/odishatv-khabar/media/post_attachments/uploadimage/library/16_9/16_9_0/____1693275557.jpg)
Earthquake strikes in Bali Sea Indonesia
ସମୁଦ୍ର ଭିତରେ ଶକ୍ତିଶାଳୀ ଭୂକମ୍ପ। ଇଣ୍ଡୋନେସିଆର ବାଲି ଏବଂ ଲମ୍ବୋକ୍ ଦ୍ୱୀପପୁଞ୍ଜର ଉତ୍ତରରେ ଥିବା ସମୁଦ୍ରରେ ଶକ୍ତିଶାଳୀ ଭୂକମ୍ପ ହୋଇଥିବା ସୂଚନା ମିଳିଛି। ଆଜି ଭୋର ୪ଟା ସମୟରେ ଭୂକମ୍ପ ହୋଇଥିବା ବେଳେ ରିକ୍ଟର ସ୍କେଲ୍ରେ ଏହାର ତୀବ୍ରତା ୭.୦ ଥିଲା।
Advertisment
ଭୂକମ୍ପର କେନ୍ଦ୍ରସ୍ଥଳ ଇଣ୍ଡୋନେସିଆର ମାତାରାମ ଠାରୁ ୨୦୩ କିଲୋମିଟର ଦୂରରେ ହୋଇଥିବା ଜଣାପଡ଼ିଛି। ସମୁଦ୍ର ପତ୍ତନର ବହୁ ତଳେ ଭୂକମ୍ପ ହୋଇଥିବାରୁ କୌଣସି କ୍ଷୟକ୍ଷତିର ସୂଚନା ମିଳିପାରିନି। ସେହିପରି ଭୂକମ୍ପ ଯୋଗୁ ସୁନାମିର ଆଶଙ୍କା ନଥିବା ଇଣ୍ଡୋନେସିଆର ଭୂତତ୍ତ୍ୱ ବିଭାଗ ସ୍ପଷ୍ଟ କରିଛି।
ଯଦିଓ ଏହି ଶକ୍ତିଶାଳୀ ଭୂକମ୍ପ ସମୁଦ୍ର ଭିତରେ ହୋଇଛି ତଥାପି ସମୁଦ୍ର ପାଖାପାଖି ଅଞ୍ଚଳରେ ରହୁଥିବା ଲୋକମାନେ ଭୟଭୀତ ହୋଇ ବିଲ୍ଡିଂରୁ ବାହାରକୁ ଚାଲି ଆସିଥିଲେ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)