ପୁଣି ଇସ୍କନର ମନମାନୀ । ଆସନ୍ତାକାଲି ଲଣ୍ଡନଠାରେ ଆୟୋଜିତ ହେବାକୁ ଯାଉଛି ଅଦିନିଆ ରଥଯାତ୍ରା । ଇସ୍କନ ଅନୁଗାମୀ ଓ ଜଗନ୍ନାଥ ପ୍ରେମୀ ଯୋଗ ଦେବା ପାଇଁ ଅନଲାଇନ ମାଧ୍ୟମରେ ସୂଚନା ଦେଇଛି ଇସ୍କନ । ୟୁଟ୍ୟୁବର ଗୋବିନ୍ଦ କ୍ରିଷ୍ଣ ଦାସ ସ୍ବତନ୍ତ୍ର ଅତିଥି ଭାବେ ଯୋଗ ଦେବା ନେଇ ମଧ୍ୟ ସୂଚନା ରହିଛି । ଏହି ଅବସରରେ ସାଂସ୍କୃତିକ କାର୍ଯ୍ୟକ୍ରମ, କୀର୍ତ୍ତନ, ଯୋଗ ସହ ଅନ୍ୟାନ୍ୟ କାର୍ଯ୍ୟକ୍ରମ ମଧ୍ୟ ଆୟୋଜନ ହେବ । ଏହାକୁ ନେଇ ପୁରୀରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି l
Also Read
ଅଧିକ ପଢ଼ନ୍ତୁ: ଶନିଙ୍କ ଦେହର ରଙ୍ଗ କାହିଁକି କଳା ଓ କାହିଁକି ତାଙ୍କର ଗୋଟିଏ ଗୋଡ଼ ଛୋଟା?
ଇସ୍କନ ଏପରି ବାରମ୍ବାର ନିୟମ ବାହାରେ କାର୍ଯ୍ୟ କରୁଥିବାକୁ ସେବାୟତମାନେ କ୍ଷୋଭ ପ୍ରକାଶ କରିଛନ୍ତି l ପୁରୀରେ ମହାପ୍ରଭୁଙ୍କର ପରମ୍ପରା ଅନୁଯାୟୀ ରଥଯାତ୍ରା ହେଉଛି ଏହାକୁ ସମସ୍ତେ ମାନିବା ଆବଶ୍ୟକ l ରାଜ୍ୟ ଓ କେନ୍ଦ୍ର ସରକାର ହସ୍ତକ୍ଷେପ କରି ଏହାକୁ ତୁରନ୍ତ ବନ୍ଦ କରିବା ପାଇଁ ଦାବି ହେଉଛି l ବାରମ୍ବାର ଇସ୍କନ ପକ୍ଷରୁ ଏଭଳି ଅଦିନିଆ ରଥଯାତ୍ରା କରି କୋଟି କୋଟି ଜଗନ୍ନାଥ ପ୍ରେମୀଙ୍କ ଧର୍ମୀୟ ଭାବନା ପ୍ରତି କୁଠାରଘାତ କରାଯାଉଛି । ଏପରିକି ଇସ୍କନ ପକ୍ଷରୁ ରଥାରୁଢ଼ ଶ୍ରୀଜିଉଙ୍କର ଭୁଲ୍ ଫଟୋ ବି ଜାରି ହୋଇଛି। ବଳଭଦ୍ରଙ୍କ ତାଳଧ୍ବଜରେ ଶ୍ରୀଜଗନ୍ନାଥଙ୍କ ଫଟୋ ରହିଥିବା ବେଳେ ସୁଭଦ୍ରାଙ୍କ ଦର୍ପଦଳନରେ ବଳଭଦ୍ର ଓ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷରେ ଦେବୀ ସୁଭଦ୍ରାଙ୍କ ଫଟୋ ରହିଛି। ତେବେ ଏନେଇ ଇସ୍କନ ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିନାହିଁ ।