/odishatv-khabar/media/post_attachments/uploadimage/library/16_9/16_9_0/PM_1739242712.jpg)
PM
ଦୁଇ ଦିନିଆ ଫ୍ରାନ୍ସ ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସୋମବାର ଫ୍ରାନ୍ସର ରାଜଧାନୀ ପ୍ୟାରିସରେ ପହଞ୍ଚିବା ପରେ ମୋଦିଙ୍କୁ ଭବ୍ୟ ସ୍ୱାଗତ କରାଯାଇଥିଲା। ପ୍ୟାରିସର ଓର୍ଲି ବିମାନବନ୍ଦରରେ ପ୍ରଧାନମନ୍ତ୍ରୀଙ୍କୁ ଗାର୍ଡ ଅଫ ଅନର ମଧ୍ୟ ଦିଆଯାଇଥିଲା।
ମୋଦିଙ୍କ ସ୍ୱାଗତ ପାଇଁ ବିମାନବନ୍ଦରରେ ପହଞ୍ଚିଥିଲେ ଫ୍ରାନ୍ସର ପ୍ରତିରକ୍ଷା ମନ୍ତ୍ରୀ ସେବାଷ୍ଟିଆନ୍ ଲେକୋର୍ଣ୍ଣୁ। ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରୋନଙ୍କୁ ଭେଟିବା ସହ AI ବା ଆର୍ଟିଫିସିଆଲ୍ ଇଣ୍ଟିଲିଜେନ୍ସ ଆକ୍ସନ୍ ସମ୍ମିଳନୀରେ ଯୋଗଦେବେ ପ୍ରଧାନମନ୍ତ୍ରୀ।
ଏହି ଶିଖର ସମ୍ମିଳନୀରେ ଅନେକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରାଯିବ ବୋଲି ଆଶା କରାଯାଉଛି। ପ୍ରଧାନମନ୍ତ୍ରୀ ମୋଦି ଭାରତ-ଫ୍ରାନ୍ସ ସିଇଓ ଫୋରମକୁ ମଧ୍ୟ ସମ୍ବୋଧିତ କରିବେ।
ଯାହା ଦୁଇ ଦେଶ ମଧ୍ୟରେ ବାଣିଜ୍ୟ ଏବଂ ବୈଷୟିକ ସହଯୋଗକୁ ଆହୁରି ମଜବୁତ କରିବ। ସମ୍ମିଳନୀ ପୂର୍ବରୁ ରାଷ୍ଟ୍ରପତି ମାକ୍ରନଙ୍କ ଦ୍ୱାରା ଆୟୋଜିତ ନୈଶ୍ୟ ଭୋଜିରେ ସାମିଲ ହୋଇଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ଆମେରିକାରୁ ପ୍ରତିନିଧିଙ୍କ ନେତୃତ୍ବ ନେଉଥିବା ଉପରାଷ୍ଟ୍ରପତି ଜେଡି ଭାନ୍ସ।
ସେହିଭଳି ଆସନ୍ତାକାଲି ପ୍ରଧାନମନ୍ତ୍ରୀ ମୋଦି ଆମେରିକା ଗସ୍ତରେ ଯିବେ। ଯେଉଁଠାରେ ସେ ଡୋନାଲ୍ଡ ଟ୍ରମ୍ପଙ୍କ ସହ ଦ୍ୱିପାକ୍ଷିକ ଆଲୋଚନା କରିବେ। ଟ୍ରମ୍ପ ଦ୍ୱିତୀୟ ଥର ଆମେରିକାର ରାଷ୍ଟ୍ରପତି ହେବା ପରେ ମୋଦି ତାଙ୍କୁ ପ୍ରଥମ ଥର ଭେଟିବେ। ଏହି ଗସ୍ତ ସମୟରେ ପିଏମ ମୋଦି ଆମେରିକାର ବ୍ୟବସାୟୀଙ୍କୁ ଭେଟିବେ।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ବାଣିଜ୍ୟ ଏବଂ ପ୍ରତିରକ୍ଷା ସହଯୋଗ ଉପରେ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ହେବ। ଭାରତ ସହିତ ଉପଯୁକ୍ତ ବାଣିଜ୍ୟ ସମ୍ପର୍କ ବଜାୟ ରଖିବା ପାଇଁ ଆମେରିକାରେ ନିର୍ମିତ ସୁରକ୍ଷା ଉପକରଣ କିଣିବାକୁ ଆମେରିକା ଦାବି କରିଛି।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)