କେମିତି ପାଳନ୍ତି ଜାଗର, ଜାଣନ୍ତୁ ଏହାର ମହତ୍ତ୍ୱ

ଆସନ୍ତାକାଲି ମହା ଶିବରାତ୍ରି । ଶିବରାତ୍ରି ହୀନ୍ଦୁ ଧର୍ମ ପାଇଁ ଏକ ପ୍ରମୁଖ ପର୍ବ । ଏହି ଦିନ ଭଗବାନ ଶିବଙ୍କୁ ପୂଜା ଅର୍ଚ୍ଚନା କରାଯାଇଥାଏ । ଏହା ଫାଲ୍‌ଗୁନ ମାସ କୃଷ୍ଣ ପକ୍ଷ ଚତୁର୍ଦ୍ଦଶୀ ଦିନ ପାଳନ କରାଯାଏ । ଯାହା ମହାଦେବଙ୍କ ମହାନ ରାତି’ ଭାବରେ ମଧ୍ୟ ଜଣାଶୁଣା । ଜାଗର କହିଲେ ଆମେ ଦିନ ସାରା ଉପବାସ ରହି ରାତିସାରା ଦୀପ ଜାଳି ଭଗବାନ ଶିବଙ୍କୁ ସୁମରଣା କରିଥାଆନ୍ତି । ଏହି ଦିନ ହିନ୍ଦୁ ନରନାରୀ ଶୁଦ୍ଧପୂତ ଭାବରେ ଉପବାସ ପୂର୍ବକ ଅଖଣ୍ଡ ଦୀପ ଜାଳି ରାତ୍ରି ଉଜାଗର ରହି ବ୍ରତ ପାଳୁଥିବାରୁ ଏହାକୁ ଜାଗର ଓଷା ବା ଜାଗର ବ୍ରତ ମଧ୍ୟ କୁହାଯାଇଥାଏ ।

why shivaratri is celebrated

News Summary

ମହାଶିବରାତ୍ରୀ ଦିନ ଉପବାସ ପାଳନ କରାଯାଏ

ଶିବ ହେଉଛିନ୍ତି ସକଳ ଶକ୍ତିର ଆଧାର ଯାହା ପ୍ରତ୍ୟେକ ମନୁଷ୍ୟ ଠାରୁ କୀଟ ପତଙ୍ଗ ପଯ୍ୟନ୍ତ ମଧ୍ୟରେ ସମାହିତ । ଏହି ପବିତ୍ର ଦିନରେ ଭଗବାନ ଶିବ ପାର୍ବତୀଙ୍କୁ ବିବାହ କରିଥିଲେ । ତେଣୁ, ଏହି ଦିନ ଆମେ ଜାଗର ରୂପେ ପାଳନ କରିଥାଉ ।

ପୈରାଣିକ ମତରେ ଶିବଙ୍କୁ ପ୍ରସନ୍ନ କରିବାର ଦଶଗୋଟି ବ୍ରତ ଅଛି । ସେ ମଧ୍ୟରୁ ଶିବରାତ୍ରି ବ୍ରତ ସର୍ବଶ୍ରେଷ୍ଠ ଓ ସର୍ବକାମପ୍ରଦ ଅଟେ । ଜାବାଳି ଶ୍ରୁତି ଅନୁସାରେ ଦଶ ଶୈବ ବ୍ରତ ମଧ୍ୟରେ ଏହି ଶିବରାତ୍ରି ବ୍ରତ ଅତ୍ୟନ୍ତ ସିଦ୍ଧିଦାୟକ । କେତେକ ଶ୍ରୁତି ଅନୁସାରେ ପୁଣ୍ୟ ମାସ ମାଘ ମାସର 'ମାଘସ୍ନାନ' ବ୍ରତ ମଧ୍ୟରେ କୃଷ୍ଣ ଚତୁର୍ଦ୍ଦଶୀ ତିଥିକୁ ଏକ ଶିବରାତ୍ରି ବ୍ରତ ପାଳନ କରାଯାଇଥାଏ।

ଶିବରାତ୍ରୀର ମହତ୍ତ୍ୱ:

ଭାରତର ବିଭିନ୍ନ ସ୍ଥାନରେ ଥିବା ଦ୍ୱାଦଶ ଜ୍ୟୋତିର୍ଲିଙ୍ଗ କ୍ଷେତ୍ରରେ ଏହି ପର୍ବ ବେଶ ଭକ୍ତି ଓ ଉଲ୍ଲାସର ସହ ପାଳିତ ହୋଇଥାଏ । ଦେବଦେବ ମହାଦେବଙ୍କଦ୍ୱାରା ଏଇ ଦିନ ସଂସାର ପ୍ରକଟ ହୋଇଥିଲା ବୋଲି ଲୋକେ ବିଶ୍ୱାସ କରିଥାନ୍ତି । ପୁରାଣର ଅନ୍ୟଏକ ଆଖ୍ୟାନ ଅନୁସାରେ, ଦେବ ଓ ଅସୁରମାନଙ୍କଦ୍ୱାରା ସମୁଦ୍ର ମନ୍ଥନ ସମୟରେ ସେଥିରୁ ବାହାରିଥିବା ସମସ୍ତ ବିଷକୁ ଶିବ ପାନକରି ଧରାକୁ ଏକ ଆସନ୍ନ ବିପଦରୁ ଉଦ୍ଧାର କରିଥିଲେ ।

ଏହି ବିଷକୁ ପାନ କରିବା ପରେ ବିଷର ଜ୍ୱାଳାରେ ସେ ମୂର୍ଚ୍ଛା ହୋଇଯାଇଥିଲେ । ତାଙ୍କର ସଂଜ୍ଞା ନ ଫେରିବା ପର୍ଯ୍ୟନ୍ତ ଦେବଗଣ ଓ ଶୈବବୃନ୍ଦ ଅଖଣ୍ଡ ପ୍ରଦୀପ ଜାଳି ଉଜାଗରରେ ବସିଥିଲେ । ସେହିଦିନକୁ ମନେପକାଇ ଶ୍ରଦ୍ଧାଳୁମାନେ ମହାଶିବରାତ୍ରି ପାଳନ କରିଥାନ୍ତି । ଫାଲଗୁନ କୃଷ୍ଣ ଚତୁର୍ଦ୍ଦଶୀ ଦିନ ଶିବ ଲିଙ୍ଗ ଭାବରେ ଆବିର୍ଭୂତ ହୋଇଥିବାରୁ ପ୍ରତିବର୍ଷ ଏହି ଦିନକୁ ମହାଶିବରାତ୍ରି ଭାବରେ ପାଳନ କରାଯାଏ ।

ମହାଶିବରାତ୍ରୀରେ ଆମେ କଣ କଣ କରିଥାଉ:

ସମଗ୍ର ଓଡ଼ିଶାର ଶୈବପୀଠ, ବିଶେଷ କରି ଆରଡ଼ି, କପିଳାସ, ଗୁପ୍ତେଶ୍ୱର, ବେଦବ୍ୟାସ, ଭୁବନେଶ୍ୱର, ମହେନ୍ଦ୍ରଗିରି, ହରିଶଙ୍କର, ହୁମାରେ ଏହି ଦିନ ବହୁ ସଂଖ୍ୟାରେ ଶ୍ରଦ୍ଧାଳୁ ଏକତ୍ରିତ ହୋଇ ଏହା ପାଳନ କରିଥାନ୍ତି । ଶିବଙ୍କ ପୂଜା ଉପାସନା ନିମନ୍ତେ ସୋମବାର, ପ୍ରତ୍ୟେକ ପକ୍ଷର ଚତୁର୍ଦ୍ଦଶୀ ତିଥି ଓ ଶିବରାତ୍ରି ସର୍ବୋକୃଷ୍ଟ । ଅନ୍ୟ ଦେବତାଙ୍କ ପୂଜା ଦିନରେ ହେଉଥିବାବେଳେ ଏହି ପର୍ବରେ ଭଗବାନ ଶିବଙ୍କର ପୂଜା ରାତିରେ ହେଇଥାଏ ।