ଜନ୍ମାଷ୍ଟମୀ। ଭଗବାନ ଶ୍ରୀକୃଷ୍ଣଙ୍କର ଜନ୍ମୋତ୍ସବକୁ ଜନ୍ମାଷ୍ଟମୀ କୁହାଯାଇଥାଏ । କିମ୍ବଦନ୍ତୀ ଅନୁସାରେ ଭାଦ୍ରବ କୃଷ୍ଣପକ୍ଷ ଅଷ୍ଟମୀରେ ଭଗବାନ ଶ୍ରୀକୃଷ୍ଣ ଧରାପୃଷ୍ଠରେ ଜନ୍ମଗ୍ରହଣ କରିଥିଲେ। ଦେବକୀ ଓ ବସୁଦେବଙ୍କ ଅଷ୍ଟମ ସନ୍ତାନ ଭାବେ ମହାରାଜା କଂସଙ୍କ କାରଗାରରେ ଜନ୍ମ ନେଇଥିଲେ ଭଗବାନ ଶ୍ରୀକୃଷ୍ଣ ।
ପୃଥିବୀ ପୃଷ୍ଠରୁ ପାପର ଭାରକୁ କମାଇବା ଲାଗି ଏବଂ ସାଧୁସନ୍ଥ, ମୁନିଋଷିଙ୍କୁ ରକ୍ଷା କରିବା ପାଇଁ ଭଗବାନ ବିଷ୍ଣୁ ଧାରଣ କରିଥିଲେ ଶ୍ରୀକୃଷ୍ଣଙ୍କ ଅବତାର । ସାରା ବିଶ୍ୱର ହିନ୍ଦୁ ସଂପ୍ରଦାୟ ଏହାକୁ ପାଳନ କରୁଥିବାବେଳେ ଉତ୍ତର ଭାରତରେ ଏହାକୁ ଖୁବ ଧୁମଧାମରେ ପାଳନ କରାଯାଏ । ଦ୍ୱାପରରେ ଆଡ଼ମ୍ବରର ସହକାରେ ଏହାକୁ ବେଶ୍ ଆକର୍ଷଣୀୟ ଢଙ୍ଗରେ ପାଳମ କରାଯାଉଥିବା ବେଳେ ମହାରାଷ୍ଟ୍ରରେ ବିଶେଷ କରି ଦହିହାଣ୍ଡି ଭଙ୍ଗାର ଆୟୋଜନ କରାଯାଇଥାଏ।
କେମିତି ପାଳନ ହୁଏ ଜନ୍ମାଷ୍ଟମୀ?
ଭଗବାନ ଶ୍ରୀକୃଷ୍ଣଙ୍କର ଜନ୍ମ ଅଷ୍ଟମୀ ତିଥିର ରୋହିଣୀ ନକ୍ଷତ୍ରରେ ହୋଇଥିଲା । ଏହି ଦିନରେ ବୃଷ ରାଶିରେ ଚନ୍ଦ୍ର ଅବସ୍ଥାନ କରିଥିବାବେଳେ ସିଂହ ରାଶିରେ ସୂର୍ଯ୍ୟ ଅବସ୍ଥାନ କରିଥାନ୍ତି । ଯେଉଁଥି ପାଇଁ ଶ୍ରୀକୃଷ୍ଣଙ୍କ ଜନ୍ମ ଉତ୍ସବ ବି ଏହି ସମୟରେ ହିଁ ପାଳନ କରାଯାଇଥାଏ ।
Also Read
ରାତି ଅଧରେ ଜନ୍ମ ନେଇଥିଲେ ଭଗବାନ ଶ୍ରୀକୃଷ୍ଣ।
ଅଧ ରାତିରେ ପ୍ରଭୁ ଜନ୍ମ ଗ୍ରହଣ କରୁଥିବାରୁ ରାତି ତମାମ ହରିନାମ ସଂକୀର୍ତ୍ତନ କରିଥାଆନ୍ତି ଭକ୍ତ। ଠିକ୍ ମଧ୍ୟ ରାତ୍ରୀରେ ଜନ୍ମ ନେଇଥିଲେ ପ୍ରଭୁ ଶ୍ରୀକୃଷ୍ଣ।
ଚଳିତ ମାସ ୩୦ ତାରିଖରେ ପଡ଼ୁଛି ଜନ୍ମାଷ୍ଟମୀ। କରୋନା କଟକଣା ମଧ୍ୟରେ ଏଥର ବି ପାଳନ ହେବ ଏହି ପର୍ବ।
ଅଷ୍ଟମୀ ତିଥିରେ ପ୍ରଭୁ ଜନ୍ମ ନେଇଥିବାରୁ ତାହାକୁ ଜନ୍ମାଷ୍ଟମୀ ବୋଲି କୁହାଯାଏ
ଏହି ଦିନ ପ୍ରଭୁ ଶ୍ରୀକୃଷ୍ଣଙ୍କର ପୂଜା କରିବା ଦ୍ୱାରା ସନ୍ତାନ ପ୍ରାପ୍ତି, ଆୟୁ ତଥା ସମୃଦ୍ଧି ପ୍ରାପ୍ତି ହୋଇଥାଏ ।
‘ଜନ୍ମାଷ୍ଟମୀ’କୁ ‘ବ୍ରତରାଜ’ ବୋଲି କୁହାଯାଏ । ବିଶ୍ୱାସ ରହିଛି, ଏହି ଗୋଟିଏ ଦିନ ବ୍ରତ ରଖିବା ଦ୍ୱାରା ହିଁ ଅନେକ ଫଳ ପ୍ରାପ୍ତି ହେବା ସହ ମନସ୍କାମନା ପୂର୍ଣ୍ଣ ହୋଇଥାଏ।