Advertisment

ଆଜି ଶ୍ରୀଜିଉଙ୍କ ସୁନାବେଶ; ମହଣ ମହଣ ସୁନାରେ ସଜେଇ ହେବେ ଚତୁର୍ଦ୍ଧାମୂର୍ତ୍ତି...

ପୁରି ଉଠିବ ସିଂହଦ୍ବାର, ଉଚ୍ଛୁଳିବ ବଡ଼ଦାଣ୍ଡ। ସକାଳୁ ୩ ରଥ ଉପରେ ଦୈନନ୍ଦିନ ନୀତିକାନ୍ତି ପରେ ଅପରାହ୍ନରେ ସ୍ବର୍ଣ୍ଣ ଅଳଙ୍କାରରେ ବିଭୂଷିତ ହୋଇ ଦର୍ଶନ ଦେବେ ରଥାରୁଢ଼ ୩ ଠାକୁର।

ଅଦ୍ୟତନ ହୋଇଛି
Suna Besha 2024

Suna Besha 2024

Advertisment

ଆଜି ରଥ ଉପରେ ଶ୍ରୀଜିଉଙ୍କ ସୁନାବେଶ। ମହଣ ମହଣ ସୁନାରେ ବିଭୂଷିତ ହୋଇ ଦର୍ଶନ ଦେବେ ଚତୁର୍ଦ୍ଧା ମୂର୍ତ୍ତି । ପୁରି ଉଠିବ ସିଂହଦ୍ବାର, ଉଚ୍ଛୁଳିବ ବଡ଼ଦାଣ୍ଡ । ସକାଳୁ ୩ ରଥ ଉପରେ ଦୈନନ୍ଦିନ ନୀତିକାନ୍ତି ପରେ ଅପରାହ୍ନରେ ସ୍ବର୍ଣ୍ଣ ଅଳଙ୍କାରରେ ବିଭୂଷିତ ହୋଇ ଦର୍ଶନ ଦେବେ ରଥାରୁଢ଼ ୩ ଠାକୁର।

Advertisment

ସକାଳ ୬ଟାରୁ ମଙ୍ଗଳ ଆଳତୀ ନୀତି ହୋଇଥିବା ବେଳେ ଦିନ ୧୦ଟା ୩୦ ସୁଦ୍ଧା ଗୋପାଳ ବଲ୍ଲଭ ଭୋଗ ନୀତି ହେବ। ଦିନ ୨ଟାରୁ ୩ଟା ମଧ୍ୟରେ ମଧ୍ୟାହ୍ନ ଧୂପ ନୀତି। ଆଉ ସନ୍ଧ୍ୟା ୫ଟାରୁ ସାଢେ ୬ଟା ମଧ୍ୟରେ ହେବ ସୁନାବେଶ । ରାତି ୧୦ଟା କିମ୍ବା ୧୧ଟା ଯାଏଁ ଏହି ଦୁର୍ଲଭ ବେଶ ଦର୍ଶନର ସୁଯୋଗ ପାଇବେ ଶ୍ରଦ୍ଧାଳୁ। ମହାପ୍ରଭୁଙ୍କ ସୁନା ବେଶରେ ବ୍ୟବହୃତ ଅଳଙ୍କାର ସବୁ ଗତ ୧୪ ତାରିଖରେ ଅସ୍ଥାୟୀ ବାହାର ରତ୍ନ ଭଣ୍ଡାରକୁ ସ୍ଥାନାନ୍ତର କରାଯାଇଛି। ତେଣୁ ସେଠାରୁ ହିଁ ଆଜି ଅଳଙ୍କାର ଅଣାଯାଇ ଶ୍ରୀଜିଉଙ୍କ ରାଜରାଜେଶ୍ବର ବେଶ ସଂପନ୍ନ ହେବ।

ଅଧିକ ପଢ଼ନ୍ତୁ: Ratha Jatra 2024: ଆଜି ସୁନାରେ ଝଲସିବେ ଚତୁର୍ଦ୍ଧାମୂର୍ତ୍ତି; ଜାଣନ୍ତୁ କେଉଁ ଶିଖ୍ ସମ୍ରାଟ ମନ୍ଦିରକୁ ଦେଇଥିଲେ ପ୍ରଚୁର ସୁନା

Advertisment

ଏହି ବେଶ ଦର୍ଶନ ପାଇଁ ଶ୍ରୀକ୍ଷେତ୍ରରେ ୧୫ ଲକ୍ଷରୁ ଅଧିକ ଭକ୍ତଙ୍କ ସମାଗମ ହେବା ଆଶା କରାଯାଉଛି। ଶୃଙ୍ଖଳିତ ଦର୍ଶନ ଲାଗି ପ୍ରଶାସନ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ ହୋଇଥିବା ବେଳେ ରଥାରୁଢ଼ ଶ୍ରୀଜିଉଙ୍କ ସାମ୍ନାରେ କୌଣସି ସେବାୟତଙ୍କୁ ଛିଡ଼ା ହେବାକୁ ବାରଣ କରାଯାଇଛି । ଗତକାଲି ମଧ୍ୟ ରଥାରୁଢ଼ ଶ୍ରୀଜିଉଙ୍କ ଦର୍ଶନ ଲାଗି ଜନସମୁଦ୍ର ପାଲଟିଥିଲା ଶ୍ରୀକ୍ଷେତ୍ର। 

ଅନ୍ୟପଟେ ଭକ୍ତଙ୍କ ଭିଡ଼କୁ ନଜରରେ ରଖି ପୁରୀରେ ଟ୍ରାଫିକ୍ ବ୍ୟବସ୍ଥା ଉପରେ ମଧ୍ୟ ବିଶେଷ ଧ୍ୟାନ ଦିଆଯାଇଛି। ସୁନାବେଶ ଉପଲକ୍ଷେ ହୋଇଛି ସ୍ବତନ୍ତ୍ର ଟ୍ରାଫିକ୍ ରୁଟ୍ ଚାର୍ଟ। ଯେଉଁମାନେ ଭୁବନେଶ୍ବର ପଟୁ ୪ ଚକିଆରେ ଆସୁଥିବେ ସେମାନେ ସଂସ୍କୃତ ବିଶ୍ବବିଦ୍ୟାଳୟ ପରିସର, ବ୍ରହ୍ମଗିରି ପଟୁ ଆସୁଥିବା ଯାତ୍ରୀ ଜଗନ୍ନାଥ ବଲ୍ଲଭ, ୟାତ୍ରିକା ପ୍ୟାଲେସ୍ ଏବଂ ନୋଳିଆ ଫିଲଡରେ ପାର୍କିଂ କରିବେ। କୋଣାର୍କ ପଟୁ ଆସୁଥିବା ଯାତ୍ରୀ, ଇଣ୍ଡୋର ଷ୍ଟାଡ଼ିୟମ୍, ଆଇଟିଆଇ ଏବଂ ହେଲିପ୍ୟାଡ୍ ପାର୍କିଂରେ ଗାଡ଼ି ରଖିବେ। ଭୁବନେଶ୍ବର ପଟୁ ଆସୁଥିବା ଟୁରିଷ୍ଟ ବସ୍ ମାଳତୀପାଟପୁରରେ ଓ ଦୈନିକ ବସ୍ ତାଳବଣିଆଠାରେ ପାର୍କିଂ କରିବେ। 

Advertisment

ସେହିପରି ଭୁବନେଶ୍ବର ପଟୁ ଆସୁଥିବା ଦୁଇ ଚକିଆ ଯାନ ପାଇଁ ଜଗନ୍ନାଥ ବଲ୍ଲଭ, ଜେଲ୍ ରୋଡ୍, ମାଟିତୋଟା ପାର୍କିଂ ଏବଂ କୋଣାର୍କ ପଟୁ ଆସୁଥିଲେ ବ୍ଲୁ ଫାଗ୍ ବିଚ୍, ହୋଟେଲ୍ ନୀଳାଚଳ ଅଶୋକ, ହଲିଡେ ରିସର୍ଟ ପଛପଟ ପାର୍କିଂରେ ଗାଡ଼ି ରହିବ। ଶ୍ରଦ୍ଧାଳୁମାନେ ବ୍ୟାରିକେଡରେ ନନ୍ଦିଘୋଷ ରଥ ପାର୍ଶ୍ବ ଦେଇ ୱାନ ୱେରେ ପ୍ରଥମେ ଶ୍ରୀଜଗନ୍ନାଥ, ପରେ ଦେବୀ ସୁଭଦ୍ରା ଓ ଶେଷରେ ପ୍ରଭୁ ବଳଭଦ୍ରଙ୍କୁ ଦର୍ଶନ କରି ତାଳଧ୍ବଜ ରଥ କଡ଼େ କଡ଼େ ଫେରିବା ଲାଗି ବ୍ୟବସ୍ଥା କରାଯାଇଛି। ଶାନ୍ତି ଶୃଙ୍ଖଳା ରକ୍ଷା ଏବଂ ଭିଡ଼ ନିୟନ୍ତ୍ରଣ ଲାଗି ପୁରୀରେ ମୋଟ୍ ୧୯୦ ପ୍ଲାଟୁନ୍ ପୋଲିସ ଫୋର୍ସ ମୁତୟନ ହୋଇଛନ୍ତି।

ଅଧିକ ପଢ଼ନ୍ତୁ: Ratha Jatra 2024: କିଏ ଆରମ୍ଭ କରିଥିଲେ ଶ୍ରୀଜଗନ୍ନାଥଙ୍କ ସୁନାବେଶ: ଜାଣନ୍ତୁ କେଉଁ ଠାକୁରଙ୍କ ପାଇଁ କେଉଁ ଅଳଙ୍କାର

Suna Besha Ratha Jatra Ratha Yatra Lord Jagannath Suna Besha
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ