଂହଦ୍ୱାରଠାରେ ରଖାଯାଇଥାଏ। ରଥଖଳାର ପରମ୍ପରା ଅନୁଯାୟୀ ପ୍ରଥମେ ଜଗନ୍ନାଥ, ସୁଭଦ୍ରା ଓ ଶେଷରେ ବଳଭଦ୍ରଙ୍କ ରଥ ଟଣା ହୋଇଥାଏ।

ନେତ୍ରୋତ୍ସବ ଦିନ ବିଳମ୍ବିତ ରାତ୍ରରେ ଅଣସର ପିଣ୍ଡିରେ ବିରାଜମାନ କରିଥିବା ଶ୍ରୀବିଗ୍ରହମାନଙ୍କ କେତେକ ଗୁପ୍ତ ନୀତି ଯଥା ବାହୁଟକଣ୍ଟ, ସେନାପଟା, ଶୁକ୍ଳ ସଜ ଲାଗି ଇତ୍ୟାଦି କାର୍ଯ୍ୟ ଶେଷ ହୋଇଥାଏ। ଶ୍ରୀଗୁଣ୍ଡିଚା ଦିନ ସକାଳୁ ଠାକୁରମାନଙ୍କର ମଙ୍ଗଳ ଆଳତି, ମଇଲମ, ଅବକାଶ, ରୋଷ ହୋମ, ସୂର୍ଯ୍ୟ ପୂଜା, ଦ୍ୱାରପାଳ ପୂଜା, ବେଶ ଇତ୍ୟାଦି ନୀତି ହୋଇଥାଏ। ଏହାପରେ ଏକାଠି ଗୋପାଳବଲ୍ଲଭ ଓ ସକାଳ ଧୂପ ପୂଜା ହୁଏ। ପରେ ରଥ ପ୍ରତିଷ୍ଠା ହୁଏ ଓ ଠାକୁରମାନଙ୍କ ମନମୁଗ୍ଧକର ପହଣ୍ଡି ହୁଏ।

ପହଣ୍ଡି ସମୟରେ ପ୍ରଥମେ ଶ୍ରୀସୁଦର୍ଶନ, ଶ୍ରୀବଳଭଦ୍ର, ଶ୍ରୀସୁଭଦ୍ରା ଓ ଶ୍ରୀଜଗନ୍ନାଥ ଧାଡି ପହଣ୍ଡିରେ ବିଜେ କରନ୍ତି। ଜଗମୋହନଠାରେ ଘଣ୍ଟ, ପକାଉଜ ଇତ୍ୟାଦି ବାଦ୍ୟ ବାଜିଥାଏ। ବିଭିନ୍ନ ମଠର ମଠାଧୀଶ, ବ୍ୟକ୍ତିବିଶେଷମାନେ ଚାମର, ଆଲଟ ସେବା କରିବା ସହିତ କେତେକ ନିର୍ଦ୍ଦିଷ୍ଟ ସ୍ଥାନରେ ପନ୍ତି ଭୋଗ ହୋଇଥାଏ।

ଠାକୁରମାନେ ଜଗମୋହନର ସାତ ପାହଚ ଉପରେ ପହଞ୍ଚିବା କ୍ଷଣି ରାଘବ ଦାସ ମଠ ପ୍ରଦତ୍ତ ଟାହିୟା' ଶ୍ରୀମସ୍ତକରେ ଲଗାଯାଇଥାଏ। ସମଗ୍ର ବଡ଼ ଦେଉଳ ଓ ସିଂହଦ୍ୱାର ଅଞ୍ଚଳ ହୁଳହୁଳି, ହରିବୋଲ, ଜୟ ଜଗନ୍ନାଥ ଓ ଦେବ ଧ୍ୱନି ଶବ୍ଦରେ ପ୍ରକମ୍ପିତ ହୋଇଥାଏ। ଶ୍ରୀବିଗ୍ରହମାନେ ରଥାରୁଢ଼ ହେବାପରେ ପୁଷ୍ପାଳକ ମହାଜନମାନେ ଶ୍ରୀମଦନମୋହନଙ୍କୁ ନନ୍ଦିଘୋଷ ରଥରେ ଏବଂ ରାମ, କୃଷ୍ଣ ବିଗ୍ରହଙ୍କୁ ତାଳଧ୍ୱଜ ରଥ ଉପରେ ଅଧିଷ୍ଠିତ କରାଇଥାନ୍ତି।

ପରମ୍ପରା ଅନୁଯାୟୀ ଶ୍ରୀମନ୍ଦିରର ତେଲିଙ୍ଗି ଓ କାହାଳି ବାଦ୍ୟ ସହ ବଣିଆ ସେବକମାନଙ୍କଠାରୁ ସୋଲ ଚିତା ତିନୋଟି ଅଣାଯାଇ ସିଂହଦ୍ୱାର ସଂଲଗ୍ନ ଛାଉଣୀ ମଠରେ ରଖାଯାଇଥାଏ। ରଥ ଉପରେ ରୁନ୍ଧା, ଫୁଲମାଳ, ବେଶ, ଶୋଲ ଚିତା ଲାଗି ଇତ୍ୟାଦି ନୀତି ବଢ଼ିବା ସଙ୍ଗେ ସଙ୍ଗେ ଗୋବର୍ଦ୍ଧନ ପୀଠର ଜଗଦଗୁରୁ ଶଙ୍କରାଚାର୍ଯ୍ୟ ତିନି ରଥ ଉପରେ ଶ୍ରୀବିଗ୍ରହମାନଙ୍କୁ ଦର୍ଶନ କରିଥାନ୍ତି।

ଏହା ପରେ ପାରମ୍ପରିକ ନୀତିରେ ଗଜପତି ମହାରାଜାଙ୍କ ଦ୍ୱାରା ଛେରାପହଁରା। ଏହା ପରେ ରଥରେ ସାରଥୀଙ୍କୁ ଅଧିଷ୍ଠିତ କରାଯାଏ। ରଥରୁ ଚାରମାଳ ଖୋଲାଯିବା ପରେ ଘୋଡ଼ା ବନ୍ଧାଯାଏ। ଏହି କାର୍ଯ୍ୟକ୍ରମ ସରିବା ପରେ ରଥରେ ଦଉଡି ଲଗାଯାଇ ରଥଟଣା ହୋଇଥାଏ।