Advertisment

ଆମେରିକା ରାଷ୍ଟ୍ରପତି ଜୋ ବାଇଡେନଙ୍କୁ ପୁଣି କରୋନା...

ବାଇଡେନ୍ କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଥିବା ହ୍ବାଇଟ୍ ହାଉସ ପକ୍ଷରୁ ସୂଚନା ଦିଆଯାଇଛି। ତାଙ୍କ ଠାରେ କୋଭିଡ-19ର ସାମାନ୍ୟ ଲକ୍ଷଣ ଦେଖିବାକୁ ମିଳିଛି।

ଅଦ୍ୟତନ ହୋଇଛି
Joe Biden

Joe Biden

Advertisment

ଆମେରିକା ରାଷ୍ଟ୍ରପତି ଜୋ ବାଇଡେନଙ୍କୁ ପୁଣି କରୋନା। ବାଇଡେନ୍ କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଥିବା ହ୍ବାଇଟ୍ ହାଉସ ପକ୍ଷରୁ ସୂଚନା ଦିଆଯାଇଛି। ତାଙ୍କ ଠାରେ କୋଭିଡ-19ର ସାମାନ୍ୟ ଲକ୍ଷଣ ଦେଖିବାକୁ ମିଳିଛି। ୨ ବର୍ଷ ପରେ ପୁଣି ଥରେ ବାଇଡେନ୍ କରୋନାରେ ସଂକ୍ରମିତ ହୋଇଛନ୍ତି।

Advertisment

ଅଧିକ ପଢ଼ନ୍ତୁ: ଡୋନାଲ୍ଡ ଟ୍ରମ୍ପଙ୍କ ଜୀବନ ବଞ୍ଚାଇଲେ ମହାପ୍ରଭୁ ଜଗନ୍ନାଥ !

ଲସ୍ ଭେଗାସରେ ଏକ ସମ୍ମିଳନୀରେ ଭାଷଣ ଦେବା ପୂର୍ବରୁ ତାଙ୍କର କୋଭିଡ୍ ଟେଷ୍ଟ କରାଯାଇଥିଲା। ଏହି ସମୟରେ ସେ କରୋନାରେ ସଂକ୍ରମିତ ଥିବା ଜଣାପଡ଼ିଥିଲା। ଏହା ପରେ ବାଇଡେନ୍ ଆମେରିକାର ଡେଲାୱେର ଫେରିଆସି ସେଠାରେ କ୍ବାରେଣ୍ଟିନରେ ରହିବେ ବୋଲି ଜଣାପଡ଼ିଛି। 

ଆମେରିକାରେ ଆଗକୁ ନିର୍ବାଚନ ଥିବା ବେଳେ ଏହି ସମୟରେ ବାଇଡେନ୍ କୋଭିଡ୍ ପଜିଟିଭ୍ ଚିହ୍ନଟ ହେବା, ତାଙ୍କର ନିର୍ବାଚନୀ ପ୍ରଚାର ଉପରେ ପ୍ରଭାବ ପକାଇପାରେ ବୋଲି ଆଶଙ୍କା କରାଯାଉଛି। ପୂର୍ବରୁ ଜୁଲାଇ ୨୦୨୨ରେ ବାଇଡେନ୍ କୋଭିଡରେ ସଂକ୍ରମିତ ହୋଇଥିଲେ। ତେବେ ରାଷ୍ଟ୍ରପତି ପଦରେ ବସିବା ପୂର୍ବରୁ ସେ କୋଭିଡ୍ ଟିକା ନେଇସାରିଥିଲେ। 

Advertisment

Joe Biden COVID-19 Cases COVID-19 US President Joe Biden
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ