• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Otv Khabar Bureau

ଦାରୁବ୍ରହ୍ମଙ୍କ ଲୀଳାକ୍ଷେତ୍ର ପୁରୁଷୋତ୍ତମ କ୍ଷେତ୍ରରେ ମହାପ୍ରଭୁଙ୍କ ସ୍ନାନ ଉତ୍ସବ ବା ମଞ୍ଚସ୍ନାନ ଏକ ଶାସ୍ତ୍ରୀୟ ଭିତ୍ତଭୂମିର ଲୀଳା । ମହାପ୍ରଭୁଙ୍କ ଆବିର୍ଭାବ ବେଳେ ପ୍ରଥମେ ଏହି ସ୍ନାନ ହୋଇଥିବରୁ ଶ୍ରୀଦାରୁବ୍ରହ୍ମଙ୍କ ଆଦ୍ୟଲୀଳା ବୋଲି କୁହାଯାଏ । ମହାପ୍ରଭୁ ଦାରୁବ୍ରହ୍ମ ରୂପ ଧାରଣ କରିବା ପରେ ପ୍ରଥମ ମଙ୍ଗଳମୟ ମୁହୂର୍ତ୍ତରେ ଏହି ସ୍ନାନଲୀଳା କରାଇଥିଲେ ମହାରାଜା ଇନ୍ଦ୍ରଦ୍ୟୁମ । ସେତେବେଳେ ସ୍ନାନମଣ୍ଡପ ନଥିବାରୁ ଏକ କାଠର ମଞ୍ଚ ନିର୍ମାଣ କରାଯାଇ ତାହା ଉପରେ ସ୍ନାନବିଧି ସମାପନ ହୋଇଥିଲା । ସେଥିପାଇଁ ଅନେକ ଶାସ୍ତ୍ରରେ ଏହା ମଞ୍ଚସ୍ନାନ ବୋଲି ଉଲ୍ଲେଖ ହୋଇଛି ।

ଶାସ୍ତ୍ରମତରେ ୧୦୮ ସୁନା କଳସରେ ଅଭିମନ୍ତ୍ରିତ ପବିତ୍ର ଜଳରେ ଦାରୁବ୍ରହଙ୍କ ଆଦ୍ୟ ସ୍ଥାନଲୀଳା ସମାପନ ହୋଇଥିଲା । ସେହି ଶାସ୍ତ୍ରୀୟ ମତକୁ ଅନୁସରଣ କରି ଆଜି ବି ସେହିପରି ସ୍ନାନଯାତ୍ରା ଅନୁଷ୍ଠିତ ହେଉଅଛି । ସୂଚନାଯୋଗ୍ୟ, ଶାସ୍ତ୍ର ମତରେ ଜ୍ୟୋଷ୍ଠ ପୂର୍ଣ୍ଣିମା ଦିବସରେ ମହାପ୍ରଭୁଙ୍କ ଆବିର୍ଭାବ ହୋଇଥିଲା । ଜ୍ୟୋଷ୍ଠମାସ ପୂର୍ଣ୍ଣମୀରେ ମହାପ୍ରଭୁଙ୍କ ପ୍ରଥମ ସ୍ଥାନଲୀଳା ଜାତି, ବର୍ଣ୍ଣ, ନିର୍ବଶେଷରେ ସମସ୍ତେ ଦର୍ଶନ କରିଥିବାରୁ ଏହି ଲୀଳାକୁ ପତିତପାବନ ଲୀଳା କୁହାଯାଏ ।