ଶ୍ରୀଲଙ୍କାରେ ରାଜନୈତିକ ଅସ୍ଥିରତା ମଧ୍ୟରେ ଭୟଙ୍କର ହିଂସା ସଂଗଠିତ ହୋଇଛି। ହିଂସାରେ ଜଣେ ସରକାରୀ ଦଳର ସାଂସଦ ଅତୁକୋରାଲାଙ୍କ ମୃତ୍ୟୁ ଘଟିଛି। ଦିନକ ଭିତରେ ସାଂସଦଙ୍କ ସମେତ ୫ ଜଣଙ୍କ ଜୀବନ ଯାଇଥିବା ବେଳେ ୨ ଶହରୁ ଅଧିକ ବ୍ୟକ୍ତି ଗୁରୁତର ଆହତ ହୋଇଛନ୍ତି। ଏତିକିରେ ଥମିନାହିଁ ହିଂସା, ବିଦାୟୀ ପ୍ରଧାନମନ୍ତ୍ରୀ ମହିନ୍ଦା ରାଜପାକ୍ସଙ୍କ ବାସଭବନରେ ବି ଭଙ୍ଗାରୁଜା ହୋଇଛି।
ଜଣେ ସାଂସଦଙ୍କ ଘର ଜାଳି ଦିଆଯାଇଥିବା ବେଳେ ଅନେକ ସାଂସଦଙ୍କ ଘରେ ଆକ୍ରମଣ ହୋଇଛି। ଦେଶରେ ଜରୁରୀ ପରିସ୍ଥିତି ଓ କର୍ଫ୍ୟୁ ସତ୍ତ୍ୱେ ପରିସ୍ଥିତି ଅଣାୟତ୍ତ ହେଉଥିବାରୁ ଚିନ୍ତା ବଢ଼ିଛି।
ଘୋର ଆର୍ଥିକ ସଂକଟ ପାଇଁ ସବୁଠି ରାସ୍ତାକୁ ଓହ୍ଲାଉଛନ୍ତି ଲୋକେ। ସେପଟେ ସ୍ୱାଧୀନତା ପରେ ଦେଶରେ ପ୍ରଥମ ଥର ପାଇଁ ଆର୍ଥିକ ସଙ୍କଟ ଉତ୍କଟ ରୂପ ଧାରଣ କରିବା ପରେ ରାଜପକ୍ଷ ନିଜ ପଦରୁ ଇସ୍ତଫା ଦେଇଥିବା ବେଳେ ରାଷ୍ଟ୍ରପତି ଗୋଟାବାୟା ମଧ୍ୟ ଇସ୍ତଫା ଦିଅନ୍ତୁ ବୋଲି ଦାବି ଜୋର ହୋଇଛି।