Utkal Divas
ଆଜି ଉତ୍କଳ ଦିବସ । ଚଳିତ ବର୍ଷ ୮୯ ତମ ଉତ୍କଳ ଦିବସ ପାଳନ କରିବ ଓଡ଼ିଶା । ପ୍ରତ୍ୟେକ ଓଡ଼ିଆଙ୍କ ପାଇଁ ଏହା ଗର୍ବ ଓ ଗୌରବର ଦିନ । ୧୯୩୬ ମସିହା, ଏପ୍ରିଲ ୧ ତାରିଖରେ ଓଡ଼ିଶାକୁ ମିଳିଥିଲା ଦେଶର ପ୍ରଥମ ଭାଷାଭିତିକ ରାଜ୍ୟ ମାନ୍ୟତା । ଏହାରି ଭିତରେ ୮୯ ବର୍ଷ ପୂର୍ଣ୍ଣ ହୋଇଛି । ସ୍ୱତନ୍ତ୍ର ପ୍ରଦେଶ ଭାବେ ଓଡ଼ିଶାକୁ ମିଳିଥିବା ମାନ୍ୟତାକୁ ଅତ୍ୟନ୍ତ ଆନନ୍ଦ ଉଲ୍ଲାସ ସହ ଉତ୍କଳ ଦିବସ ଭାବେ ପାଳନ କରାଯାଇ ଆସୁଛି।
ଅଧିକ ପଢ଼ନ୍ତୁ: ଆଜି ଉତ୍କଳ ଦିବସ; ଓଡ଼ିଆଙ୍କ କାନରେ ଆଜି ବି ଶୁଣାଯାଏ ଗୋଦାବରୀଶଙ୍କ କାଳଜୟୀ କବିତା, ‘ଉଠ କଙ୍କାଳ’
ଏପ୍ରିଲ ୧ରେ ଓଡ଼ିଶା ସ୍ୱତନ୍ତ୍ର ଭାଷା ଭିତ୍ତିକ ରାଜ୍ୟର ମାନ୍ୟାତା ପାଇଥିଲା । ଓଡ଼ିଶାର ସ୍ୱତନ୍ତ୍ର ପରିଚୟ ଏବଂ ପ୍ରତିଷ୍ଠା ଦିବସକୁ ମନେ ରଖିବା ପାଇଁ ଏହି ଦିନକୁ ପାଳନ କରିଥାନ୍ତି କୋଟି କୋଟି ଓଡିଆ । ବିହାର ଅଧୀନରେ ଥିବା ଏହି ପ୍ରଦେଶକୁ ଏକ ସ୍ୱତନ୍ତ୍ର ପରିଚୟ ଦେବାରେ ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ଗୋପବନ୍ଧୁ ଦାଶଙ୍କ ସହିତ ମହାରାଜା କୃଷ୍ଣଚନ୍ଦ୍ର ଗଜପତି, ପଣ୍ଡିତ ନୀଳକଣ୍ଠ ଦାସ, ଫକୀର ମୋହନ ସେନାପତି, ଗଙ୍ଗାଧର ମେହେରଙ୍କ ପରି ଅନେକ ବୀର ପୁରୁଷ ମୁଖ୍ୟ ଭୂମିକା ନିର୍ବାହ କରିଥିଲେ । ନୂତନ ରାଜ୍ୟ ଭାବେ ଗଢି ଉଠିଥିବା ଓଡ଼ିଶା ୬ ଜିଲ୍ଲାକୁ ନେଇ ଗଠନ କରାଯାଇଥିଲା । ଏହି ଜିଲ୍ଲାଗୁଡିକ ଥିଲା କଟକ, ପୁରୀ, ବାଲେଶ୍ୱର, ସମ୍ବଲପୁର, କୋରାପୁଟ ଏବଂ ଗଞ୍ଜାମ । ତେବେ ରାଜ୍ୟର ରାଜଧାନୀ ଥିଲା କଟକ ।
୧୯୩୬ ପୂର୍ବରୁ ଓଡ଼ିଶା ସ୍ୱତନ୍ତ୍ର ରାଜ୍ୟ ନ ଥିଲା । ପଶ୍ଚିମରେ ସମ୍ବଲପୁର ମଧ୍ୟପ୍ରଦେଶ ସହିତ ମିଶିଥିବାବେଳେ ଉତ୍ତରରେ ବାଲେଶ୍ୱରରେ ବଙ୍ଗଳାର ପ୍ରଭାବ, କେତେକ ଅଞ୍ଚଳ ବିହାରରେ, ଦକ୍ଷିଣରେ ଗଞ୍ଜାମ ମାଡ୍ରାସ ରେସିଡେନ୍ସି ଅଧିନରେ ଥିଲା । କିନ୍ତୁ ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳ ମଣି ଗୋପବନ୍ଧୁ ଦାଶ, ମହାରାଜା କୃଷ୍ଣଚନ୍ଦ୍ର ଗଜପତି, ବ୍ୟାସକବି ଫକିର ମୋହନ ସେନାପତି, ରାଧାନାଥ ରାୟ, ଗଙ୍ଗାଧର ମେହେରଙ୍କ ପରି ବୀର ପୁତ୍ର ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନ କରିବା ପାଇଁ ସଂଘର୍ଷ କରିଥିଲେ । ଏହି ବୀର ପୁତ୍ରଙ୍କ ସଂଘର୍ଷରେ ୧୯୦୩ରେ ପ୍ରଥମେ ଗଠନ ହୋଇଥିଲା ଉତ୍କଳ ସମ୍ମିଳନୀ । ଜୋରଦାର ସଂଗ୍ରାମ ପରେ ୧୯୩୬ ମସିହା ଏପ୍ରିଲ୍ ୧ରେ ଗଠନ ହେଲା ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/IMAGE_1711905739.jpg)