Ashwini Vaishnaw
ନୂଆଦିଲ୍ଲୀ: ନୂଆଦିଲ୍ଲୀର ହଜ୍ଖସ୍ ଜଗନ୍ନାଥ ମନ୍ଦିରରେ ରଥଯାତ୍ରା ଅବସରରେ ପୂଜାର୍ଚ୍ଚନା କରାଯାଇଛି । କରୋନା କଟକଣା ଯୋଗୁଁ ରଥଯାତ୍ରା ହେଉନଥିବାରୁ କେବଳ ମନ୍ଦିରରେ ପାରମ୍ପରିକ ରୀତିନୀତିରେ ପୂଜାର୍ଚ୍ଚନା କରାଯାଇଛି । ଖୁବ୍ କମ୍ ସଂଖ୍ୟକ ଶ୍ରଦ୍ଧାଳୁ ମନ୍ଦିରକୁ ଆସି ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି । ତେବେ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ମନ୍ଦିରକୁ ଆସି ଦର୍ଶନ କରିବା ସହ ପୂଜାର୍ଚ୍ଚନା କରିଛନ୍ତି । ଏହାସହ ରଥଯାତ୍ରା ଅବସରରେ ଓଡ଼ିଶାବାସୀଙ୍କ ମଙ୍ଗଳ କାମନା କରି ମହାପ୍ରଭୁଙ୍କ ପାଖରେ ସେ ପ୍ରାର୍ଥନା କରିଛନ୍ତି ।
ଆମେରିକାର ହ୍ୟୁଷ୍ଟନରେ ଅନୁଷ୍ଠିତ ହୋଇଯାଇଛି ରଥଯାତ୍ରା । ଏଠାରେ ଥିବା ଓଡ଼ିଶା କଲ୍ଚର ସେଣ୍ଟର ଏହି ରଥଯାତ୍ରାର ଆୟୋଜନ କରିଥିଲା । ପାରମ୍ପରିକ ରୀତିନୀତିରେ ପୂଜାର୍ଚ୍ଚନା ପରେ ଠାକୁରଙ୍କୁ ରଥାରୁଢ କରାଯାଇଥିଲା । ଆଉ ଏହାପରେ ଘଣ୍ଟ ଘଣ୍ଟା ସହିତ ରଥକୁ ଟାଣି ଥିଲେ ଶ୍ରଦ୍ଧାଳୁ । ଏହି ରଥଯାତ୍ରାରେ ହ୍ୟୁଷ୍ଟନରେ ରହୁଥିବା ଓଡ଼ିଆଙ୍କ ସହ ଅନ୍ୟ ପ୍ରବାସୀ ଭାରତୀୟମାନେ ମଧ୍ୟ ସାମିଲ ହୋଇଥିଲେ ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/IMAGE_1626105593.jpg)