• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Pallipuspa Samal

News Highlights

  •  ଘରେ ବନାନ୍ତୁ ‘ମାଟି ହାଣ୍ଡି ପୋସ୍ତ ଚିକେନ୍‌’

ଚିକେନର ରେସିପି ପ୍ରାୟ ସମସ୍ତଙ୍କୁ ଖାଇବାକୁ ଭଲ ଲାଗିଥାଏ । ଆଜି ଆମେ ଚିକେନର ଏକ ନୂଆ ଓ ଦେଶୀ ରେସିପି ପ୍ରସ୍ତୁତ କରିବୁ । ଆଗରୁ ଆପଣ କେବେ ପୋସ୍ତଦିଆ ଚିକେନର ରେସିପି ଖାଇନଥିବେ । ଏହା ରେସିପିର ନାଁ ହେଉଛି ‘ମାଟି ହାଣ୍ଡି ପୋସ୍ତ ଚିକେନ’ । ଏହାକୁ ଆମେ ଦେଶୀ ଓ ସରଳ ଉପାୟରେ ବନେଇବା । ତେବେ ଚାଲନ୍ତୁ ଜାଣିବା ଏହାକୁ କିଭଳି ପ୍ରସ୍ତୁତ କରାଯାଏ ।

‘ମାଟି ହାଣ୍ଡି ପୋସ୍ତ ଚିକେନ’ ବନେଇବା ପାଇଁ ସାମଗ୍ରୀ:

ଚିକେନ୍‌, ପୋସ୍ତ ବଟା, ଅଦା-ରସୁଣ-ଜିରା-ସୋରିଷ ପେଷ୍ଟ, ଅଦା-ରସୁଣ-ପିଆଜ ପେଷ୍ଟ, କଟା ପିଆଜ, ଜିରା ଗୁଣ୍ଡ, ହଳଦୀ ଗୁଣ୍ଡ, ତେଲ, ଟମାଟୋ, ରସୁଣ ଓ ଅଦା ଛେଚା, ଲଙ୍କା ଗୁଣ୍ଡ, ଧନିଆ ଗୁଣ୍ଡ, ଗୋଲ ମରିଚ ଗୁଣ୍ଡ, ଧନିଆ ପତ୍ର, ଭୁର୍ସୁଙ୍ଗ ପତ୍ର, ଲୁଣ, କଞ୍ଚା ଲଙ୍କା ଓ ଲେମ୍ବୁ।

ପ୍ରସ୍ତୁତି ପ୍ରଣାଳୀ:

  • ପ୍ରଥମେ ଚିକେନ୍‌କୁ ଭଲ ଭାବେ ଧୋଇ ସେଥିରେ ପୋସ୍ତ ବଟା ଏବଂ ଅଦା-ରସୁଣ-ଜିରା-ସୋରିଷ ପେଷ୍ଟ୍‌ ପକାଇ ଗୋଳାଇ ଦିଅନ୍ତୁ।
  • ଏହାପରେ ତା’ସହିତ ସେଥିରେ ଅଦା-ରସୁଣ-ପିଆଜ ବଟା ମଧ୍ୟ ପକାଇ ଭଲ ଭାବେ ଗୋଳାନ୍ତୁ। ଏହାପରେ ସେଥିରେ ଅଳ୍ପ କଟା ପିଆଜ, ହଳଦୀ ଗୁଣ୍ଡ, ଜିରା ଗୁଣ୍ଡ, ଧନିଆ ଗୁଣ୍ଡ, ଲଙ୍କା ଗୁଣ୍ଡ, ଅଦା ପକାନ୍ତୁ ।
  • ଏହାପରେ ରସୁଣ ଛେଚା, କଟା ଟମାଟୋ, ଗୋଲ ମରିଚ ଗୁଣ୍ଡ, ଧନିଆ ପତ୍ର, ସ୍ୱାଦ ଅନୁସାରେ ଲୁଣ ଏବଂ ଲେମ୍ବୁ ରସ ପକାଇ ଭଲ ଭାବେ ଗୋଳାଇ ଦିଅନ୍ତୁ । ଏବେ ଏହାକୁ କିଛି ସମୟ ସେମିତି ଛାଡ଼ି ଦିଅନ୍ତୁ ।
  • ଏହାପରେ ଏକ ମାଟି ପାତ୍ରରେ ତେଲ ଗରମ କରି ସାମାନ୍ୟ କଟା ହୋଇଥିବା ଗୋଟା କଞ୍ଚା ଲଙ୍କା, କଟା ପିଆଜ ଓ ଭୁର୍ସୁଙ୍ଗ ପତ୍ର ପକାଇ ଛୁଙ୍କ କରନ୍ତୁ।
  • ଏହାପରେ ମ୍ୟାରିନେଟ୍‌ ଚିକେନ୍‌କୁ ଛୁଙ୍କରେ ପକାଇ ଭଲ ଭାବେ ଗୋଳାଇ ଦିଅନ୍ତୁ। ତା’ପରେ ମାଟି ପାତ୍ରକୁ ଘୋଡ଼ାଇ ଦିଅନ୍ତୁ ଓ ଚିକେନକୁ ସିଝିବାକୁ ଛାଡ଼ି ଦିଅନ୍ତୁ।
  • ପାଞ୍ଚ ଦଶ ମିନିଟ୍‌ରେ ଥରେ ଘୋଡ଼ଣୀ କାଢ଼ି ଚିକେନ୍‌କୁ ଭଲ ଭାବେ ଗୋଳାଇବେ। ନହେଲେ ଚିକେନ୍‌ ମାଟି ପାତ୍ରରେ ଲାଗି ଯାଇପାରେ।
  • ପ୍ରାୟ ଅଧା ଘଣ୍ଟା ପରେ ଚିକେନ୍ ସିଝି ଯିବ। ଏହାପରେ ଏଥିରେ ଧନିଆ ପତ୍ର ପକାନ୍ତୁ ଓ ପାତ୍ରଟିକୁ ଚୁଲିରୁ ଓହ୍ଲାଇ ଦିଅନ୍ତୁ।

ଏବେ ପ୍ରସ୍ତୁତ ହୋଇଗଲା ‘ମାଟି ହାଣ୍ଡି ପୋସ୍ତ ଚିକେନ୍‌’। ଆପଣ ଏହି ରେସିପିଟିକୁ  ଉଭୟ ଭାତ ଓ ରୁଟି ସହିତ ଖାଇଲେ ବେଶୀ ସୁଆଦିଆ ଲାଗିଥାଏ । 

'Posto Chiken Recipe''Posto Chiken Recipe'