Advertisment

ପୁରୀରୁ ୧୪୪ ଧାରା ପ୍ରତ୍ୟାହାର, ଆଡ଼ପ ମଣ୍ଡପ ବିଜେ ପହଣ୍ଡି ପାଇଁ କଟକଣା ଜାରି

କୁମ୍ଭାରପଡା ସାହିର ମିଶ୍ର ଲେନ ଦେଇ ବଡଶଙ୍ଖରୁ ବାନାମ୍ବର ଛକ, ପୁରୁଣା ନବକଳେବର ରୋଡ ଦେଇ ବାନାମ୍ବର ଛକ ଠାରୁ ମାଟିଆପଡା ଛକ, ମାଟିଆପଡା ଛକ ଠାରୁ ଆଶୁତୋଷ ମଠ ଛକ, ଆଶୁତୋଷ ମଠ ଛକ ଠାରୁ ନୀଳକଣ୍ଠ ମନ୍ଦିର ଛକ, ନୀଳକଣ୍ଠ ମନ୍ଦିର ଛକ ଠାରୁ ବଡଶଙ୍ଖ ପର୍ଯ୍ୟନ୍ତ ଏହି କଟକଣା ଆସନ୍ତାକାଲି ସକାଳ ୬ ଟା ପର୍ଯ୍ୟନ୍ତ ବଳବତ୍ତର ରହିବ ।

ଅଦ୍ୟତନ ହୋଇଛି
ପୁରୀରୁ ୧୪୪ ଧାରା ପ୍ରତ୍ୟାହାର, ଆଡ଼ପ ମଣ୍ଡପ ବିଜେ ପହଣ୍ଡି ପାଇଁ କଟକଣା ଜାରି

puri

Advertisment

ପୁରୀ : ରଥଯାତ୍ରା ପାଇଁ ଆଜି ରାତି ୮ଟା ପର୍ଯ୍ୟନ୍ତ ଜାରି ଥିବା ୧୪୪ ଧାରାକୁ ପ୍ରତ୍ୟାହାର କରି ନିଆଯାଇଛି । କିନ୍ତୁ କୁମ୍ଭାରପଡା ସାହିର ମିଶ୍ର ଲେନ ଦେଇ ବଡଶଙ୍ଖରୁ ବାନାମ୍ବର ଛକ, ପୁରୁଣା ନବକଳେବର ରୋଡ ଦେଇ ବାନାମ୍ବର ଛକ ଠାରୁ ମାଟିଆପଡା ଛକ, ମାଟିଆପଡା ଛକ ଠାରୁ ଆଶୁତୋଷ ମଠ ଛକ, ଆଶୁତୋଷ ମଠ ଛକ ଠାରୁ ନୀଳକଣ୍ଠ ମନ୍ଦିର ଛକ, ନୀଳକଣ୍ଠ ମନ୍ଦିର ଛକ ଠାରୁ ବଡଶଙ୍ଖ ପର୍ଯ୍ୟନ୍ତ ଏହି କଟକଣା ଆସନ୍ତାକାଲି ସକାଳ ୬ ଟା ପର୍ଯ୍ୟନ୍ତ ବଳବତ୍ତର ରହିବ ।

Advertisment

ଶ୍ରୀଜୀଉ ମାନଙ୍କ ଆଡପ ମଣ୍ତପ ବିଜେ ପହଣ୍ତି ପାଇଁ ପ୍ରଶାସନ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି । ଏହି ସମୟ ମଧ୍ୟରେ ଉକ୍ତ ଅଞ୍ଚଳରେ ସମସ୍ତ ଦୋକାନ ବଜାର, ଔଷଧ ଦୋକାନ, ବାଣିଜ୍ୟିକ ପ୍ରତିଷ୍ଠାନ, କାର୍ଯ୍ୟେଳୟ ବନ୍ଦ ରହିବ । ସାଧାରଣ ଲୋକଙ୍କ ଚଳପ୍ରଚଳ ଉପରେ କଟକଣା ଜାରି କରାଯାଇଛି । କେବଳ ସ୍ୱୀକୃତିପ୍ରାପ୍ତ ଏବଂ ଅତ୍ୟାବଶ୍ୟକ ସାମଗ୍ରୀ ବହନ କରିଥିବା ଗାଡିକୁ ଛାଡିଦେଲେ ଅନ୍ୟଗାଡି ଗୁଡିକ ଯିବା ଆସିବା ଉପରେ ମଧ୍ୟ କଟକଣା ବଳବତ୍ତର ରହିବ ।

ସେପଟେ ଆଜି ଆଡ଼ପ ମଣ୍ଡପକୁ ବିଜେ କରିବେ ଚତୁର୍ଦ୍ଧାମୂରତି । ଗୋଟି ପହଣ୍ଡି କରି ଜନ୍ମବେଦୀକୁ ଯିବେ ଚତୁର୍ଦ୍ଧାମୂର୍ତ୍ତି । ପ୍ରଥମେ ରାମକୃଷ୍ଣ ଓ ମଦନମୋହନଙ୍କ ଗୋଟି ପହଣ୍ଡି ଆରମ୍ଭ ହେବ ପରେ ୩ ଠାକୁର ପହଣ୍ଡି କରି ଆଡ଼ପ ମଣ୍ଡପକୁ ଯିବେ । ଆଡ଼ପ ମଣ୍ଡପରୁ ଆଜିଠୁ ଦର୍ଶନ ଦେବେ ଭଗବାନ । ଶାସ୍ତ୍ରରେ କୁହାଯାଇଛି ରତ୍ନ ମଣ୍ଡପରେ ବର୍ଷସାରା ଦର୍ଶନରେ ଯେଉଁ ଫଳ ମିଳେ, ଆଡ଼ପ ମଣ୍ଡପରେ ଦିନେ ଦର୍ଶନରେ ସେହି ଫଳ ପ୍ରାପ୍ତ ହୁଏ। ହେଲେ କରୋନା କଟକଣା ପାଇଁ ଚଳିତ ଥର ଗୁଣ୍ଡିଚା ମନ୍ଦିର ଯାଇ ଶ୍ରୀଜିଉଙ୍କ ଦର୍ଶନରୁ ବଞ୍ଚିତ ରହିବେ ଭକ୍ତ । ହେବନି ଭକ୍ତ-ଭଗବାନଙ୍କ ମିଳନ । ହେଲେ ଭକ୍ତଙ୍କୁ କିନ୍ତୁ ଆଡ଼ପ ଅବଢ଼ା ମିଳିବ । ଏଥିପାଇଁ ସମସ୍ତ ପ୍ରସ୍ତୁତି ଆରମ୍ଭ ହୋଇଛି ।

Advertisment

ଗତକାଲି ସନ୍ଧ୍ୟା ପୂର୍ବରୁ ଶ୍ରୀଗୁଣ୍ଡିଚା ସମ୍ମୁଖରେ ଲାଗିଥିଲା ତିନିରଥ । ଅପରାହ୍ନ ୪.୩୦ରେ ବଡ଼ଭାଇ ବଳଭଦ୍ରଙ୍କ ତାଳଧ୍ୱଜ ରଥ ପହଞ୍ଚିଥିବା ବେଳେ ୫ଟା ସମୟରେ ଦେବୀ ସୁଭଦ୍ରାଙ୍କ ରଥ ଦର୍ପଦଳନ ଓ ୫.୩୦ରେ ମହାପ୍ରଭୁ ଜଗନ୍ନାଥଙ୍କ ରଥ ନନ୍ଦିଘୋଷ ଗୁଣ୍ଡିଚା ମନ୍ଦିର ସମ୍ମୁଖରେ ପହଞ୍ଚିଥିଲା । ନବଦିନାତ୍ମକ ଯାତ୍ରା ପାଇଁ ଶ୍ରୀମନ୍ଦିରରୁ ଗୁଣ୍ଡିଚା ମନ୍ଦିରକୁ ବଡ଼ ଭାଇ ବଳଭଦ୍ର, ଭଉଣୀ ଦେବୀ ସୁଭଦ୍ରାଙ୍କ ସହ ଆସିଛନ୍ତି ଜଗତ ଠାକୁର ।

Advertisment
Odisha Puri Puri Jagannath Temple Ratha Jatra
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ