/odishatv-khabar/media/post_attachments/uploadimage/library/16_9/16_9_0/IMAGE_1683796475.jpg)
Cancer Hospital
ଜଟଣୀରେ ହେବ କ୍ୟାନ୍ସର ହସ୍ପିଟାଲ୍ । ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭିଡିଓ କନଫରେନସିଂ ମାଧ୍ୟମରେ ଜଟଣୀ ସ୍ଥିତ ହୋମି ଭାଭା କର୍କଟ ରୋଗ ଚିକିତ୍ସାଳୟ ଓ ଗବେଷଣା କେନ୍ଦ୍ରର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ଏଠାରେ କ୍ୟାନ୍ସର ରୋଗୀଙ୍କ ଉତ୍ତମ ଚିକିତ୍ସା ଓ ନିରାକରଣ ଦିଗରେ କାର୍ଯ୍ୟ ହେବ। ୨୦୦ ବେଡ୍ ବିଶିଷ୍ଠ ଏହି ହସ୍ପିଟାଲ ୬୫୦ କୋଟି ଟଙ୍କା ବିନିଯୋଗରେ ନିର୍ମାଣ ହେବ ।
Advertisment
ଅଧିକ ପଢ଼ନ୍ତୁ: ଓଡ଼ିଶା ଆସିପାରନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
କେନ୍ଦ୍ର ଆଟମିକ୍ ଏନର୍ଜି ଓ ଟାଟା ପକ୍ଷରୁ ଏନେଇ ମିଳିତ ଭାବେ ପ୍ରୟାସ କରାଯାଇଛି । ପୂର୍ବରୁ ଏହି ହସ୍ପିଟାଲ୍ ପାଇଁ ରାଜ୍ୟ ସରକାରଙ୍କ ସହ ଟାଟା ଚୁକ୍ତି ସ୍ୱାକ୍ଷର କରିଛି । ଏବେ କେନ୍ଦ୍ର ସରକାରଙ୍କ ପକ୍ଷରୁ ୧୯ଟି ରାଜ୍ୟରେ ନୂଆ କ୍ୟାନ୍ସର ହସ୍ପିଟାଲ୍ ନିର୍ମାଣ ନେଇ ପ୍ରକ୍ରିୟା ଆରମ୍ଭ ହୋଇଛି ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)