ଜଟଣୀରେ ହେବ କ୍ୟାନ୍ସର ହସ୍ପିଟାଲ୍; ଭିତ୍ତିପ୍ରସ୍ତର ସ୍ଥାପନ କଲେ ପ୍ରଧାନମନ୍ତ୍ରୀ

ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭିଡିଓ କନଫରେନସିଂ ମାଧ୍ୟମରେ ଜଟଣୀ ସ୍ଥିତ ହୋମି ଭାଭା କର୍କଟ ରୋଗ ଚିକିତ୍ସାଳୟ ଓ ଗବେଷଣା କେନ୍ଦ୍ରର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ।

Cancer Hospital

ଜଟଣୀରେ ହେବ କ୍ୟାନ୍ସର ହସ୍ପିଟାଲ୍ । ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭିଡିଓ କନଫରେନସିଂ ମାଧ୍ୟମରେ ଜଟଣୀ ସ୍ଥିତ ହୋମି ଭାଭା କର୍କଟ ରୋଗ ଚିକିତ୍ସାଳୟ ଓ ଗବେଷଣା କେନ୍ଦ୍ରର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ଏଠାରେ କ୍ୟାନ୍ସର ରୋଗୀଙ୍କ ଉତ୍ତମ ଚିକିତ୍ସା ଓ ନିରାକରଣ ଦିଗରେ କାର୍ଯ୍ୟ ହେବ। ୨୦୦ ବେଡ୍ ବିଶିଷ୍ଠ ଏହି ହସ୍ପିଟାଲ  ୬୫୦ କୋଟି ଟଙ୍କା ବିନିଯୋଗରେ ନିର୍ମାଣ ହେବ ।

ଅଧିକ ପଢ଼ନ୍ତୁ: ଓଡ଼ିଶା ଆସିପାରନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

କେନ୍ଦ୍ର ଆଟମିକ୍ ଏନର୍ଜି ଓ ଟାଟା ପକ୍ଷରୁ ଏନେଇ ମିଳିତ ଭାବେ ପ୍ରୟାସ କରାଯାଇଛି । ପୂର୍ବରୁ ଏହି ହସ୍ପିଟାଲ୍ ପାଇଁ ରାଜ୍ୟ ସରକାରଙ୍କ ସହ ଟାଟା ଚୁକ୍ତି ସ୍ୱାକ୍ଷର କରିଛି । ଏବେ କେନ୍ଦ୍ର ସରକାରଙ୍କ ପକ୍ଷରୁ ୧୯ଟି ରାଜ୍ୟରେ ନୂଆ କ୍ୟାନ୍ସର ହସ୍ପିଟାଲ୍ ନିର୍ମାଣ ନେଇ ପ୍ରକ୍ରିୟା ଆରମ୍ଭ ହୋଇଛି ।