• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Satyendu Shekher Mishra

ଆଜି ବ୍ରିଟେନ୍‌କୁ ମିଳିବ ନୂଆ ରାଜା । କିଙ୍ଗ୍ ଚାର୍ଲସଙ୍କର ହେବ ରାଜ୍ୟାଭିଷେକ। ଆଜି ୱେଷ୍ଟମିନଷ୍ଟର ଆବେରେ ବିଧିବଦ୍ଧ ଭାବେ ବ୍ରିଟେନ ସିଂହାସନ ଆରୋହଣ କରିବେ ଚାର୍ଲସ ଫିଲିପ୍ ଆର୍ଥର ଜର୍ଜ ବା କିଙ୍ଗ୍ ଚାର୍ଲସ ତୃତୀୟ । ସେ ବ୍ରିଟେନ ସହିତ ଅନ୍ୟ ୧୪ଟି ଦେଶର ୪୦ତମ ରାଜା ବନିବେ । ଗତ ସେପ୍ଟେମ୍ବରରେ କୁଇନ୍ ଏଲିଜାବେଥ ଦ୍ୱିତୀୟଙ୍କର ଦେହାନ୍ତ ପରେ ଏହି ପଦ କିଙ୍ଗ୍ ଚାର୍ଲସ ସମ୍ଭାଳିଥିଲେ ମଧ୍ୟ ତାଙ୍କର ବିଧିବଦ୍ଧ ରାଜ୍ୟାଭିଷେକ ହୋଇନଥିଲା ।

ଆଜି ଭାରତୀୟ ସମୟ ଅପରାହ୍ନ ୩ଟା ବେଳେ ବଙ୍କିଙ୍ଗହୋମ ପ୍ୟାଲେସରୁ ଶୋଭାଯାତ୍ରାରେ ବାହାରିବେ କିଙ୍ଗ୍ ଚାର୍ଲସ ଓ ରାଣୀ କାମିଲା । ଡାଇମଣ୍ଡ ଜୁବଲି ଷ୍ଟେଟ୍ କୋଚରେ ବସି ସେମାନେ ଯିବେ ୱେଷ୍ଟମିନଷ୍ଟର ଆବେକୁ । ୧୮ ଫୁଟ୍ ଲମ୍ବା, ୩ ଟନ୍ ଓଜନ ଡାଇମଣ୍ଡ ଜୁବଲି ଷ୍ଟେଟ୍ କୋଚକୁ ଟାଣିଟାଣି ନେବେ ୬ଟି ଘୋଡ଼ା । ସାଥିରେ ଚାଲିବେ ଅଙ୍ଗରକ୍ଷୀ । ସାଢ଼େ ୩ଟା ବେଳକୁ ରାଜପରିବାର ସଦସ୍ୟ ଏବଂ ଅତିଥିଙ୍କ ଉପସ୍ଥିତିରେ ରାଜ୍ୟାଭିଷେକ କରିବେ ଆର୍କ ବିଶପ୍ । ଘଣ୍ଟାଏ ଧରି ଚାଲିବ ବିଭିନ୍ନ ରୀତିନୀତି। ସନ୍ଧ୍ୟା ୬ଟା ୪୫ରେ ରାଜପରିବାର ବକିଙ୍ଗହମ୍ ପ୍ୟାଲେସ ବାଲକୋନିକୁ ଆସି ଜନତାଙ୍କୁ ଦର୍ଶନ ଦେବେ ।