Advertisment

ସକାଳୁ ସକାଳୁ ସମୁଦ୍ର ଭିତରେ ଶକ୍ତିଶାଳୀ ଭୂକମ୍ପ

ସମୁଦ୍ର ଭିତରେ ଶକ୍ତିଶାଳୀ ଭୂକମ୍ପ। ଆଜି ଭୋର ୪ଟା ସମୟରେ ଭୂକମ୍ପ ହୋଇଥିବା ବେଳେ ରିକ୍ଟର ସ୍କେଲ୍‌ରେ ଏହାର ତୀବ୍ରତା ୭.୦ ଥିଲା। ଇଣ୍ଡୋନେସିଆର ବାଲି ଏବଂ ଲମ୍ବୋକ୍ ଦ୍ୱୀପପୁଞ୍ଜର ଉତ୍ତରରେ ଥିବା ସମୁଦ୍ରରେ ଶକ୍ତିଶାଳୀ ଭୂକମ୍ପ ହୋଇଥିବା ସୂଚନା ମିଳିଛି।

ଅଦ୍ୟତନ ହୋଇଛି
Earthquake strikes Indonesia's Bali Sea

Earthquake strikes in Bali Sea Indonesia

Advertisment

ସମୁଦ୍ର ଭିତରେ ଶକ୍ତିଶାଳୀ ଭୂକମ୍ପ। ଇଣ୍ଡୋନେସିଆର ବାଲି ଏବଂ ଲମ୍ବୋକ୍ ଦ୍ୱୀପପୁଞ୍ଜର ଉତ୍ତରରେ ଥିବା ସମୁଦ୍ରରେ ଶକ୍ତିଶାଳୀ ଭୂକମ୍ପ ହୋଇଥିବା ସୂଚନା ମିଳିଛି। ଆଜି ଭୋର ୪ଟା ସମୟରେ ଭୂକମ୍ପ ହୋଇଥିବା ବେଳେ ରିକ୍ଟର ସ୍କେଲ୍‌ରେ ଏହାର ତୀବ୍ରତା ୭.୦ ଥିଲା। 

Advertisment

ଭୂକମ୍ପର କେନ୍ଦ୍ରସ୍ଥଳ ଇଣ୍ଡୋନେସିଆର ମାତାରାମ ଠାରୁ ୨୦୩ କିଲୋମିଟର ଦୂରରେ ହୋଇଥିବା ଜଣାପଡ଼ିଛି। ସମୁଦ୍ର ପତ୍ତନର ବହୁ ତଳେ ଭୂକମ୍ପ ହୋଇଥିବାରୁ କୌଣସି କ୍ଷୟକ୍ଷତିର ସୂଚନା ମିଳିପାରିନି। ସେହିପରି ଭୂକମ୍ପ ଯୋଗୁ ସୁନାମିର ଆଶଙ୍କା ନଥିବା ଇଣ୍ଡୋନେସିଆର ଭୂତତ୍ତ୍ୱ ବିଭାଗ ସ୍ପଷ୍ଟ କରିଛି। 

ଯଦିଓ ଏହି ଶକ୍ତିଶାଳୀ ଭୂକମ୍ପ ସମୁଦ୍ର ଭିତରେ ହୋଇଛି ତଥାପି ସମୁଦ୍ର ପାଖାପାଖି ଅଞ୍ଚଳରେ ରହୁଥିବା ଲୋକମାନେ ଭୟଭୀତ ହୋଇ ବିଲ୍ଡିଂରୁ ବାହାରକୁ ଚାଲି ଆସିଥିଲେ। 

Advertisment
Earthquake
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ