/odishatv-khabar/media/post_attachments/uploadimage/library/16_9/16_9_0/IMAGE_1646641220.jpg)
PM Modi Speaks To Ukrainian President
ୟୁକ୍ରେନ ରାଷ୍ଟ୍ରପତି ଭୋଲୋଦିମିର୍ ଜେଲେନ୍ସ୍କିଙ୍କ ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କଥା ହୋଇଛନ୍ତି। ୟୁକ୍ରେନର ସାଂପ୍ରତିକ ସ୍ଥିତି ନେଇ ଉଭୟ ନେତାଙ୍କ ମଧ୍ୟରେ ପ୍ରାୟ ୩୫ ମିନିଟ୍ ଧରି ଫୋନ୍ରେ ଆଲୋଚନା ହୋଇଥିଲା। ୟୁକ୍ରେନ ରାଷ୍ଟ୍ରପତି ୟୁକ୍ରେନର ସ୍ଥିତି ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଜଣାଇଥିଲେ।
ଯୁଦ୍ଧ ଓ ସେଥିଯୋଗୁ ଉପୁଜିଥିବା ସ୍ଥିତିକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଦ୍ବେଗ ପ୍ରକାଶ କରିଥିଲେ। ତୁରନ୍ତ ଯୁଦ୍ଧ ବନ୍ଦ ପାଇଁ ପ୍ରଧାନମନ୍ତ୍ରୀ ଆହ୍ୱାନ ଜଣାଇଥିଲେ। ଭାରତ ସବୁବେଳେ ଶାନ୍ତି ପ୍ରତିଷ୍ଠା ସହ ଉଭୟ ପକ୍ଷ ମଧ୍ୟରେ ସିଧାସଳଖ ଆଲୋଚନା ଉପରେ ଗୁରୁତ୍ୱ ଦେଇ ଆସୁଛି ବୋଲି ପ୍ରଧାନମନ୍ତ୍ରୀ କହିଥିଲେ।
ଫସି ରହିଥିବା ୨୦ ହଜାରରୁ ଅଧିକ ଭାରତୀୟ ନାଗରିକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର ପାଇଁ ୟୁକ୍ରେନ ସରକାରଙ୍କ ସହାୟତା ପାଇଁ ପ୍ରଧାନମନ୍ତ୍ରୀ ମୋଦି ଧନ୍ୟବାଦ ଜଣାଇଥିଲେ। ଏଥିସହ ୟୁକ୍ରେନରେ ଏବେ ବି ଭାରତୀୟ ଛାତ୍ରଛାତ୍ରୀ ଫସି ରହିଥିବାରୁ ପ୍ରଧାନମନ୍ତ୍ରୀ ଚିନ୍ତା ପ୍ରକଟ କରିଥିଲେ। ସେମାନଙ୍କୁ ତ୍ୱରିତ ଓ ସୁରକ୍ଷିତ ଉଦ୍ଧାର ପାଇଁ ପ୍ରଧାନମନ୍ତ୍ରୀ ଗୁରୁତ୍ୱ ଦେଇଥିଲେ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)