Advertisment

ଆଜି ଶ୍ରୀମନ୍ଦିର ବନ୍ଦ

ଆଜି ଶ୍ରୀମନ୍ଦିର ବନ୍ଦ। ଆଜି ବିଶ୍ୱକର୍ମା ପୂଜା ଏବଂ ବଡ଼ ଏକାଦଶୀ ଥିବାରୁ ଶ୍ରଦ୍ଧାଳୁଙ୍କ ଭିଡ଼ ହେବା ଆଶଙ୍କାରେ ମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ ରଖାଯାଇଛି। ଆଜି ବିଶ୍ୱକର୍ମା ପୂଜା ସହ ବାମନ ଜନ୍ମ, ପାର୍ଶ୍ୱ ପରିବର୍ତ୍ତନ ବା ବଡ଼ ଏକାଦଶୀ, ସଂକ୍ରାନ୍ତି ମଧ୍ୟ ପଡ଼ିଛି।

author-image
Rajalaxmi Sahoo
Srimandir

Srimandir

ପୁରୀ: ଆଜି ଶ୍ରୀମନ୍ଦିର ବନ୍ଦ। ଆଜି ବିଶ୍ୱକର୍ମା ପୂଜା ଏବଂ ବଡ଼ ଏକାଦଶୀ ଥିବାରୁ ଶ୍ରଦ୍ଧାଳୁଙ୍କ ଭିଡ଼ ହେବା ଆଶଙ୍କାରେ ମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ ରଖାଯାଇଛି। ଆଜି ବିଶ୍ୱକର୍ମା ପୂଜା ସହ ବାମନ ଜନ୍ମ, ପାର୍ଶ୍ୱ ପରିବର୍ତ୍ତନ ବା ବଡ଼ ଏକାଦଶୀ, ସଂକ୍ରାନ୍ତି ମଧ୍ୟ ପଡ଼ିଛି। ଏଥିଯୋଗୁ ଭିଡ଼ ଆଶଙ୍କାରେ ମନ୍ଦିରରେ ସାଧାରଣ ଦର୍ଶନ ବନ୍ଦ ରଖାଯାଇଛି। ନୂଆ ଏସ୍ଓପି ଅନୁଯାୟୀ ମନ୍ଦିର ବନ୍ଦ ରଖାଯାଇଛି।

Advertisment

ଅନ୍ୟପଟେ ଶ୍ରୀମନ୍ଦିରରେ ଆଜି ସ୍ୱତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହେଉଛି। ଆଜି ମହାପ୍ରଭୁଙ୍କର ପାର୍ଶ୍ୱ ପରିବର୍ତ୍ତନ ନୀତି ସହ ୨ଟି ବଡ଼ସିଂହାର ବେଶ ହେବ। ସେପ୍ଟେମ୍ବର ୧୦ ତାରିଖ ଦିନଠୁ ୩ ଦିନ ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ସାଧାରଣ ଦର୍ଶନ ବନ୍ଦ ରହିଥିଲା। ମନ୍ଦିର ପ୍ରଶାସନ ସୂଚନା ଅନୁସାରେ, ସେପ୍ଟେମ୍ବର ୧୦ ଗଣେଶ ପୂଜା ଥିବାରୁ ଶ୍ରୀମନ୍ଦିର ଭକ୍ତଙ୍କ ପାଇଁ ବନ୍ଦ ରଖାଯାଇଥିଲା। ସେପଟେ ପୂର୍ବ ଏସ୍ଓପି ଅନୁଯାୟୀ ଶନିବାର ଓ ରବିବାର ବି ଶ୍ରୀମନ୍ଦିରରେ ଦର୍ଶନ ବନ୍ଦ ଥିଲା। 

Advertisment

ସୂଚନାଥାଉ କି, ଗତ ୮ ତାରିଖ ଶ୍ରୀମନ୍ଦିର ଦର୍ଶନ ବ୍ୟବସ୍ଥାକୁ ନେଇ ସମୀକ୍ଷା ବୈଠକ ଆୟୋଜିତ ହୋଇଥିଲା । ଭର୍ଚୁଆଲ ମାଧ୍ୟମରେ ବୈଠକ ଆରମ୍ଭ ହୋଇଥିଲା। ବୈଠକରେ ଶନିବାର ଶ୍ରୀମନ୍ଦିର ଖୋଲିବ ବୋଲି ନିଷ୍ପତ୍ତି ନିଆଯାଇଥିଲା। କେବଳ ସାନିଟାଇଜେସନ ପାଇଁ ରବିବାର ଦିନ ଦର୍ଶନ ବନ୍ଦ ରହିବ। ଏହାସହ ଦୈନିକ ଦର୍ଶନ ଅବଧି ମଧ୍ୟ ୨ ଘଣ୍ଟା ବୃଦ୍ଧି ହୋଇଥିବା ନିଷ୍ପତ୍ତି ହୋଇଛି। ଫଳରେ ସକାଳ ୭ଟାରୁ ରାତି ୯ଟା ପର୍ଯ୍ୟନ୍ତ ପ୍ରଭୁଙ୍କୁ ଦର୍ଶନ କରିପାରିବେ ଶ୍ରଦ୍ଧାଳୁ। ଗଣେଶ ପୂଜା ଓ ୧୭ ତାରିଖ ବିଶ୍ୱକର୍ମା ପୂଜା ଦିନ ଦର୍ଶନ ବନ୍ଦ ରଖିବାକୁ ନିଷ୍ପତ୍ତି ହୋଇଥିଲା। ଅକ୍ଟୋବର ମାସରେ ମଧ୍ୟ ୩ ଦିନ ପାଇଁ ଶ୍ରୀମନ୍ଦିର ବନ୍ଦ ରହିବ। 

Srimandir Puri Srimandir
Advertisment
Advertisment