• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Manoranjan Behera

ତାଇୱାନରେ ବଡ ଧରଣର ଭୂମିକମ୍ପ । ଭୂମିକମ୍ପରେ ବଡ ବଡ କୋଠା ଧରାଶାୟୀ ହୋଇଥିବା ଜଣାପଡିଛି । ଏହାର ପ୍ରବାବ ଏତେ ଥିଲା ଯେ, ରେଳ ଷ୍ଟେସନରେ ଠିଆ ହୋଇଥିବା ଏକ ଟ୍ରେନ୍ ମଧ୍ୟ ଦୋହୁଲିଥିବା ଦେଖିବାକୁ ମିଳିଥିଲା ।

ତାଇୱାନ୍‌ର କିଛି ଅଞ୍ଚଳରେ କେତେକ ଘର ଭୁଶୁଡି ପଡିଥିବା ବେଳେ ଆଉ କିଛି ସ୍ଥାନରେ କାନ୍ଥରେ ଫାଟ ସୃଷ୍ଟି ହୋଇଥିବା ସୂଚନା ମିଳିଛି । ତେବେ ସମ୍ପୂର୍ଣ୍ଣ କ୍ଷୟକ୍ଷତି ନେଇ କୌଣସି ସରକାରୀ ରିପୋର୍ଟ ଆସିନି । ରିକ୍ଟର ସ୍କେଲରେ ଭୂମିକମ୍ପର ତୀବତ୍ରା ପାଖାପାଖି ୭ ଥିଲା । ଆମେରିକା ଜିଓ ଲୋଜିକାଲ ସର୍ଭେ ବା USGS ରିପୋର୍ଟ ଅନୁଯାୟୀ, ଭୂମିକମ୍ପର ତୀବ୍ରତା  ୬.୯ ଥିଲା ।

ତାଇତୁଙ୍ଗରୁ ୭.୩ କିଲୋମିଟର ଦୂରରେ ଭୂମିକମ୍ପର କେନ୍ଦ୍ରସ୍ଥଳ ବୋଲି ଜଣାପଡିଛି । କିଛି ସମୟ ପାଇଁ ଥରି ଉଠିଥିଲା ପୂର୍ବ ଦକ୍ଷିଣ ତାଇୱାନ ଅଞ୍ଚଳ । ରାଜଧାନୀ ତାଇପେଇ ଅଞ୍ଚଳରେ ବି ଭୂମିକମ୍ପର ପ୍ରଭାବ ଅନୁଭୁତ ହୋଇଛି । ଏହା ପୂର୍ବରୁ ତାଇୱାନ୍‌ରେ ଗତ ୧୯୯୯ ମସିହାରେ ବଡ ଧରଣର ଭୂମିକମ୍ପ ହୋଇଥିଲା । ରିକ୍ଟର ସ୍କେଲରେ ସେତେବେଳେ ଭୂମିକମ୍ପର ତୀବ୍ରତା ୭.୬ ଥିଲା । ଏଥିରେ ୨ ହଜାର ୪ ଶହ ଲୋକଙ୍କର ମୃତ୍ୟୁ ହୋଇଥିଲା ।