/odishatv-khabar/media/post_attachments/uploadimage/library/16_9/16_9_0/IMAGE_1704076888.jpg)
Bhubaneswar
ନୂଆବର୍ଷକୁ ଶାନ୍ତି ଶୃଙ୍ଖଳାରେ ପାଳନ ପାଇଁ ରାଜଧାନୀ ଭୁବନେଶ୍ୱରର ପୋଲିସ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଥିଲା । ଭୁବନେଶ୍ୱରର ବିଭିନ୍ନ ଛକ ଗୁଡ଼ିକରେ ପୋଲିସ ଚେକିଂ କଡ଼ାକଡ଼ି କରା ଯାଇଥିଲା । ମଦ୍ୟ ପାନ କରି ଗାଡ଼ି ଚଲାଉଥିବା ଗାଡ଼ି ଚାଳକଙ୍କୁ ଅଟକାଇ ବ୍ରେଥ୍ ଆନାଲାଇଜର୍ ସାହାଯ୍ୟରେ ଚେକିଂ କରିଥିଲା ।
ସେହିପରି ଖୋଲାସ୍ଥାନରେ ଜିରୋ ନାଇଟ୍ ପାଇଁ ବାରଣ କରାଯାଥିଲା । ବଡ଼ଗଡ଼, ଲକ୍ଷ୍ମୀ ସାଗର, ଚନ୍ଦ୍ରଶେଖରପୁର, ଇନଫୋସିଟି, ଖଣ୍ଡଗିରି, ନୟାପଲ୍ଲୀ ପ୍ରମୁଖ ଛକରେ ସାରା ରାତି ବ୍ଲକିଂ ଓ ଚେକିଂ କରିଥିଲା ପୋଲିସ ।
ସେପଟେ ବାଲୁକାକଳାରେ ମହାପ୍ରଭୁଙ୍କ ବଡସିଂହାର ବେଶ। ବାଲିରେ ଶ୍ରୀଜଗନ୍ନାଥଙ୍କ ପ୍ରାୟ ୨୫ଫୁଟର ମୂର୍ତ୍ତି କରିଛନ୍ତି ଅନ୍ତର୍ଜାତୀୟ ବାଲୁକାଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ । ପୁରୀ ସ୍ବର୍ଣ୍ଣାଭ ବେଳାଭୂମିରେ ହୋଇଥିବା ଏହି ବିଶାଳ ବାଲୁକାକଳାରେ ଗେଣ୍ଡୁ, ଗୋଲାପ, ସେବତୀ ଫୁଲ ବ୍ୟବହାର ହୋଇଛି ।
ଏଥିସହ ମହାପ୍ରଭୁଙ୍କ ନାକଚଣା, ହୃଦୟ ପଦକ, କର ପଲ୍ଲଭ ବେଳାଭୂମିରେ ଶୋଭା ବର୍ଦ୍ଧନ କରୁଛି । ୨୦୨୪ ନୂଆ ବର୍ଷକୁ ସ୍ବାଗତ କରିବାକୁ ସୁଦର୍ଶନ ତାଙ୍କ ବାଲୁକାକଳାରେ ଜୟ ଜଗନ୍ନାଥ ବି ଲେଖିଛନ୍ତି ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)