/odishatv-khabar/media/post_attachments/uploadimage/library/16_9/16_9_0/Diarrhea_1703491043.jpg)
Diarrhea
ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜିରେ ଝାଡ଼ାବାନ୍ତି ଆତଙ୍କ । ଝାଡ଼ାବାନ୍ତିରେ ୨ ଜଣଙ୍କ ମୃତ୍ୟୁ ନେଇ ବଲାଙ୍ଗିର ସିଡିଏମଓଙ୍କ ସୂଚନା । ଗତକାଲି କଣ୍ଟାବାଞ୍ଜି ନିକଟସ୍ଥ ବିଭିନ୍ନ ଗାଁର ୬ ଜଣ ରୋଗୀ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ କଣ୍ଟାବାଞ୍ଜି ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ । ସେମାନଙ୍କ ମଧ୍ୟରୁ ଆଜି ସକାଳୁ ୨ ଜଣଙ୍କର ମୃତ୍ୟୁ ହୋଇଛି। ଆଉ ୨ ଜଣ ଚିକତ୍ସାଧୀନ ଥିବା ବେଳେ ବାକି ୨ ଜଣ ସୁସ୍ଥ ହୋଇ ଡିସ୍ଚାର୍ଜ ହୋଇଥିବା ସୂଚନା ରହିଛି । ମୃତକ ହେଲେ ଟିଟିଲାଗଡ଼ ବ୍ଲକ ପୁଡାପଦର ଗାଁର ଚାନ୍ଦିନୀ ସାହୁ ଏବଂ ମୁରିବାହାଲ ବ୍ଲକ ମାଲିବାହାଲ ଗାଁର ସନ୍ତୋଷ ମାଝୀ।
#ଝାଡ଼ାବାନ୍ତିରେ_୨_ଜଣଙ୍କ_ମୃତ୍ୟୁ
-ବଲାଙ୍ଗିର: କଣ୍ଟାବାଞ୍ଜି ହସ୍ପିଟାଲରେ ଝାଡ଼ାବାନ୍ତିରେ ୨ ଜଣଙ୍କ ମୃତ୍ୟୁ
-ମୃତକଙ୍କ ମଧ୍ୟରେ ଜଣେ ମହିଳା ଓ ଜଣେ ପୁରୁଷ ସୂଚନା
-କାଲି ହସ୍ପିଟାଲରେ ୬ ଆକ୍ରାନ୍ତ ଭର୍ତ୍ତି ହୋଇଥିଲେ, ଆଜି ୨ ମୃତ
-ଝାଡ଼ାବାନ୍ତିରେ ମୃତ୍ୟୁ ନେଇ ବଲାଙ୍ଗିର ସିଡିଏମ୍ଓଙ୍କ ସୂଚନା#Balangir#Odisha#OTVpic.twitter.com/gug9LPmcOK— ଓଟିଭି (@otvkhabar) December 25, 2023
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)