Advertisment

ଦାରୁ ଦିଅଁଙ୍କ ଦିବ୍ୟ ସ୍ନାନ, କେତେ ଗରା ପାଣିରେ ସ୍ନାନ କରନ୍ତି ଚତୁର୍ଦ୍ଧାମୂର୍ତ୍ତି ? ଜାଣନ୍ତୁ

ଆଜି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା । ଆଜି ଦାରୁ ଦିଅଁଙ୍କ ଦିବ୍ୟ ସ୍ନାନ । ସଜେଇ ହୋଇଛି ସ୍ନାନବେଦୀ । ଆଜି ସ୍ନାନ ବେଦୀରୁ ଗଜବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ । ଏଥିପାଇଁ ଆରମ୍ଭ ହୋଇସାରିଛି ବ୍ୟାପକ ପ୍ରସ୍ତୁତି । ତେବେ କଣ ଆପଣ ଜାଣନ୍ତି କି କେଉଁ ଠାକୁର କେତେ ଗରା ପାଣିରେ ସ୍ନାନ କରନ୍ତି...

ଅଦ୍ୟତନ ହୋଇଛି
Puri Rath Yatra 2024: Divine Bath Of Jagannath, Balabhadra and Subhadra

snana purnima

Advertisment

ଜ୍ୟେଷ୍ଠ ମାସର ପବିତ୍ର ପୁର୍ଣ୍ଣିମାକୁ ସ୍ନାନ ପୂର୍ଣ୍ଣିବା ବା ଦେବସ୍ନାନ ପୁର୍ଣ୍ଣିମା ବୋଲି କୁହାଯାଏ। ଏହି ଦିନ ରତ୍ନବେଦୀ ଛାଡି ସ୍ନାନବେଦୀକୁ ବିଜେ କରିଥାନ୍ତି ଶ୍ରୀଜିଉ। ୧୦୮ କଳସୀର ପବିତ୍ର ଜଳରେ ସ୍ନାନ କରିଥାନ୍ତି ମହାବାହୁ। ଧାଡି ପହଣ୍ଡିରେ ବିଜେ କରନ୍ତି ଠାକୁର। ପ୍ରଥମେ ସୁଦର୍ଶନ, ପରେ ବଳଭଦ୍ର ଓ ଦେବୀ ସୁଭଦ୍ରା ଆସିଥାନ୍ତି। ଶେଷରେ ସ୍ନାନ ମଣ୍ଡପକୁ ବିଜେ କରିଥାନ୍ତି ସମସ୍ତଙ୍କ ପ୍ରିୟ ଠାକୁର କାଳିଆ ସାଆନ୍ତ।

Advertisment

ଦେବସ୍ଥାନ ପୂର୍ଣ୍ଣିମାର ପୂର୍ବ ଦିନ ମହାପ୍ରଭୁଙ୍କ ପାଇଁ ଶ୍ରୀମନ୍ଦିରର ଦେବଯାନ ମାର୍ଗରେ ଅବା ସୁନା କୂଅରୁ ୧୦୮ କଳସ ଜଳ ସଂଗ୍ରହ କରାଯାଏ । ଏହି ସୁନା କୂଅଟି ଶୀତଳା ଠାକୁରାଣୀ ଓ ତାଙ୍କ ବାହାନ ସିଂହଙ୍କ ମଧ୍ୟରେ ଅବସ୍ଥିତ । ପରେ ଏହି କୂଅକୁ ବର୍ଷସାରା ସିଂହ ହିଁ ସୁରକ୍ଷିତ ରଖିଥାଏ । କୂଅର ବ୍ୟବହାର ବର୍ଷସାରା ନଥବାରୁ ଜନପଦୀୟ ତାନ୍ତ୍ରିକ ପରମ୍ପରାରେ ଏହି ଜଳକୁ ଅଣତୁଠ ପାଣି ବୋଲି ଗ୍ରହଣ କରାଯାଏ । ସ୍ନାନଲୀଳାରେ ବୈଦିକ ବିଧିରେ ସ୍ନାନ ଜଳ ଅଭିମନ୍ତ୍ରିତ ହେଉଥବା ବେଳେ ସ୍ଥାନ କାଳରେ ତାନ୍ତ୍ରିକ ବିଧିରେ ତେରଟି ପଦାର୍ଥ ମିଶ୍ରଣ କରାଯାଏ । ଯଜ୍ଞ ପରମ୍ପରାରେ ଏହି କୂଅକୁ ‘ପ୍ରଣୀତାକୂପ’ ବୋଲି କୁହାଯାଏ।

Live Updates: Snana Purnima 2024 LIVE Updates: ଦାରୁ ଦିଅଁଙ୍କ ଦିବ୍ୟସ୍ନାନ

କେତେ ପାଣି ଗରାରେ ସ୍ନାନ କରନ୍ତି ଚତୁର୍ଦ୍ଧାମୂର୍ତ୍ତି:

ଜଗନ୍ନାଥ-୩୫

ବଳଭଦ୍ର-୩୩

ସୁଭଦ୍ରା-୨୨

ସୁଦର୍ଶନ-୧୮

ଅଭିମନ୍ତ୍ରିତ ଜଳରେ ଅଷ୍ଟବନ୍ଧ, କୃଷ୍ଣ-ଅଗୁରୁ, ଉଶୀର, ଗୋରଚନା, ଦେବଦାରୁ, ମୁଥା, ହରିତାଳ, ବାହାଡ଼ା, ଆମଳକୀ, ସଞ୍ଚିଷ୍ଠା, ତାମ୍ରପର୍ଣ୍ଣୀ, ସୋମପର୍ଣ୍ଣୀଓ ଲୋଧା ମିଶ୍ରଣ କରାଯାଏ । ଏହି ମହୌଷଧି ମିଶ୍ରଣ ଗନ୍ଧଯୁକ୍ତ ଅଭିମନ୍ତ୍ରିତ ଜଳରେ ଦାରୁବ୍ରହ୍ମଙ୍କୁ ସ୍ନାନ କରାଯାଏ। ଏହି ଜଳରୁ ୩୫ ଗରାରେ ଜଗନ୍ନାଥଙ୍କୁ, ୩୩ ଗରାରେ ବଳଭଦ୍ରଙ୍କୁ, ୨୨ ଗରାରେ ସୁଭଦ୍ରାଙ୍କୁ ଓ ୧୮ ଗରାରେ ସୁଦର୍ଶନଙ୍କୁ ସ୍ନାନ କରାଯାଏ। ଏହାକୁ "ପ୍ରତ୍ୟେକ୍ଷ ଅବକାଶ" କହନ୍ତି। ପ୍ରଭୁଙ୍କୁ ଏହି ଦିନ ଗଜାନନ ବେଶ କରାଯାଏ।

Advertisment

ପଢନ୍ତୁ ଏହି ଖବର: Snana Purnima 2024: ଅତ୍ୟଧିକ ସ୍ନାନ ପରେ ଜରରେ ପଡନ୍ତି ଶ୍ରୀଜୀଉ; ଜାଣନ୍ତୁ କିପରି ହୁଏ ଚିକିତ୍ସା

    ସମସ୍ତ ସ୍ନାନ ଉପଚାର ପରେ ଠାକୁରମାନେ ଶ୍ରୀମନ୍ଦିରକୁ ଗୋଟି ପହଣ୍ଡିରେ ଫେରନ୍ତି। ଭିତର କାଠପାଖ ଅଣସର ପିଣ୍ଡିରେ ଠାକୁରମାନେ ବିଜେ କରିବା ପରେ ତାଟି ବନ୍ଧାଯାଏ ଓ ପଟିମୂର୍ତ୍ତି ସ୍ଥାପନା କରାଯାଏ। ତା’ପରେ ଏହି ଚତୁର୍ଧାମୂର୍ତ୍ତି ସ୍ନାନପୂର୍ଣ୍ଣିମା ଠାରୁ ନେତ୍ରୋତ୍ସବ ପର୍ଯ୍ୟନ୍ତ ଦୀର୍ଘ ୧୫ ଦିନ ଧରି ଜ୍ୱରରେ ପଡ଼ନ୍ତି। ଏହାକୁ ଅଣସର କୁହାଯାଏ। ଏହି ୧୫ ଦିନ ଭକ୍ତମାନେ ଶ୍ରୀଜିଉମାନଙ୍କର ଦର୍ଶନ ପାଆନ୍ତି ନାହିଁ। ଏହି ସମୟରେ ଭକ୍ତମାନେ ନିକଟସ୍ଥ ବ୍ରହ୍ମଗିରିରେ ପୂଜିତ ହେଉଥିବା ଅଲାରନାଥଙ୍କୁ ଦର୍ଶନ କରନ୍ତି।

    Advertisment

    ଭୋର ୫ଟାରୁ ଆରମ୍ଭ ହୋଇଛି ପହଣ୍ଡି । ପ୍ରଥମେ ଧାଡ଼ି ପହଣ୍ଡିରେ ଆସି ସ୍ନାବେଦିରେ ବିରାଜିଲେ ବଡ଼ଠାକୁର । ହଲି ଦୋହଲି ଟାହିଆ ହଲାଇ ରତ୍ନବେଦିରୁ ଆସି ସ୍ନାନବେଦିରେ ବିରାଜିଲେ ବଡ଼ଠାକୁର । ବଡ଼ଠାକୁରଙ୍କ ପଛେପଛେ ପହଣ୍ଡିରେ ଆସି ରତ୍ନବେଦିରେ ବାରିଜିଛନ୍ତି ମହାପ୍ରଭୁ ଜଗନ୍ନାଥ। ଶେଷରେ ରତ୍ନବେଦି ଚାଡ଼ି ସ୍ନାନବେଦିରେ ବିରାଜିଛନ୍ତି ଦେବୀ ସୁଭଦ୍ରା ।

    Snana Purnima
    ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
    Here are a few more articles:
    ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ