Advertisment

ଡିପଥେରିଆ ରୋଗ କଣ ? କେମିତି ହୋଇଥାଏ ସଂକ୍ରମଣ ? ଜାଣନ୍ତୁ...

ରାୟଗଡ଼ା ପରେ କୋରାପୁଟ ଓ କଳାହାଣ୍ଡି ଜିଲ୍ଲାକୁ ମାଡ଼ିଲାଣି ଡିପଥେରିଆ । ବର୍ତ୍ତମାନ ସୁଦ୍ଧା ୩ ଜିଲ୍ଲାରେ ୨୧ ସଂକ୍ରମିତ ଚିହ୍ନଟ ହେଲେଣି । ତେବେ କଣ ଏହି ଡିପଥେରିଆ ରୋଗ  ?

ଅଦ୍ୟତନ ହୋଇଛି
What Is Diphtheria disease

Diphtheria disease

Advertisment

ରାଜ୍ୟରେ ସଂକ୍ରମଣର ରୂପ ନେଲାଣି ଡିପଥେରିଆ। ରାୟଗଡ଼ା ପରେ କୋରାପୁଟ ଓ କଳାହାଣ୍ଡି ଜିଲ୍ଲାକୁ ମାଡ଼ିଲାଣି ଡିପଥେରିଆ । ବର୍ତ୍ତମାନ ସୁଦ୍ଧା ୩ ଜିଲ୍ଲାରେ ୨୧ ସଂକ୍ରମିତ ଚିହ୍ନଟ ହେଲେଣି । ଏହି ରୋଗରେ ୫ ଜଣଙ୍କର ମୃତ୍ୟୁ ହୋଇଛି ଓ ଜଣେ ଗୁରୁତର ଅଛନ୍ତି । ତେବେ କଣ ଏହି ଡିପଥେରିଆ ରୋଗ  ?

Advertisment

କଣ ଏହି ଡିପଥେରିଆ ରୋଗ  ?

ଡାକ୍ତରଙ୍କ କହିବା ଅନୁଯୟୀ, ଏହା ଏକ ଗଳା ସମ୍ବିନ୍ଧିତ ରୋଗ । ସାଧାରଣତଃ ଏହି ରୋଗ ୫ ବର୍ଷ ପିଲାଙ୍କଠାରେ ଦେଖାଯିବା ସହ ୬୦ ବର୍ଷ ପରେ ମଧ୍ୟ ଏହି ରୋଗ ହେବାର ସମ୍ଭାବନା ରହିଛି । ଏହା ବାୟୁ ବାହିତ ସଂକ୍ରମଣ ରୋଗ । ଗୋଟିଏ ରୋଗୀଠାରୁ ଅନ୍ୟ ଏକ ରୋଗୀର ବ୍ୟବହୃତ ବସ୍ତ୍ର, ଖ୍ୟାଦ୍ୟ ପଦାର୍ଥ ଆଦିରେ ଜୀବାଣୁ ଗୋଟିଏ ଶରୀରରୁ ଅନ୍ୟ ଏକ ଶରୀର ମଧ୍ୟକୁ ପ୍ରବେଶ କରିଥାଏ । ଏହି ରୋଗ ହେଲେ ତୁରନ୍ତ ଭାକସିନ ସହିତ ଅନ୍ୟାନ୍ୟ ଚିକିତ୍ସା କରାଗଲେ ଶୀଘ୍ର ଭଲ ହୋଇପାରିବ।

ଆକ୍ରାନ୍ତଙ୍କ ମଧ୍ୟରୁ ରାୟଗଡାରୁ ୧୫ ଜଣ ଚିହ୍ନଟ ହୋଇଥିବା ବେଳେ କୋରାପୁଟ ବନ୍ଧୁଗାଁରୁ ଜଣେ, କଳାହାଣ୍ଡିରୁ ୪ରୁ ୫ ଜଣ ସନ୍ଦିଗ୍ଧ ଡିପଥେରିଆ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ନମୁନା ପରୀକ୍ଷା ପାଇଁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ RMRCକୁ ପଠାଯାଇଛି । କୋରାପୁଟ ବନ୍ଧୁଗାଁରୁ ଚିହ୍ନଟ ରୋଗୀଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି । ତାଙ୍କୁ MKCG ମେଡିକାଲରେ ଭର୍ତ୍ତି କରାଯାଇଛି । ଏକ ସ୍ବତନ୍ତ୍ର ଟିମ ସ୍ବାସ୍ଥ୍ୟବସ୍ଥା ମନିଟର କରୁଛି ବୋଲି ସୂଚନା ଦେଇଛନ୍ତି ଜନ ସ୍ବାସ୍ଥ୍ୟ ନିର୍ଦ୍ଦେଶକ । 

Advertisment

କଳାହାଣ୍ଡିର ସଂକ୍ରମିତଙ୍କୁ ଭବାନୀପାଟଣା ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି । ରାୟଗଡ଼ାରେ ସ୍ଥିତି ଏବେ ସ୍ଥିର ରହିଛି। ଆଗ୍ରା, ହାଇଦ୍ରାବାଦରୁ ଆଣ୍ଟି ଡିପଥେରିଆଲ ସିରମ୍ ଅଣାଯାଇ ଆକ୍ରାନ୍ତଙ୍କୁ ଦିଆଯାଉଛି । ସଂକ୍ରମଣର ମୁକାବିଲା ପାଇଁ ୩ ଜିଲ୍ଲାରେ ସ୍ବାସ୍ଥ୍ୟ ବିଭାଗ ଓ WHO ଟିମ ମିଳିତ ଭାବେ ଗାଁ ଗାଁ ବୁଲି ସ୍ଥିତିର ଅନୁଧ୍ୟାନ କରୁଛନ୍ତି। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ କହିଛନ୍ତି ଆଣ୍ଟିବାୟୋଟିକ ଦ୍ବାରା ଏ ସଂକ୍ରମଣ ମୂଳପୋଛ କରାଯାଇପାରିବ। ତେବେ ଯେହେତୁ ଏହା ବାୟୁ ଦ୍ୱାରା ସଂକ୍ରମିତ ହେଉଛି, ସଂକ୍ରମଣ ରୋକିବାକୁ ପ୍ରଭାବିତ ଅଞ୍ଚଳର ଲୋକମାନେ ମାସ୍କ ପିନ୍ଧିବା ସହ ହାତ ଧୋଇବା ଭଳି ନିୟମ ପାଳନ ପାଇଁ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦିଆଯାଇଛି। 

ଡିପଥେରିଆ ସଂକ୍ରମଣ ବଢିବା ପରେ ସ୍ୱାସ୍ଥ୍ୟ ବିଭାଗର ବଡ଼ ପଦକ୍ଷେପ ନେଇଛନ୍ତି । ରାୟଗଡା କାଶୀପୁରରେ ଆସନ୍ତାକାଲିଠାରୁ ଦିଆଯିବ ଡିପଥେରିଆ ବୁଷ୍ଟର ଡୋଜ ଟିକା। ଏକ ବର୍ଷ ବୟସ ଭିତର ଶିଶୁଙ୍କୁ ପେଣ୍ଟା ଡୋଜ ଦିଆଯିବ । ୫ରୁ ୧୫ ବର୍ଷ ବୟସ୍କଙ୍କୁ TD ଡୋଜ ଦିଆଯିବ। ସର୍ଭେଲାନ୍ସ ସରିବା ପରେ ସଂକ୍ରମଣ ହୋଇଥିବା ଅନ୍ୟ ଅଞ୍ଚଳରେ ବୁଷ୍ଟର ଡୋଜ ଦିଆଯିବ। ଏବେ ଗାଡଲାଇନ ଅନୁସାରେ ସଂକ୍ରମଣ ଅଞ୍ଚଳରେ ସର୍ଭେଲେନ୍ସ ଚାଲିଛି। ଲକ୍ଷଣ ଥିବା ବ୍ୟକ୍ତିଙ୍କୁ ଆଣ୍ଟିବାୟୋଟିକ ଦିଆଯାଇଛି। ଆଗକୁ ଗଜପତି, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ମାଲକାନଗିରିରେ ସର୍ଭେଲାନ୍ସ ହେବ ବୋଲି ସ୍ବାସ୍ଥ୍ୟ ବିଭାଗ ସୂଚନା ଦେଇଛି ।

Advertisment
Odisha News
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ