• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Pallipuspa Samal

ଘରେ ଆମେ ଚିକେନର ବିଭିନ୍ନ ରେସିପି ବନେଇଥାଉ । ଆଜି ରବିବାର ରାନ୍ଧଣାରେ ଆମେ ଚିକେନର ଏକ ସୁଆଦିଆ ରେସିପି ବିଷୟରେ କହିବାକୁ ଯାଉଛୁ । ଏହି ରେସିପିର ନାଁ ହେଉଛି ‘ଚିକେନ୍‌ ପୋସ୍ତ’ । ତେବେ ଚାଲନ୍ତୁ ଜାଣିବା ଏହାକୁ କିଭଳି ପ୍ରସ୍ତୁତ କରାଯାଏ ।

ଆବଶ୍ୟକ ସାମଗ୍ରୀ:

ଚିକେନ୍‌, ପୋସ୍ତ ବଟା, ଅଦା ରସୁଣ ଜିରା ସୋରିଷ ପେଷ୍ଟ, ଅଦା,ରସୁଣ,ପିଆଜ ପେଷ୍ଟ, କଟା ପିଆଜ, ଜିରା ଗୁଣ୍ଡ, ହଳଦୀ ଗୁଣ୍ଡ, ତେଲ, ଟମାଟୋ, ରସୁଣ ଓ ଅଦା ଛେଚା, ଲଙ୍କା ଗୁଣ୍ଡ, ଧନିଆ ଗୁଣ୍ଡ, ଗୋଲ ମରିଚ ଗୁଣ୍ଡ, ଧନିଆ ପତ୍ର, ଭୁର୍ସୁଙ୍ଗ ପତ୍ର, ଲୁଣ, କଞ୍ଚା ଲଙ୍କା ଓ ଲେମ୍ବୁ।

ପଢନ୍ତୁ ଏହି ଖବର: ରବିବାର ରାନ୍ଧଣାରେ ଘରେ ବନାନ୍ତୁ ଚିଙ୍ଗୁଡ଼ି ସୁରୁଆ

ପ୍ରସ୍ତୁତି ପ୍ରଣାଳୀ:

  • ପ୍ରଥମେ ଚିକେନ୍‌କୁ ଭଲ ଭାବେ ଧୋଇ ସେଥିରେ ପୋସ୍ତ ବଟା ଏବଂ ଅଦା-ରସୁଣ-ଜିରା-ସୋରିଷ ପେଷ୍ଟ୍‌ ପକାଇ ଗୋଳାଇ ଦିଅନ୍ତୁ।
  • ଏହାପରେ ସେଥିରେ ଅଦା-ରସୁଣ-ପିଆଜ ବଟା ମଧ୍ୟ ପକାଇ ଭଲ ଭାବେ ଗୋଳାଇ ଦିଅନ୍ତୁ।
  • ଏହାପରେ ସେଥିରେ ଅଳ୍ପ କଟା ପିଆଜ, ହଳଦି ଗୁଣ୍ଡ, ଜିରା ଗୁଣ୍ଡ, ଧନିଆ ଗୁଣ୍ଡ ଓ ଲଙ୍କା ଗୁଣ୍ଡ ପକାନ୍ତୁ।
  • ଏହାପରେ ରସୁଣ ଛେଚା, କଟା ଟମାଟୋ, ଗୋଲ ମରିଚ ଗୁଣ୍ଡ, ଧନିଆ ପତ୍ର, ସ୍ୱାଦ ଅନୁସାରେ ଲୁଣ ଏବଂ ଲେମ୍ବୁ ରସ ପକାଇ ଭଲ ଭାବେ ଗୋଳାଇ ଦିଅନ୍ତୁ।
  • ଏବେ ଏହାକୁ କିଛି ସମୟ ଢାଙ୍କି ରଖି ଦିଅନ୍ତୁ।ତା’ପରେ ଏକ ମାଟି ପାତ୍ରରେ ତେଲ ଗରମ କରି ସାମାନ୍ୟ କଟା ହୋଇଥିବା ଗୋଟା କଞ୍ଚା ଲଙ୍କା, କଟା ପିଆଜ ଓ ଭୁର୍ସୁଙ୍ଗ ପତ୍ର ପକାଇ ଛୁଙ୍କ କରନ୍ତୁ।
  • ଏହାପରେ ମ୍ୟାରିନେଟ୍‌ ଚିକେନ୍‌କୁ ଛୁଙ୍କରେ ପକାଇ ଭଲ ଭାବେ ଗୋଳାଇ ଦିଅନ୍ତୁ।
  • ତା’ପରେ ମାଟି ପାତ୍ରକୁ ଘୋଡ଼ାଇ ଦିଅନ୍ତୁ ଓ ଚିକେନକୁ ସିଝିବାକୁ ଛାଡ଼ି ଦିଅନ୍ତୁ।
  • ପାଞ୍ଚ ଦଶ ମିନିଟ୍‌ରେ ଥରେ ଘୋଡ଼ଣି କାଢ଼ି ଚିକେନ୍‌କୁ ଭଲ ଭାବେ ଗୋଳାଇ ଦିଅନ୍ତୁ, ନ ହେଲେ ଚିକେନ୍‌ ମାଟି ପାତ୍ରରେ ଲାଗି ଯାଇପାରେ।
  • ପ୍ରାୟ ଅଧା ଘଣ୍ଟା ପରେ ଚିକେନ୍ ସିଝି ଯିବା ପରେ ଏଥିରେ ଧନିଆ ପତ୍ର ପକାନ୍ତୁ ଓ ପାତ୍ରଟିକୁ ଚୁଲିରୁ ଓହ୍ଲାଇ ଦିଅନ୍ତୁ।

ଏବେ ପ୍ରସ୍ତୁତ ହୋଇଗଲା ଚିକେନ୍‌ ପୋସ୍ତ। ଆପଣ ଏହି ରେସିପିଟିକୁ ଉଭୟ ଭାତ ଓ ରୁଟି ସହିତ ଖାଇଲେ ବେଶୀ ସୁଆଦିଆ ଲାଗିଥାଏ ।

ଦେଖନ୍ତୁ ଭିଡିଓ | ଆଜି ହବ ଭାକୁର ମାଛ ଲଟପଟା

OTV is now on Whatsapp

Join and get latest news update delivered to you via whatsapp

Join Now