/odishatv-khabar/media/post_attachments/uploadimage/library/16_9/16_9_0/IMAGE_1719023337.jpg)
Snan Purnima
ଆଜି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା । ଆଜି ଦାରୁ ଦିଅଁଙ୍କ ଦିବ୍ୟ ସ୍ନାନ । ସଜେଇ ହୋଇଛି ସ୍ନାନବେଦୀ । ଆଜି ସ୍ନାନ ବେଦୀରୁ ଗଜବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ । ଏଥିପାଇଁ ଆରମ୍ଭ ହୋଇସାରିଛି ବ୍ୟାପକ ପ୍ରସ୍ତୁତି । ଭୋର ୫ଟାରୁ ଆରମ୍ଭ ହୋଇଛି ପହଣ୍ଡି । ପ୍ରଥମେ ଧାଡ଼ି ପହଣ୍ଡିରେ ଆସି ସ୍ନାବେଦିରେ ବିରାଜିଲେ ବଡ଼ଠାକୁର । ହଲି ଦୋହଲି ଟାହିଆ ହଲାଇ ରତ୍ନବେଦିରୁ ଆସି ସ୍ନାନବେଦିରେ ବିରାଜିଲେ ବଡ଼ଠାକୁର । ବଡ଼ଠାକୁରଙ୍କ ପଛେପଛେ ପହଣ୍ଡିରେ ଆସି ରତ୍ନବେଦିରେ ବାରିଜିଛନ୍ତି ମହାପ୍ରଭୁ ଜଗନ୍ନାଥ।
Live Updates: Snana Purnima 2024: ସୁନାକୂଅର ସୁବାସିତ ଜଳରେ ସ୍ନାନ କରିବେ ଶ୍ରୀଜିଉ
ସେପଟେ ତିନି ଠାକୁରଙ୍କ ପହଣ୍ଡି ବିଜେ ଶେଷ ପରେ ପୂର୍ବାହ୍ନ ୯ଟା ୧୦ରେ ମଙ୍ଗଳଆଳତି ହେବ । ମଧ୍ୟାହ୍ନ ୧୨ଟା ୨୦ରୁ ଅପରାହ୍ନ ୧ଟା ୪୫ ଭିତରେ ଜଳବିଜେ, ପୂଜା ଓ ସ୍ନାନ ନୀତି ଅନୁଷ୍ଠିତ ହେବ । ଅପରାହ୍ନ ୩ଟାରେ ଗଜପତି ମହାରାଜା ଛେରା ପହଁରା କରିବାପରେ ଅପରାହ୍ନ ୩ଟା ୪୦ରେ ଗଜବେଶ ଆରମ୍ଭ ହେବ । ରାତି ସାଢ଼େ ୭ଟାରୁ ଭକ୍ତଙ୍କ ସାହାଣମେଲା ଦର୍ଶନ ଆରମ୍ଭ ହେବ । ରାତି ସାଢ଼େ ୧୦ଟାରେ ସାହାଣମେଲା ଦର୍ଶନ ବନ୍ଦ ପରେ ରାତି ୧୧ଟାରେ ବେଶ ଓଲାଗି ଓ ସାଢ଼େ ୧୧ଟାରେ ବାହୁଡ଼ା ପହଣ୍ଡି ଆରମ୍ଭ ହେବ । ଗୋଟି ପହଣ୍ଡିରେ ଚତୁର୍ଦ୍ଧାବିଗ୍ରହ ଅଣସର ପିଣ୍ଡିକୁ ବିଜେ କରିବେ । ବାହୁଡ଼ା ପହଣ୍ଡି ରାତି ୨ଟା ଭିତରେ ଶେଷ ହେବ । ପରେ ରାତି ସାଢ଼େ ୨ଟାରେ ସୁନା ଚିତା ଓ ରାହୁରେଖା ମଇଲମ ନୀତି ହେବ ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)