Advertisment

ମୋଦିଙ୍କ ଦୀପାବଳି ଭେଟି; ସାରା ଦେଶରେ ଆରମ୍ଭ ହେବ ଆୟୁଷ୍ମାନ ଭାରତ ପାର୍ଟ-୨

ଆଜି ପ୍ରଧାନମନ୍ତ୍ରୀ ଦେଶରେ ମୋଟ ୧୨ ହଜାର ୮୫୦ କୋଟିର ପ୍ରକଳ୍ପର ଉଦଘାଟନ କରିବେ। ନୂଆଦିଲ୍ଲୀରେ ଦେଶର ପ୍ରଥମ ସର୍ବଭାରତୀୟ ଆୟୁର୍ବେଦ ପ୍ରତିଷ୍ଠାନର ଦ୍ବିତୀୟ ପର୍ଯ୍ୟାୟକୁ ଉଦଘାଟନ କରିବା ସହ ଏଠାରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେଇ ପ୍ରଧାନମନ୍ତ୍ରୀ ଭିଡ଼ିଓ କନଫରେନ୍ସିଂ ଜରିଆରେ ଦେଶର ବିଭିନ୍ନ ଭାଗରେ ସ୍ବାସ୍ଥ୍ୟ ପ୍ରକଳ୍ପଗୁଡ଼ିକ ଶୁଭ ଉଦଘାଟନ ଓ ଶିଳାନ୍ୟାସ କରିବା କାର୍ଯ୍ୟକ୍ରମ ରହିଛି।

ଅଦ୍ୟତନ ହୋଇଛି
PM Modi

PM Modi

Advertisment

ଆଜି ଧନ୍ବନ୍ତରୀ ଜୟନ୍ତୀ ତଥା ନବମ ଆୟୁର୍ବେଦ ଦିବସ ଅବସରରେ ଓଡ଼ିଶା ସମେତ ଦେଶର ବିଭିନ୍ନ ସ୍ଥାନରେ ଏକାଧିକ ସ୍ବାସ୍ଥ୍ୟ ପ୍ରକଳ୍ପ ଓ ଭତ୍ତିଭୂମିର ଶୁଭ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଭିଡିଓ କନଫରେନ୍ସିଂ ଜରିଆରେ ପ୍ରଧାନମନ୍ତ୍ରୀ ଖୋର୍ଦ୍ଧା ଜଟଣୀଠାରେ ୨୧ ଏକର ଜମିରେ ଆୟୁର୍ବେଦ ଓ ନେଚରପାଥି ହସ୍ପିଟାଲର ଉଦଘାଟନ କରିବା କାର୍ଯ୍ୟକ୍ରମ ରହିଛି।

Advertisment

ଭୁବନେଶ୍ବର ଉପକଣ୍ଠ ଗୋଠପାଟଣାରେ ସେଣ୍ଟ୍ରାଲ ଅକ୍ସ ଟେଷ୍ଟିଂ ୟୁନିଟ ଏବଂ ବରଗଡ଼ରେ କ୍ରିଟିକାଲ ହେଲଥ କେୟାର ୟୁନିଟର ଉଦଘାଟନ କରିବେ ମୋଦି। ବରଗଡ଼ ମୁଖ୍ୟ ଚିକିତ୍ସାଳୟ କ୍ୟାଂପସରେ ନବ ନିର୍ମିତ ୫୦ ଶଯ୍ୟା ବିଶିଷ୍ଟ ଏହି କ୍ରିଟିକାଲ ହେଲ୍ଥ କେୟାର ସେଣ୍ଟରରେ ୧୦ଟି ଆଇସିୟୁ ବେଡ୍ ରହିଛି। ୧୮ କୋଟି ଟଙ୍କା ବ୍ୟୟରେ ଏହି କ୍ରିଟିକାଲ୍ ହେଲ୍ଥ କେୟାର ସେଣ୍ଟର ନିର୍ମାଣ କରାଯାଇଛି। ଏହାର ଉଦଘାଟନ ପରେ ସାଧାରଣ ରୋଗୀମାନେ ବିଶେଷ ଭାବେ ଉପକୃତ ହେବେ ବୋଲି କୁହାଯାଉଛି।

ଆଜି ପ୍ରଧାନମନ୍ତ୍ରୀ ଦେଶରେ ମୋଟ ୧୨ ହଜାର ୮୫୦ କୋଟିର ପ୍ରକଳ୍ପର ଉଦଘାଟନ କରିବେ। ନୂଆଦିଲ୍ଲୀରେ ଦେଶର ପ୍ରଥମ ସର୍ବଭାରତୀୟ ଆୟୁର୍ବେଦ ପ୍ରତିଷ୍ଠାନର ଦ୍ବିତୀୟ ପର୍ଯ୍ୟାୟକୁ ଉଦଘାଟନ କରିବା ସହ ଏଠାରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେଇ ପ୍ରଧାନମନ୍ତ୍ରୀ ଭିଡ଼ିଓ କନଫରେନ୍ସିଂ ଜରିଆରେ ଦେଶର ବିଭିନ୍ନ ଭାଗରେ ସ୍ବାସ୍ଥ୍ୟ ପ୍ରକଳ୍ପଗୁଡ଼ିକର ଶୁଭ ଉଦଘାଟନ ଓ ଶିଳାନ୍ୟାସ କରିବା କାର୍ଯ୍ୟକ୍ରମ ରହିଛି।

Advertisment
PM Modi Ayushman Bharat PMJAY
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ