• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Swadesi Megha Mallhar Prusty

ଆଜି ପଞ୍ଚୁକର ଦ୍ବିତୀୟ ଦିନରେ ଶ୍ରୀଜିଉଙ୍କର ବାଙ୍କଚୂଡ଼ ବେଶ । ପଞ୍ଚୁକରେ ଶ୍ରୀଜିଉଙ୍କ ଦର୍ଶନ ଲାଗି ଶ୍ରୀମନ୍ଦିରରେ ଲାଗିଛି ଶ୍ରଦ୍ଧାଳୁଙ୍କ ଭିଡ଼ । ଗତକାଲି ପ୍ରଥମ ଦିନରେ ଭକ୍ତଙ୍କୁ ଲକ୍ଷ୍ମୀନାରାୟଣ ବେଶରେ ଦର୍ଶନ ଦେଇଥିଲେ କଳାଠାକୁର ।

ବିଶ୍ବାସ ରହିଛି ଶ୍ରୀଜୀଉଙ୍କ ଦ୍ବାଦଶ ଯାତ୍ରା ମଧ୍ୟରୁ ଅନ୍ୟତମ ଏଇ ପଞ୍ଚୁକ ଯାତ୍ରା । ଏହି ସମୟରେ ମହାପ୍ରଭୁଙ୍କୁ ଦର୍ଶନ କଲେ କୋଟି ପୁଣ୍ୟ ମିଳିଥାଏ । ତେଣୁ ଦର୍ଶନ ପାଇଁ ପୂର୍ବଦିନ ଅପେକ୍ଷା ପଞ୍ଚୁକରେ ଶ୍ରୀମନ୍ଦିରରେ ଅଧିକ ଭିଡ଼ ଦେଖିବାକୁ ମିଳୁଛି ।

ବିଶ୍ୱାସ ରହିଛି ଶ୍ରୀଜୀଉଙ୍କ ଦ୍ୱାଦଶ ଯାତ୍ରା ମଧ୍ୟରୁ ଅନ୍ୟତମ ପଞ୍ଚୁକ ଯାତ୍ରାର ସମୟରେ ମହାପ୍ରଭୁଙ୍କୁ ଦର୍ଶନ କଲେ କୋଟି ପୂଣ୍ୟ ମିଳିଥାଏ । ତେଣୁ ଦର୍ଶନ ପାଇଁ ପୂର୍ବଦିନ ଅପେକ୍ଷା ଭିଡ଼ ଅଧିକ ଥିଲା । ଭକ୍ତଙ୍କ ବ୍ୟାରିକେଡ୍ ଯନ୍ତ୍ରଣାର ଦୃଶ୍ୟ ବାରମ୍ବାର ସାମ୍ନାକୁ ଆସିବା ପରେ ଦର୍ଶନ ବ୍ୟବସ୍ଥାରେ ସୁଧାର ଆଣିବାକୁ ପ୍ରଶାସନ ପକ୍ଷରୁ ତତ୍ପରତା ଦେଖିବାକୁ ମିଳିଥିଲା ।

ତେବେ ପହିଲି ପଞ୍ଚୁକରେ ପ୍ରଭୁ ଲକ୍ଷ୍ମୀନାରାୟଣ ବେଶରେ ଦର୍ଶନ ଦେଇଥିଲେ । ଅନ୍ୟପଟେ ପଞ୍ଚୁକର ଦ୍ବିତୀୟ ଦିନରେ ଆଠଗଡ଼ର ବାବା ଧବଳେଶ୍ବରଙ୍କ ଗଙ୍ଗାଧର ବେଶ । ପଞ୍ଚୁକରେ ଧବଳେଶ୍ବରଙ୍କ ଦର୍ଶନ ଲାଗି ଆଜି ସକାଳୁ ସକାଳୁ ଶ୍ରଦ୍ଧାଳୁମାନେ ଭିଡ଼ ଲଗାଇଛନ୍ତି ।

ପହିଲି ପଞ୍ଚୁକରେ ବାବା ଧବଳେଶ୍ୱର ଚନ୍ଦ୍ରମଉଳି ବେଶରେ ଦର୍ଶନ ଦେଇଥିଲେ । ଆଜି ଦ୍ବିତୀୟ ଦିନରେ ମଧ୍ୟ ସ୍ବତନ୍ତ୍ର ନୀତିକାନ୍ତି ରହିଛି । ଶୃଙ୍ଖଳିତ ଦର୍ଶନ ଲାଗି ପ୍ରଶାସନ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଛି । ଆସନ୍ତାକାଲି ବଡ଼ଓଷାରେ ବଡ଼ସିଂହାର ସ୍ବତନ୍ତ୍ର ବେଶରେ ଦର୍ଶନ ଦେବେ ବାବା ଧବଳେଶ୍ବର ।