କାନ୍ଦାହାର ଓ ହେରାତକୁ ମିଶାଇ ଆଫଗାନିସ୍ତାନର ଆଉ ୪ ନୂଆ ସହରକୁ କବଜା କଲା ତାଲିବାନ୍: ୩୪ ପ୍ରାନ୍ତୀୟ ରାଜଧାନୀ ମଧ୍ୟରୁ ୧୮ଟିକୁ ଦଖଲ କଲେଣି ଉଗ୍ରବାଦୀ

କାନ୍ଦାହାର ଓ ହେରାତକୁ ମିଶାଇ ଆଫଗାନିସ୍ତାନର ଆଉ ୪ ନୂଆ ସହରକୁ ନିଜ କବଜାକୁ ନେଇଛି ତାଲିବାନ୍ । ୩୪ ପ୍ରାଦେଶିକ ରାଜଧାନୀ ମଧ୍ୟରୁ ୧୮ଟିକୁ ଉଗ୍ରବାଦୀ ଅଧିନସ୍ଥ କରି ସାରିଲେଣି । ବର୍ତ୍ତମାନ କାବୁଲ ଠାରୁ ମାତ୍ର ୯୦ କିଲୋମିଟର ଦୂରରେ ବିଦ୍ରୋହୀ ଥିବାବେଳେ ପ୍ରଛନ୍ନ ଭାବେ ସହାୟତା କରୁଛି ପାକିସ୍ତାନ

Taliban

News Summary

ବର୍ତ୍ତମାନ କାବୁଲ ଠାରୁ ମାତ୍ର ୯୦ କିମି ଦୂରରେ ବିଦ୍ରୋହୀ

ପ୍ରଛନ୍ନ ଭାବେ ସହାୟତା କରୁଛି ପାକିସ୍ତାନ

ଆଫଗାନିସ୍ତାନର ପ୍ରାୟ ୬୫ % ଅଞ୍ଚଳକୁ କବଜା କଲାଣି ତାଲିବାନ

 

ଆଫଗାନିସ୍ତାନର ସ୍ଥିତି ଉପରେ ଭାରତ ପକ୍ଷରୁ ତୀକ୍ଷ୍ଣ ନଜର

କାନ୍ଦାହାର ଓ ହେରାତକୁ ମିଶାଇ ଆଫଗାନିସ୍ତାନର ଆଉ ୪ ନୂଆ ସହରକୁ ନିଜ କବଜାକୁ ନେଇଛି ତାଲିବାନ୍ । ୩୪ ପ୍ରାଦେଶିକ ରାଜଧାନୀ ମଧ୍ୟରୁ ୧୮ଟିକୁ ଉଗ୍ରବାଦୀ ଅଧିନସ୍ଥ କରି ସାରିଲେଣି । ବର୍ତ୍ତମାନ କାବୁଲ ଠାରୁ ମାତ୍ର ୯୦ କିଲୋମିଟର ଦୂରରେ ବିଦ୍ରୋହୀ ଥିବାବେଳେ ପ୍ରଛନ୍ନ ଭାବେ ସହାୟତା କରୁଛି ପାକିସ୍ତାନ । ଖବର ସରବରାହ ସଂସ୍ଥା AFP ଅନୁସାରେ ପୂର୍ବରୁ ହେରାତ, ଗଜନୀ ସହରକୁ ଦଖଲ କରିନେଇଥିଲା ତାଲିବାନ୍ । ଏବେ ରାଜଧାନୀ କାବୁଲ୍ ଅଭିମୁଖେ ତାଲିବାନ ଅଗ୍ରସର ହୋଇଛି ।

ବର୍ତ୍ତମାନ ସୁଦ୍ଧା ଆଫଗାନିସ୍ତାନର ପ୍ରାୟ ୮୫ ପ୍ରତିଶତ ଅଞ୍ଚଳକୁ ତାଲିବାନ ନିଜ କବଜାକୁ ନେଇସାରିଛି । ଯାହା ମଧ୍ୟରେ ବହୁ ପ୍ରମୁଖ ସହର, ବାଣିଜ୍ୟ କେନ୍ଦ୍ର ଓ ପ୍ରାନ୍ତୀୟ ରାଜଧାନୀ ଥିବା ଆମେରିକୀୟ ଗୁଇନ୍ଦା ସଂସ୍ଥା ପକ୍ଷରୁ କୁହାଯାଇଛି । ଅଫଗାନିସ୍ତାନର ୩୪ଟି ପ୍ରାନ୍ତୀୟ ରାଜଧାନୀରୁ ୧୦ଟିକୁ ମାତ୍ର ସପ୍ତାହକ ଭିତରେ ତାଲିବାନ ନିଜ ଦଖଲକୁ ନେଇଛି ରାଜଧାନୀକୁ ଯୋଡ଼ୁଥିବା ପ୍ରମୁଖ ସଡ଼କପଥ କାବୁଲ-କାନ୍ଦାହାର୍ ହାଇେଓ୍ୱ ବି ତାଲିବାନ ହାତକୁ ଯାଇସାରିଛି ।

ସେପଟେ ଆଫଗାନିସ୍ତାନରେ ସ୍ଥିତି ନେଇ ଭାରତ ପକ୍ଷରୁ ତୀକ୍ଷ୍ଣ ନଜର ରଖାଯାଇଥିବା ବୈଦେଶିକ ବ୍ୟାପାର ମନ୍ତ୍ରାଳୟ କହିଛି । ଆଫଗାନିସ୍ତାନରେ ଥିବା ଭାରତୀୟଙ୍କୁ ତୁରନ୍ତ ଫେରି ଆସିବାକୁ ନୂଆଦିଲ୍ଲୀ ଅପିଲ କରିଛି । ଅନ୍ୟପକ୍ଷରେ ଆଫଗାନିସ୍ତାନରେ ଥିବା ଆମେରିକୀୟ ସୈନ୍ୟଙ୍କୁ ଉଦ୍ଧାର ପାଇଁ ପେଣ୍ଟାଗନ ପକ୍ଷରୁ ୩ ହଜାର ସୈନ୍ୟ ପଠାଯାଇଥିବା ଜଣାପଡ଼ିଛି ।

ସୂଚନାଯୋଗ୍ୟ ଆଫଗାନିସ୍ତାନରେ ତାଲିବାନର ଦଖଲ ବଢ଼ିବା ସଙ୍ଗେ ସଙ୍ଗେ ଯୁବତୀ ଓ ମହିଳାଙ୍କ ଉପରେ ଅତ୍ୟାଚାର ମଧ୍ୟ ବଢ଼ିବାରେ ଲାଗିଛି । ତାଲିବାନ ଯୁବତୀ ଓ ମହିଳାଙ୍କୁ ଅପହରଣ କରି ବଳପୂର୍ବକ ବିବାହ କରୁଛନ୍ତି ଆତଙ୍କବାନୀ । ତାଲିବାନ ଆତଙ୍କବାଦୀ ମାନେ ଏକ ନୂତନ ଅଞ୍ଚଳ କିମ୍ବା ସହରକୁ ଦଖଲ କରିବା ମାତ୍ରେ ପୋଲିସ୍ ଏବଂ ସରକାରୀ କର୍ମଚାରୀଙ୍କ ପତ୍ନୀ ଏବଂ ବିଧବାମାନଙ୍କୁ ପ୍ରଥମେ ହସ୍ତାନ୍ତର କରିବା ପାଇଁ ନିର୍ଦ୍ଦେଶ ଦିଅନ୍ତି । ତାଲିବାନୀ ଆତଙ୍କବାନୀଙ୍କ ଭୟରେ ନିଜ ଘରର ମହିଳା ଓ ଝିଙ୍କୁ କାବୁଲର ଏକ ସୁରକ୍ଷିତ ସ୍ଥାନକୁ ପଠାଉଛନ୍ତି ପରିବାର ଲୋକ । ଯେଉଁଠାରେ ସେମାନେ ଆତଙ୍କବାଦୀଙ୍କ ଦୌରାତ୍ମ୍ୟରୁ ରକ୍ଷା ପାଇପାରିବେ । ଆଫଗାନିସ୍ତାନର ତଖାର ଏବଂ ବାଦାଖଶାନ ଅଞ୍ଚଳରେ ମହିଳାଙ୍କୁ ବାଧ୍ୟତାମୂଳକ ବିବାହ କରିବା ମାମଲା ସାମ୍ନାକୁ ଆସିଛି ।