New Medical College
ରାଜ୍ୟବାସୀଙ୍କ ପାଇଁ ଖୁସି ଖବର । ରାଜ୍ୟରେ ପ୍ରତିଷ୍ଠା ହେବାକୁ ଯାଉଛି ୯ଟି ନୂଆ ମେଡିକାଲ କଲେଜ । ଜଗତସିଂହପୁର, ଭଦ୍ରକ, ଢେଙ୍କାନାଳ, ନବରଙ୍ଗପୁରରେ MBBS କଲେଜ ପ୍ରତିଷ୍ଠା ହେବ । ବୁର୍ଲା, ବ୍ରହ୍ମପୁର, କେନ୍ଦୁଝର, ବଲାଙ୍ଗିରରେ ୪ଟି ଡେଣ୍ଟାଲ୍ କଲେଜ ହେବ । ମୟୂରଭଞ୍ଜରେ ଗୋଟିଏ ଆୟୁର୍ବେଦ କଲେଜ୍ କରାଯିବ ବୋଲି ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ । ଏନେଇ ବଜେଟ୍ ଅନୁମୋଦନ ମିଳିଥିବା ସେ କହିଛନ୍ତି ।
ଏହିସବୁ ସ୍ଥାନରେ ମେଡିକାଲ କଲେଜ ନଥିବାରୁ ଅନେକ ସମସ୍ୟା ଭୋଗୁଥିଲେ ମେଡିକାଲ ଛାତ୍ରଛାତ୍ରୀ । ଦୀର୍ଘ ଦିନ ଧରି ବିଭିନ୍ନ ସ୍ଥାନରେ ମେଡିକାଲ କଲେଜ ପ୍ରତିଷ୍ଠା ନେଇ ଦାବି ହୋଇଆସୁଥିଲା । ସରକାରଙ୍କୁ ଏହି ନିଷ୍ପତ୍ତିକୁ ସବୁ ମହଲରେ ସ୍ୱାଗତ କରାଯାଇଛି । ଏସବୁ ଜିଲ୍ଲାରେ ମେଡିକାଲ କଲେଜ ପ୍ରତିଷ୍ଠା କରାଯାଇ କାର୍ୟ୍ୟକ୍ଷମ ହେଲେ ଜିଲ୍ଲାବାସୀ ଉପକୃତ ହେବେ । ମେଡିକାଲ କଲେଜ ପ୍ରତିଷ୍ଠା ଦ୍ୱାରା ଜିଲ୍ଲାରେ ସ୍ୱାସ୍ଥ୍ୟ ସମସ୍ୟା ଦୂର ହେବ । ଚିକିତ୍ସା ପାଇଁ ଆଉ ଜିଲ୍ଲା ବାହାରକୁ ଯିବାକୁ ପଡ଼ିବ ନାହିଁ ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)



/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)