Advertisment

ଭୟଙ୍କର ଭୂମିକମ୍ପରେ ୮୨୦ ଜଣଙ୍କ ଜୀବନ ଗଲାଣି, ମୃତ୍ୟୁ ସଂଖ୍ୟା ବଢ଼ିବା ଆଶଙ୍କା

ଧ୍ୱଂସାବଶେଷ ତଳେ ଫସିଛନ୍ତି ହଜାର ହଜାର ଲୋକ, ଯୁଦ୍ଧକାଳୀନ ଭିତ୍ତିରେ ଉଦ୍ଧାର ପାଇଁ ଉଦ୍ୟମ

ଅଦ୍ୟତନ ହୋଇଛି
earthquake

earthquake

Advertisment

ମରକ୍କୋରେ ବଡ ଧରଣର ଭୂମିକମ୍ପ । ରିକ୍ଟର ସ୍କେଲରେ ଏହାର ତୀବ୍ରତା ୬.୮ ରେକର୍ଡ କରାଯାଇଛି । ଏଥିରେ ବହୁ ପରିମାଣରେ ଧନଜୀବନ କ୍ଷତି ହୋଇଛି । ବର୍ତ୍ତମାନ ସୁଦ୍ଧା ମିଳିଥିବା ସୂଚନା ଅନୁସାରେ ଭୂମିକମ୍ପରେ ୮୨୦ଜଣଙ୍କ ମୃତ୍ୟୁ ହୋଇଛି । ହଜାର ହଜାର ଲୋକ ଧ୍ୱଂସାବଶେଷ ତଳେ ଫସି ରହିଛନ୍ତି । ସେମାନଙ୍କୁ ଉଦ୍ଧାର କରିବା ପାଇଁ ଯୁଦ୍ଧ କାଳୀନ ଭିତ୍ତିରେ ଉଦ୍ୟମ ଚାଲିଛି।

Advertisment

ମରକ୍କୋର ସ୍ଥାନୀୟ ସମୟ ରାତି ପ୍ରାୟ ୧୧ଟା ବେଳେ ଭୂମିକମ୍ପ ହୋଇଛି । ମରକ୍କୋର ରାଜଧାନୀ ରାବତ ଠାରୁ ୩୫୦କିମି ଦୂରରେ ଭୂମିକମ୍ପର କେନ୍ଦ୍ରସ୍ଥଳ ଥିବା ସୂଚନା ମିଳିଛି । ଭୂମିକମ୍ପରେ ମୃତାହତଙ୍କ ସଂଖ୍ୟା ଆହୁରି ବଢିବା ଆଶଙ୍କା କରାଯାଉଛି । ଭୂମିକମ୍ପ ପରେ ଲୋକମାନେ ଭୟଭୀତ ହୋଇ ବାହାରକୁ ପଳାଇ ଯାଇଥିଲେ ।

Advertisment

ଭୂମିକମ୍ପ ପରେ ବିଭିନ୍ନ ଅଞ୍ଚଳରେ ବିଦ୍ୟୁତ୍‌ ସରବରାହ ବନ୍ଦ ରହିଛି । ଟେଲିଫୋନ୍‌ ଲାଇନ୍ କଟି ଯାଇଛି । ବିଭିନ୍ନ ହସ୍ପିଟାଲରେ ଆହତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ମରକ୍କୋକୁ ଲାଗି ରହିଥିବା ଆଲଜେରିଆରେ ବି ଭୂମିକମ୍ପ ଅନୁଭୂତ ହୋଇଛି।

Advertisment

ମରକ୍କୋ ଭୂମିକମ୍ପକୁ ନେଇ ଗଭୀର ଶୋକ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏଭଳି କଠିନ ପରିସ୍ଥିତିକୁ ମୁକାବିଲା କରିବା ପାଇଁ ଭାରତ ପକ୍ଷରୁ ସବୁ ପ୍ରକାର ସହାୟତା ଯୋଗାଇ ଦିଆଯିବ ବୋଲି ପ୍ରଧାନମନ୍ତ୍ରୀ ପୋଷ୍ଟ କରିଛନ୍ତି ।

Earthquake Morocco
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ