Advertisment

ଆରମ୍ଭ ହେଲା ଶ୍ରୀଜିଉଙ୍କ ପହଣ୍ଡି: ବଡ଼ଦାଣ୍ଡକୁ ବିଜେ ହେଲେ ସୁଦର୍ଶନ ମହାପ୍ରଭୁ

ଶ୍ରୀଜିଉଙ୍କର ଆରମ୍ଭ ହେଲା ପହଣ୍ଡି। ଅପେକ୍ଷାର ହେଲା ଅନ୍ତ। ଦଇତାଙ୍କ କାନ୍ଧରେ ବଡ଼ଦାଣ୍ଡକୁ ଓହ୍ଲାଇ ଆସିବେ ସୁଦର୍ଶନ। ସାତ ପାହାଚ ଓ ବାଇସି ପାହାଚ ଦେଇ ବଡ଼ଦାଣ୍ଡକୁ ବିଜେ ହେଉଛନ୍ତି ସୁଦର୍ଶନ। ଅବକାଶ, ରୋଷହୋମ, ଦ୍ୱାରପାଳ ପୂଜା ସହ ଅନ୍ୟାନ୍ୟ ନୀତି ପରେ ସକାଳ ଧୂପରେ ଖେଚୁଡ଼ି ଭୋଗ ଖାଇ ଶ୍ରୀଗୁଣ୍ଡିଚା ଯାତ୍ରା ପାଇଁ ଆସିଲେ ଶ୍ରୀଜିଉ। ମଙ୍ଗଳାର୍ପଣ ହେବା ପରେ ପରେ ଆରମ୍ଭ ହେଲା ପହଣ୍ଡି। ଧାଡ଼ି ପହଣ୍ଡିରେ ଚତୁର୍ଦ୍ଧାମୂର୍ତ୍ତୀ ଦଇତାଙ୍କ କାନ୍ଧରେ ଝୁଲି ଝୁଲି ଆସିବେ ବଡ଼ଦାଣ୍ଡକୁ। ଚାମର ପଡ଼ୁଛି, ଆଲଟ ହେଉଛି ତାହା ସାଙ୍ଗକୁ ବିଜେ କାହାଳୀ ବି ବାଜୁଛି।

author-image
Sarbeswar
ଅଦ୍ୟତନ ହୋଇଛି
ଆରମ୍ଭ ହେଲା ଶ୍ରୀଜିଉଙ୍କ ପହଣ୍ଡି: ବଡ଼ଦାଣ୍ଡକୁ ବିଜେ ହେଲେ ସୁଦର୍ଶନ ମହାପ୍ରଭୁ

Pahandi

ପୁରୀ: ଶ୍ରୀଜିଉଙ୍କର ଆରମ୍ଭ ହେଲା ପହଣ୍ଡି। ଅପେକ୍ଷାର ହେଲା ଅନ୍ତ। ଦଇତାଙ୍କ କାନ୍ଧରେ ବଡ଼ଦାଣ୍ଡକୁ ଓହ୍ଲାଇ ଆସିବେ ସୁଦର୍ଶନ। ସାତ ପାହାଚ ଓ ବାଇସି ପାହାଚ ଦେଇ ବଡ଼ଦାଣ୍ଡକୁ ବିଜେ ହେଉଛନ୍ତି ସୁଦର୍ଶନ। ଅବକାଶ, ରୋଷହୋମ, ଦ୍ୱାରପାଳ ପୂଜା ସହ ଅନ୍ୟାନ୍ୟ ନୀତି ପରେ ସକାଳ ଧୂପରେ ଖେଚୁଡ଼ି ଭୋଗ ଖାଇ ଶ୍ରୀଗୁଣ୍ଡିଚା ଯାତ୍ରା ପାଇଁ ଆସିଲେ ଶ୍ରୀଜିଉ।

Advertisment

ଦେଖନ୍ତୁ ପୁରୀ ଜଗନ୍ନାଥ ରଥଯାତ୍ରାର ସିଧା ପ୍ରସାରଣ

ମଙ୍ଗଳାର୍ପଣ ହେବା ପରେ ପରେ ଆରମ୍ଭ ହେଲା ପହଣ୍ଡି। ଧାଡ଼ି ପହଣ୍ଡିରେ ଚତୁର୍ଦ୍ଧାମୂର୍ତ୍ତୀ ଦଇତାଙ୍କ କାନ୍ଧରେ ଝୁଲି ଝୁଲି ଆସିବେ ବଡ଼ଦାଣ୍ଡକୁ। ଚାମର ପଡ଼ୁଛି, ଆଲଟ ହେଉଛି ତାହା ସାଙ୍ଗକୁ ବିଜେ କାହାଳୀ ବି ବାଜୁଛି।

Advertisment

ପ୍ରଥମେ ସୁଦର୍ଶନ ମହାପ୍ରଭୁ, ପରେ ବଡ଼ଭାଇ ବଳଭଦ୍ର, ପରେ ପରେ ଦେବୀ ସୁଭଦ୍ର ଓ ସଭା ଶେଷରେ କାଳିଆ ହାତୀ ପହଣ୍ଡିରେ ଆସିବ। ସାତ ପାହାଚ ନିକଟରେ ଦୁଇ ଭାଇଙ୍କୁ ଟାହିଆ ଲାଗି ହେବ। ନିର୍ଦ୍ଧାରିତ ସମୟ ପୂର୍ବରୁ ପହଣ୍ଡି ଆରମ୍ଭ ହୋଇଛି। ଏଠାରେ କହିରଖୁଛୁ ଯେ, ଶ୍ରୀ ସୁଦର୍ଶନଙ୍କର ଶୂନ୍ୟ ପହଣ୍ଡି ହୋଇଥାଏ।

Odisha Puri Ratha Jatra Puri Ratha Jatra 2021
Advertisment
Advertisment