• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Santosh Kumar Sahoo

ବଢ଼ୁଛି ତାତି, କଲବଲ ପଶ୍ଚିମ ଓଡ଼ିଶାବାସୀ । ସେପଟେ ରାଜ୍ୟରେ ଏବେ ଦିନକୁ ଦିନ ବଢ଼ିବାରେ ଲାଗିଛି ଅସ୍ୱାଭାବିକ ମୃତ୍ୟୁ। ବିଶେଷକରି ପଶ୍ଚିମ ଓଡ଼ିଶାରେ ଏପରି ମୃତ୍ୟୁ ବଢ଼ିବାରେ ଲାଗିଛି । ତେବେ ଏଥିରୁ ଅଧିକାଂଶ ମୃତ୍ୟୁ ଅଶଂଘାତ ଜନିତ ହେଉଥିବା ଶବ ବ୍ୟବଚ୍ଛେଦ ରିପୋର୍ଟରୁ ଜଣାପଡ଼ିଛି । ଗତ ୭୨ ଘଣ୍ଟା ମଧ୍ୟରେ ସାରା ରାଜ୍ୟରେ ୯୯ଟି ଅଂଶୁଘାତ ଜନିତ ମୃତ୍ୟୁ ଅଭିଯୋଗ ହୋଇଥିବା ବେଳେ ୨୦ଟି ସେଥିରୁ ଅଂଶୁଘାତ ନେଇ ସ୍ପଷ୍ଟ ହୋଇଥିବା ସୂଚନା ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ୍ କମିଶନର ।

ଅଂଶୁଘାତଜନିତ ଘଟଣା ରାଉରକେଲା, ସୁନ୍ଦରଗଡ଼, ଝାରସୁଗୁଡ଼ା, ବଲାଙ୍ଗିର ଭଳି ଜିଲ୍ଲାରୁ ଅଭିଯୋଗ ଆସିଛି। ଅସ୍ୱାଭାବିକ ଭାବେ ଲୋକଙ୍କ ଜୀବନ ଯାଇଛି। ଏହି ଘଟଣା ପରେ ସତର୍କତା ସୂଚନା ମୂଳକ ଭାବେ ପିକ୍ ସମୟରେ କାମ କରିବାକୁ ବାରଣ କରିଛନ୍ତି SRC ।

ଅଧିକ ପଢ଼ନ୍ତୁ: ଅସ୍ବାଭାବିକ ମୃତ୍ୟୁସଂଖ୍ୟା ୩୫କୁ ବୃଦ୍ଧି, ୬ ଜଣଙ୍କର ଅଂଶୁଘାତ ଜନିତ ମୃତ୍ୟୁ

ତେବେ କେବଳ ରାଉରକେଲା ସହରରେ ଅସ୍ୱାଭାବିକ ମୃତ୍ୟୁ ସଂଖ୍ୟା ୩୫କୁ ବୃଦ୍ଧି ପାଇଛି । ଏମାନଙ୍କ ମଧ୍ୟରୁ ୬ ଜଣଙ୍କ ମୃତ୍ୟୁ ଅଂଶୁଘାତ ଜନିତ । ଏନେଇ ସୂଚନା ଦେଇଛନ୍ତି ଅତିରିକ୍ତ ଜିଲ୍ଲାପାଳ। ୪ ଜଣଙ୍କର ମୃତଦେହକୁ ସେମାନଙ୍କ ପରିବାର ଲୋକେ ନେଇଯାଇଥିବାରୁ ବ୍ୟବଚ୍ଛେଦ ହୋଇପାରିନି । ଅବଶିଷ୍ଟ ସମସ୍ତ ମୃତକଙ୍କ ଶବ ବ୍ୟବଚ୍ଛେଦ କରାଯାଇଛି । ରାଉରକେଲା ତହସିଲଦାର ଓ ମେଡିକାଲ ଟିମ୍ ଏନେଇ ତଦନ୍ତ କରୁଛନ୍ତି । ଗତକାଲିଠାରୁ ଆଜି ପର୍ଯ୍ୟନ୍ତ ଆଉ ରୋଗୀ ସଂଖ୍ୟା ବୃଦ୍ଧି ହୋଇନାହିଁ । ଏସବୁ ଭିତରେ ରାଜ୍ୟବ୍ୟାପୀ ଆସିଥିବା ୧୪୧ଟି ଅଭିଯୋଗ ମଧ୍ୟରୁ ୨୬ ଜଣଙ୍କ ମୃତ୍ୟୁ କେବଳ ଅଂଶୁଘାତଜନିତ ବୋଲି SRCଙ୍କ ପକ୍ଷରୁ ସୂଚନା ଦିଆଯାଇଛି ।

ସେହିପରି ସମ୍ବଲପୁରରେ ଅଂଶୁଘାତରେ ୫ ଜଣଙ୍କର ମୃତ୍ୟୁ ହୋଇଛି। ୧୮ ଅସ୍ବାଭାବିକ ମୃତ୍ୟୁ ମଧ୍ୟରୁ ୫ ଅଂଶୁଘାତଜନିତ। ଏହି ସୂଚନା ଦେଇଛନ୍ତି ସମ୍ବଲପୁର ଜିଲ୍ଲାପାଳ ଅକ୍ଷୟ ସୁନୀଲ ଅଗ୍ରୱାଲ। ୭ ଜଣଙ୍କ ବ୍ୟବଚ୍ଛେଦ ରିପୋର୍ଟରୁ ୫ ଜଣଙ୍କ ମୃତ୍ୟୁ ଅଂଶୁଘାତ ଜନିତ ବୋଲି ଜଣାପଡିଛି। ଅବଶିଷ୍ଟ ୧୧ ଜଣଙ୍କ ବ୍ୟବଚ୍ଛେଦ ରିପୋର୍ଟକୁ ଅପେକ୍ଷା କରାଯାଇଛି। ଗତ ମାସ ୨୯ରୁ ୧ ତାରିଖ ଭିତରେ ସମ୍ବଲପୁରରେ ୧୮ ଜଣଙ୍କର ଅସ୍ବାଭାବିକ ମୃତ୍ୟୁ ହୋଇଥିଲା।

ସେପଟେ ଆହୁରି ୨ ଦିନ ଯାଏଁ ପଶ୍ଚିମ ଓଡ଼ିଶାରେ ହିଟୱେଭ ଜାରି ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଆଜି ପାଇଁ ବଲାଙ୍ଗିର, ବରଗଡ଼କୁ ଅରେଞ୍ଜ ୱାର୍ଣ୍ଣିଂ ଏବଂ କଳାହାଣ୍ଡି, ନୂଆପଡ଼ା, ସୁବର୍ଣ୍ଣପୁର ଓ ସମ୍ବଲପୁରକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏପଟେ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲାରେ ୪୦ ଡିଗ୍ରୀ ଉପରେ ତାପମାତ୍ରା ରହିବା ନେଇ ଆକଳନ କରିଛି ପାଣିପାଗ କେନ୍ଦ୍ର । ସେହିପରି ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଓ ବିଜୁଳି ଘଡ଼ଘଡ଼ିର ଆଶଙ୍କା ରହିଛି ।

ଅଧିକ ପଢ଼ନ୍ତୁ: ମୁଣ୍ତ ନେଉଛି ହିଟୱେଭ୍‌ ! ଦିନକରେ ଗଲାଣି ୧୪ ଜୀବନ

OTV is now on Whatsapp

Join and get latest news update delivered to you via whatsapp

Join Now