Advertisment

ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ କଡ଼ା ଚେତାବନୀ; ‘ନିୟମ ଭାଙ୍ଗିଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ’

ଆକ୍ସନ ମୋଡ଼ରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ । ନବନିଯୁକ୍ତ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀଙ୍କ କଡ଼ା ଚେତାବନୀ । ବିଶୃଙ୍ଖଳିତ ଆଚରଣ କଲେ କଡ଼ା କାର୍ଯ୍ୟାନୁଷ୍ଠାନ ହେବ ବୋଲି କହିଲେ ।

author-image
Sujit kumar Swain
ଅଦ୍ୟତନ ହୋଇଛି
No Mobile Phones Allow On Chariots: Arabinda Padhee

Jagannath Temple

ଦାୟିତ୍ବ ନେବା ପୂର୍ବରୁ ଆକ୍ସନ ମୋଡ଼ରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ। ନବନିଯୁକ୍ତ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀଙ୍କ କଡ଼ା ଚେତାବନୀ କହିଛନ୍ତି, ବିଶୃଙ୍ଖଳିତ ଆଚରଣ କଲେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ନୀତି ଶୃଙ୍ଖଳାକୁ ସର୍ବାଧିକ ଗୁରୁତ୍ବ ଦିଆଯିବ। ଅଣସେବାୟତ ରଥ ଉପରେ ମୋବାଇଲ୍ ନେଉଥିବା ପରିଲକ୍ଷିତ ହେଉଛି। ଏଭଳି ବିଶୃଙ୍ଖଳା ଆଚରଣ କଲେ କଡ଼ା କାର୍ଯ୍ୟାନୁଷ୍ଠାନ ହେବ। ଘଟଣାର ଯେଭଳି ପୁନରାବୃତ୍ତି ନ ହେବ ସେଥିପ୍ରତି ଧ୍ୟାନ ଦିଆଯିବ ବୋଲି କହିଛନ୍ତି ନବନିଯୁକ୍ତ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ।

Advertisment

ଆହୁରି କହିଛନ୍ତି ଯେ, ‘ଆମ ସଂସ୍କୃତିର ପ୍ରଚାର ପ୍ରସାର ପରିବର୍ତ୍ତେ ଯେପରି କୌଣସି ନିନ୍ଦା ଆଣିବେନି। ଏଥିପାଇଁ ସେବକମାନଙ୍କ ସହଯୋଗ କାମନା କରୁଛୁ । ପହଣ୍ଡି ବେଳେ ଯେଉଁ ଅଘଟଣ ଘଟିଲା, ଠାକୁରଙ୍କ ପାଖରେ କ୍ଷମା ମାଗୁଛୁ।’

ଅଧିକ ପଢ଼ନ୍ତୁ: ନବୀନଙ୍କ ଚିଠିର ଜବାବ ରଖିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି

ଦାୟିତ୍ବ ପାଇବା ପରେ ଆଜି ପୁରୀ ଯାଇ ଗୁଣ୍ଡିଚା ମନ୍ଦିରରେ ଶ୍ରୀଜିଉଙ୍କ ଦର୍ଶନ କରିଛନ୍ତି ନବନିଯୁକ୍ତ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ। ଦର୍ଶନ ପରେ ଦାୟିତ୍ୱ ନେବେ। ଦାୟିତ୍ୱ ନେବା ପୂର୍ବରୁ ଏଭଳି କିଛି କଡ଼ା ଚେତାବନୀ ଦେଇଛନ୍ତି।

Advertisment

ଗତକାଲି ଅରବିନ୍ଦ ପାଢ଼ୀଙ୍କୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭାବେ ନିଯୁକ୍ତ କରାଯାଇଥିଲା। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭାବେ ଅରବିନ୍ଦ ପାଢ଼ୀଙ୍କୁ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି। ଏନେଇ ଆଇନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ବୀର ବିକ୍ରମ ଯାଦବଙ୍କ ସ୍ଥାନରେ ଅରବିନ୍ଦ ପାଢ଼ୀଙ୍କୁ ଦାୟିତ୍ୱ ମିଳିଛି। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଦାୟିତ୍ୱ ପରେ OTVକୁ ରବିନ୍ଦ ପାଢ଼ୀ ପ୍ରଥମ ପ୍ରତିକ୍ରିୟା ଦେଇ କହିଥିଲେ ସବୁ ମହାପ୍ରଭୁଙ୍କ ଇଚ୍ଛା।

Puri Srimandir Ratha Yatra Rath Jatra
Advertisment
Advertisment