/odishatv-khabar/media/post_attachments/uploadimage/library/16_9/16_9_0/sri-mandir_1626420775.jpg)
sri mandir
ପୁରୀ: ଦଶହରା ଦିନ ସର୍ବସାଧାରଣଙ୍କ ପାଇଁ ଶ୍ରୀମନ୍ଦିରରେ ଦର୍ଶନ ବନ୍ଦ ରହିବ। ସେହିପରି ୧୬ ତାରିଖ ଭସାଣୀରେ ଦିନ ୧୨ଟା ପରଠାରୁ ଦର୍ଶନ ବନ୍ଦ ରହିବ। ଶ୍ରୀମନ୍ଦର ପ୍ରଶାସନ ପକ୍ଷରୁ ଜାରି ହୋଇଥିବା ନୂଆ ଏସ୍ଓପିରେ ସର୍ବସାଧାରଣ ଦର୍ଶନ ଲାଗି ଏହି ନିର୍ଦ୍ଦେଶାବଳୀ ଜାରି କରାଯାଇଛି।
Advertisment
କାର୍ତ୍ତିକ ପୂର୍ଣ୍ଣିମା, ଦୀପାବଳି, ବଡ଼ ଏକାଦଶୀ ଏବଂ କାର୍ତ୍ତିକ ପୂର୍ଣ୍ଣିମାରେ ମଧ୍ୟ ସର୍ବସାଧାରଣଙ୍କ ପାଇଁ ଶ୍ରୀମନ୍ଦିରରେ ଦର୍ଶନ ବନ୍ଦ ରହିବ। ତେବେ କୁମାର ପୂର୍ଣ୍ଣିମାରେ ମନ୍ଦିର ଖୋଲା ରହିବ। ମନ୍ଦିରକୁ ବିଶୋଧନ କରିବା ଲାଗି ପ୍ରତି ରବିବାର ଦର୍ଶନ ମଧ୍ୟ ବନ୍ଦ ରହିବ ବୋଲି ନୂଆ ଏସ୍ଓପିରେ କୁହାଯାଇଛି। ଅନ୍ୟ ଦିନରେ ଭକ୍ତମାନେ ସକାଳ ୭ଟାରୁ ରାତି ୯ଟା ପର୍ଯ୍ୟନ୍ତ ଚତୁର୍ଦ୍ଧା ମୂରତିଙ୍କ ଦର୍ଶନ କରିପାରିବେ।
ଶ୍ରୀମନ୍ଦିର ପରିସରକୁ ପଲିଥିନ ନେବା ସମ୍ପୂର୍ଣ୍ଣ ନିଷେଧ କରାଯାଇଛି। ଯଦି କେହି ଶ୍ରୀମନ୍ଦିରକୁ ପଲିଥିନ ନେଇ ଯାଆନ୍ତି, ଏଥିପାଇଁ ତାଙ୍କୁ ୧୦୦ ଟଙ୍କା ଜରିମାନା ଦେବାକୁ ପଡ଼ିବ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)