paneer reshmi recipe
ଘରେ ପନିରର ବିଭିନ୍ନ ରେସିପି ପ୍ରସ୍ତୁତ କରିଥାଉ । ଆଜି ଆମେ ଆପଣଙ୍କ ପାଇଁ ପନିର ଏକ ନୂଆ ରେସିପି ନେଇ ଆସିଛୁ । ଏହି ରେସିପିର ନାଁ ହେଉଛି 'ପନିର ରେଶମି' । ଏହି ରେସିପିଟି ଆପଣ ଘରେ ଅତି ସହଜ ଓ ସରଳ ଭାବରେ ପନେଇ ପାରିବା । ତେବେ ଚାଲନ୍ତୁ ଜାଣିବା ଏହାକୁ କିଭଳି ପ୍ରସ୍ତୁତ କରାଯାଏ ।
'ପନିର ରେସମୀ' ବନେଇବା ପାଇଁ ସାମଗ୍ରୀ:
ପନିର, ପିଆଜ, ଟମାଟୋ, ଶିମଳା ଲଙ୍କା, ଅଦା ରସୁଣ ପେଷ୍ଟ, ଜିରା, ପାଣି, ଧନିଆ ପାଉଡର, ହଳଦୀ ଗୁଣ୍ଡ, ଲଙ୍କାଗୁଣ୍ଡ, କ୍ରିମ୍, ଧନିଆପତ୍ର, ଗରମ ମସଲା, ତେଲ ଓ ଲୁଣ ସ୍ୱାଦ ଅନୁସାରେ।
ପ୍ରସ୍ତୁତି ପ୍ରଣାଳୀ:
- ପ୍ରଥମେ ପିଆଜ, ଟମାଟୋ ଓ ଶିମଲା ଲଙ୍କାକୁ ଲମ୍ବା କରି କାଟିଦିଅନ୍ତୁ।
- ତା ପରେ କଡେଇରେ ତେଲ ଗରମ କରି ଜିରା ପକାନ୍ତୁ।
- ଏହାପରେ ଜିରା ଫୁଟିବା ପରେ ପିଆଜ ପକାନ୍ତୁ ।
- ଏହାପରେ ଏଥିରେ କଟା ହୋଇଥିବା ଟମାଟୋ ଏବଂ ଶିମଲା ଲଙ୍କା ପକାଇ କିଛି ସମୟ ପର୍ଯ୍ୟନ୍ତ ଫ୍ରାଏ କରନ୍ତୁ ।
- ଏବେ ଅଦା ରସୁଣ ପେଷ୍ଟ, ଧନିଆ ପାଉଡର, ହଳଦୀଗୁଣ୍ଡ ପକାଇ ସିମ୍ କରି ଫୁଟାନ୍ତୁ ।
- ଏହାପରେ ଏଥିରେ ଅଳ୍ପ ପାଣି ସହିତ ପନିର ପକାଇ ଘୋଡ଼ାଇ ଦିଅନ୍ତୁ ।
- ୧୦ ମିନିଟ୍ ପରେ ଗ୍ୟାସକୁ ବନ୍ଦ କରି କ୍ରିମ ଏବଂ ଗରମ ମସଲା ପକାଇ ଭଲ ଭାବରେ ମିଶାନ୍ତୁ ।
ଏବେ ପ୍ରସ୍ତୁତ ହୋଇଗଲା ସ୍ୱାଦିଷ୍ଟ ରେଶମି ପନିର । ଏହାକୁ ଗରମ ଗରମ ପରଷନ୍ତୁ।ଏହି ରେସିପିଟି ଘରେ ବନେଇ ନିଜେ ଖାଆନ୍ତୁ ଓ ଘର ଲୋକଙ୍କୁ ପରଷନ୍ତୁ ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/IMAGE_1636551428.jpg)