• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Santosh Kumar Sahoo

ରାୟଗଡ଼ା ନୁହେଁ କଳାହାଣ୍ଡି ହେଉଛି ରାଜ୍ୟରେ ଡିପଥେରିଆ ସଂକ୍ରମଣର ଉତ୍ସ । ଏହି ସୂଚନା ଦେଇଛନ୍ତି ପରିବାର କଲ୍ୟାଣ ନିର୍ଦ୍ଦେଶିକା ଡାକ୍ତର ସଂଯୁକ୍ତା ସାହୁ । କଳାହାଣ୍ଡିର ଇନ୍ଦ୍ରାବତୀ ବୁଡ଼ି ଅଞ୍ଚଳରୁ ବ୍ୟାପିଛି ସଂକ୍ରମଣ । ମାନୁଷପଦରରୁ ଜଣେ ବ୍ୟକ୍ତି ଇନ୍ଦ୍ରାବତୀକୁ ଯାଇଥିଲେ । ସେ ସେଠାରୁ ସଂକ୍ରମିତ ହୋଇ ମାନୁଷପଦର ଫେରିବା ପରେ ରାଜ୍ୟରେ ବ୍ୟାପିଛି ଡିପଥେରିଆ ସଂକ୍ରମଣ ।

ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ କଳାହାଣ୍ଡି, କୋରାପୁଟରେ ଏବେ ବି ଚାଲିଛି ସର୍ଭେଲାନ୍ସ । କୋରାପୁଟ ବନ୍ଧୁଗାଁର ୩୩ ପିଲାଙ୍କୁ ଦିଆଯାଇଛି ବୁଷ୍ଟର ଡୋଜ। କାଶୀପୁରର ମନୁଷପଦର ଅଞ୍ଚଳର ୧୮ଟି ଗାଁରୁ ୧୩ ଗାଁରେ ସରିଛି ବୁଷ୍ଟର ଡୋଜ୍ ଟିକାକରଣ । ଏ ସବୁ ଗାଁରେ ୪୬୮ ପିଲାଙ୍କୁ ବୁଷ୍ଟର ଡୋଜ ଦିଆଯାଇଛି । ଏହାଛଡ଼ା କାଶୀପୁର ବ୍ଲକର ଅନ୍ୟ ଗାଁରେ ଯେଉଁ ପିଲାମାନେ ଡିପଥେରିଆ ଟିକା ବିଲକୁଲ ନେଇ ନଥିବେ, ସେମାନଙ୍କୁ ଚିହ୍ନଟ କରାଯାଇ ଟିକା ଦିଆଯିବ ।

ଅନ୍ୟପଟେ ଡିପଥେରିଆରେ ମୃତ୍ୟୁ ହୋଇଥିବା ଜଣେ ୧୧ ବର୍ଷୀୟା ଝିଅର ଓଜନ ମାତ୍ର ୧୫ କିଲୋଗ୍ରାମ ଥିଲା । ତେବେ ତାହା ଅପପୁଷ୍ଟି ନା ନାହିଁ, ସେନେଇ ଯାଞ୍ଚ କରିବାକୁ ମହିଳା ଓ ଶିଶୁ ବିକାଶ ବିଭାଗକୁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ କୁହାଯାଇଛି । ସେପଟେ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନୀଳକଣ୍ଠ ମିଶ୍ର କହିଛନ୍ତି ରାଜ୍ୟରେ ସ୍ଥିର ରହିଛି ଡିପଥେରିଆ ସଂକ୍ରମଣ । ନୂଆ ସଂକ୍ରମଣ ହୋଇନି । ସଂକ୍ରମଣର କାରଣ ଅପପୁଷ୍ଟି ନା ନୁହେଁ, ସେନେଇ ଅନ୍ୟ ବିଭାଗ ଦ୍ବାରା ତଦନ୍ତ ଚାଲିଛି। ଏହାର ଯାଞ୍ଚ କରିବାକୁ ଜିଲ୍ଲାପାଳଙ୍କୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି ।

OTV is now on Whatsapp

Join and get latest news update delivered to you via whatsapp

Join Now