• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Swadesi Megha Mallhar Prusty

ରାଜ୍ୟରେ ଡେଙ୍ଗୁ ସଂକ୍ରମଣ ବୃଦ୍ଧିକୁ ନଜରରେ ରଖି ତତ୍ପର ସ୍ୱାସ୍ଥ୍ୟ ବିଭାଗ । ଗତ ୫ ବର୍ଷ ଭିତରେ ରାଜ୍ୟର ଯେଉଁ ଅଞ୍ଚଳ ଡେଙ୍ଗୁର ହଟ୍‌ସ୍ପଟ୍ ରହିଆସିଛି, ସେସବୁ ଅଞ୍ଚଳକୁ ମ୍ୟାପିଂ କରିବା ସହ ସେଠାରେ ସର୍ବେକ୍ଷଣ ଆରମ୍ଭ ଲାଗି ନିର୍ଦ୍ଦେଶ ଦିଆଯାଇଛି । ଏଥିପାଇଁ ସବୁ ଜିଲ୍ଲାପାଳ ଓ ମ୍ୟୁନିସିପାଲ କମିଶନରଙ୍କୁ ଚିଠି ଲେଖି ନିର୍ଦ୍ଦେଶ ଦେଇଛନ୍ତି ସ୍ୱାସ୍ଥ୍ୟ ସଚିବ ଶାଳିନୀ ପଣ୍ଡିତ ।

ମୌସୁମୀ ଓ ଏହାର ପରବର୍ତ୍ତୀ ସମୟରେ ଡେଙ୍ଗୁ ଓ ମ୍ୟାଲେରିଆ ସଂକ୍ରମଣ ବଢୁଥିବାରୁ ଆଗୁଆ ସତର୍କତା ପଦକ୍ଷେପ ନେବାକୁ ଦିଆଯାଇଛି ନିର୍ଦ୍ଦେଶ । ଆବଶ୍ୟକ ସଂଖ୍ୟକ ଫ୍ରଣ୍ଟଲାଇନ ୱାର୍କର, ଡାଏଗ୍ନୋଷ୍ଟିକ୍ କିଟ୍, ଔଷଧ ମହଜୁଦ ରଖିବା ପାଇଁ କୁହାଯାଇଛି । ଜିଲ୍ଲା ଓ ମହାନଗର ନିଗମ ସ୍ତରରେ ସବୁ ଅଂଶୀଦାରମାନଙ୍କୁ ନେଇ ବୈଠକ କରି ଯୁଗ୍ମ ଆକ୍ସନ୍ ପ୍ଲାନ ସମୀକ୍ଷା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ସ୍ୱାସ୍ଥ୍ୟ ସଚିବ ।

ଜନସାଧାରଣଙ୍କୁ ସଚେତନ କରିବା ସହ ଅନ୍ୟ ସହଯୋଗୀ ବିଭାଗ ସହ ସମନ୍ୱୟ ରକ୍ଷା, ଟେଷ୍ଟିଂ, ଚିକିତ୍ସା ଓ ଠିକ୍ ସମୟରେ ରେଫରାଲକୁ ଗୁରୁତ୍ୱ ଦେବାକୁ କୁହାଯାଇଛି । ସଂକ୍ରମଣ ସ୍ଥିତିର ମୁକାବିଲା ପାଇଁ ଜିଲ୍ଲା ଓ ବ୍ଳକ୍ ଆରଆରଟି ଦଳ ପ୍ରସ୍ତୁତ ରଖନ୍ତୁ । ଡେଙ୍ଗୁ-ମ୍ୟାଲେରିଆ ସଂକ୍ରମଣକୁ ରୋକିବା ଲାଗି ଏହାର ଉତ୍ସକୁ ନଷ୍ଟ କରିବା ସହ ରକ୍ତ ଭଣ୍ଡାରରେ ରକ୍ତ ସଂରକ୍ଷିତ ରଖିବେ ।

ହସ୍ପିଟାଲରେ ସ୍ୱତନ୍ତ୍ର ଭାବେ ଡେଙ୍ଗୁ ୱାର୍ଡ ଖୋଲିବା ଓ ମଶାଙ୍କ ଉପଦ୍ରବରୁ ସୁରକ୍ଷିତ କରିବା, ସାପ୍ତାହିକ ଡ୍ରାଏ ଡେ' ପାଳନ ଲାଗି ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ସ୍ୱାସ୍ଥ୍ୟ ସଚିବ ।

OTV is now on Whatsapp

Join and get latest news update delivered to you via whatsapp

Join Now