Advertisment

ଭୁବନେଶ୍ୱରରେ ରାଜ୍ୟ ସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ

ରାଜଧାନୀ ଭୁବନେଶ୍ୱରରେ ପାଳିତ ହୋଇଛି ରାଜ୍ୟ ସ୍ତରୀୟ ସାଧାରଣତନ୍ତ୍ର ଦିବସ। ରାଜ୍ୟପାଳ ପ୍ରଫେସର ଗଣେଣୀ ଲାଲ୍ ମହାତ୍ମା ଗାନ୍ଧି ମାର୍ଗରେ ପତାକା ଉତ୍ତୋଳନ କରିଛନ୍ତି।

ଅଦ୍ୟତନ ହୋଇଛି
Republic Day Celebration In Bhubaneswar

Republic Day Celebration In Bhubaneswar

Advertisment

ରାଜଧାନୀ ଭୁବନେଶ୍ୱର ରେ ପାଳିତ ହୋଇଛି ରାଜ୍ୟ ସ୍ତରୀୟ ସାଧାରଣତନ୍ତ୍ର ଦିବସ। ରାଜ୍ୟପାଳ ପ୍ରଫେସର ଗଣେଣୀ ଲାଲ୍ ମହାତ୍ମା ଗାନ୍ଧି ମାର୍ଗରେ ପତାକା ଉତ୍ତୋଳନ କରିଛନ୍ତି। ସମ୍ମାନିତ ଅତିଥି ଭାବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗ ଦେଇଥିଲେ। ଏଥରର ପରେଡର ନେତୃତ୍ୱ ନେଇଛନ୍ତି କେସିଙ୍ଗାର SDPO ୟସ ପ୍ରତାପ ଶ୍ରୀମାଲ। 

Advertisment

ଚଳିତ ବର୍ଷ ପ୍ରଥମ ଥର ପାଇଁ ଆନ୍ଧ୍ର ପୋଲିସର ଏକ ଟ୍ରୁପ୍ ପରେଡରେ ସାମିଲ ହୋଇଥିଲା। ଏହାବ୍ୟତୀତ ବାଇକ୍‌ରେ ଡେୟାରଡେଭିଲ ଦୁଃସାହାସିକ କଳା ପ୍ରଦର୍ଶନ ସମେତ ଓଡିଶା ସରକାରଙ୍କର ପ୍ରମୁଖ ବିଭାଗର ୮ଟି ପ୍ରଜ୍ଞାପନ ମେଢ ଓ ସ୍କେଟିଂ ଏକାଡେମୀ ପକ୍ଷରୁ ସ୍କେଟିଂ କରାଯାଇଥିଲା। ରାଜ୍ୟର ଲୋକ କଳା, ପାରମ୍ପରିକ ବାଦ୍ୟ ମଧ୍ୟ ପ୍ରଦର୍ଶିତ ହୋଇଥିଲା।

ଅଧିକ ପଢ଼ନ୍ତୁ: ସମ୍ବିଧାନ କାର୍ଯ୍ୟକାରୀ ପାଇଁ ଜାନୁଆରୀ ୨୬କୁ କାହିଁକି ବଛାଗଲା

ସେପଟେ କଟକ ହାଇକୋର୍ଟ ପରିସରରେ ୭୪ ତମ ସାଧାରଣତନ୍ତ୍ର ଦିବସ ପାଳନ କରାଯାଇଛି। ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ ଏସ୍. ମୁରଲୀଧର ଜାତୀୟ ପତାକା ଉତ୍ତୋଳନ କରିଥିଲେ। ଏହି ଅବସରରେ ପୋଲିସ ବ୍ୟାଣ୍ଡ୍‌ ଦ୍ୱାରା ଜାତୀୟ ସଙ୍ଗୀତ ପରିବେଷଣ କରାଯାଇଥିଲା। କାର୍ଯ୍ୟକ୍ରମରେ ଓଡ଼ିଶା ହାଇକୋର୍ଟର ସମସ୍ତ ବିଚାରପତିଙ୍କ ସମେତ ବିଚାର ବିଭାଗୀୟ ଅଧିକାରୀ ତଥା କର୍ମଚାରୀମାନେ ଉପସ୍ଥିତ ଥିଲେ। 

Advertisment
Republic Day
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ