Advertisment

ଏମ୍ସ ଭୁବନେଶ୍ୱରକୁ ବଡ଼ ସଫଳତା; ଆରମ୍ଭ ହେଲା AUS ପ୍ରତିରୋପଣ...

ଏମ୍ସ ଇତିହାସରେ ଯୋଡ଼ି ହେଲା ଆଉ ଏକ ଫର୍ଦ୍ଦ । ରାଜ୍ୟରେ ପ୍ରଥମକରି ଜଣେ ବ୍ୟକ୍ତିଙ୍କ ଶରୀରରେ କୃତ୍ରିମ ମୂତ୍ର ସ୍ପିନ୍ଟର୍ସ (ଏୟୁଏସ୍‌) ପ୍ରତିରୋପଣ କରାଯାଇଛି ।

ଅଦ୍ୟତନ ହୋଇଛି
aiims

aiims

Advertisment

ଏମ୍ସ ଭୁବନେଶ୍ୱରକୁ ବଡ଼ ସଫଳତା । ଏମ୍ସ ଇତିହାସରେ ଯୋଡ଼ି ହେଲା ଆଉ ଏକ ଫର୍ଦ୍ଦ । ରାଜ୍ୟରେ ପ୍ରଥମକରି ଜଣେ ବ୍ୟକ୍ତିଙ୍କ ଶରୀରରେ କୃତ୍ରିମ ମୂତ୍ର ସ୍ପିନ୍ଟର୍ସ (ଏୟୁଏସ୍‌) ପ୍ରତିରୋପଣ କରାଯାଇଛି । ଏମ୍ସ ଭୁବନେଶ୍ୱର ୟୁରୋଲୋଜି ବିଭାଗ ଦ୍ବାରା କରାଯାଇଥିବା ଏହି ଅତ୍ୟାଧୁନିକ ପ୍ରତିରୋପଣ ଓଡ଼ିଶାରେ ପ୍ରଥମ ହେବାର ଗୌରବ ଲାଭ କରିଛି । ଏକ ସୁଦକ୍ଷ ଡ଼ାକ୍ତରୀ ଦଳ ଏହି ବିଶେଷ ପ୍ରତିରୋପଣ ପ୍ରକ୍ରିୟା ସମ୍ପାଦନ କରିଥିଲେ।

Advertisment

ଏହି ଅଭିନବ ସେବା ଗୁରୁତର ମୂତ୍ର ରୋଗରେ ପୀଡିତ ରୋଗୀଙ୍କ ପାଇଁ ନୂତନ ଆଶା ଓ ଉନ୍ନତ ମାନର ଜୀବନ ପ୍ରଦାନ କରିବାରେ ସହାୟକ ହେବ। ପୂର୍ବରୁ ଏହି ପ୍ରତିରୋପଣ କେବଳ ଦେଶର ହାତଗଣତି କିଛି ବଡ଼ ସହରରେ ଉପଲବ୍ଧ ଥିଲା । ବର୍ତ୍ତମାନ ଏହା ଏମ୍ସ ଭୁବନେଶ୍ୱରରେ ଉପଲବ୍ଧ ହୋଇପାରିଛି ।

କୃତ୍ରିମ ୟୁରିନାରୀ ସ୍ପିଙ୍କ୍ଟର ପ୍ରତିରୋପଣ ପ୍ରଣାଳୀ ମୂତ୍ର ରୋଗୀଙ୍କ ପାଇଁ ସର୍ବୋଚ୍ଚ (ସ୍ଵର୍ଣ୍ଣ ମାନକ) ଚିକିତ୍ସା ଭାବରେ ସ୍ୱୀକୃତିପ୍ରାପ୍ତ ଯାହା ପାରମ୍ପାରିକ ଚିକିତ୍ସା ପଦ୍ଧତିର ବିରୁଦ୍ଧାଚରଣ କରେନାହିଁ। ପ୍ରୋଷ୍ଟେଟ ସର୍ଜରୀ, ମେରୁଦଣ୍ଡରେ ଆଘାତ କିମ୍ବା ମୂତ୍ର ନିୟନ୍ତ୍ରଣକୁ ପ୍ରଭାବିତ କରୁଥିବା ଅନ୍ୟାନ୍ୟ ବିଭିନ୍ନ କାରଣରୁ ଅଧିକାଂଶ ବ୍ୟକ୍ତି ପରିସ୍ରା ଉପରେ ନିୟନ୍ତ୍ରଣ ହରାଇଥାନ୍ତି। ଯାହାକି ସେମାନଙ୍କ ଦୈନନ୍ଦିନ ଜୀବନ ପ୍ରକ୍ରିୟାକୁ ବେଶ ପ୍ରଭାବିତ କରିଥାଏ। 

Advertisment

କୃତ୍ରିମ ୟୁରିନାରୀ ସ୍ପିଙ୍କ୍ଟର ହେଉଛି ଏପରି ଏକ ଅତ୍ୟାଧୁନିକ ଉପକରଣ ଯାହାକି ମୁତ୍ରବାହିନୀରେ ନିୟନ୍ତ୍ରକ ଭାବେ କାର୍ଯ୍ୟ କରିଥାଏ । ଯାହାକି ଅନିୟନ୍ତ୍ରିତ ପରିଶ୍ରାରୁ ମୁକ୍ତି ଦେବା ସହିତ ସାଧାରଣ ଜୀବନଯାପନ ପ୍ରକ୍ରିୟାକୁ ସ୍ଵାଭାବିକ କରିଥାଏ। ଅସ୍ବାଭାବିକ ମୂତ୍ର ଅସନ୍ତୋଷ ଅନୁଭବ କରୁଥିବା ରୋଗୀଙ୍କ ପାଇଁ ଏହି ସେବା ବିଶେଷ ଭାବରେ ପ୍ରସ୍ତୁତ ହୋଇଛି ଯାହାକି ଅତ୍ୟନ୍ତ ପ୍ରଭାବଶାଳୀ ଓ ଫଳପ୍ରଦ ।

AIIMS
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles: