Advertisment

AAI Junior Executive Recruitment 2025: ଏୟାରପୋର୍ଟରେ ଚାକିରି; ମାସିକ ଦରମା ୧ ଲକ୍ଷ ୬୦ ହଜାର

ଏୟାରପୋର୍ଟ ଅଥରିଟି ଅଫ୍ ଇଣ୍ଡିଆରେ ଚାକିରି ସୁଯୋଗ। ଏନେଇ ବିଭାଗ ତରଫରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି। ଆପଣ ଯଦି ଆବେଦନ ପାଇଁ ଆଗ୍ରହୀ ତେବେ ବିସ୍ତୃତଭାବେ ଜାଣିବା ପାଇଁ ପଢନ୍ତୁ।

author-image
Pramod Behera
ଅଦ୍ୟତନ ହୋଇଛି
AAI AERO Recruitment 2025

AAI AERO Recruitment 2025

ସରକାରୀ ଚାକିରି କରିବା ନେଇ ନିଜକୁ ପ୍ରସ୍ତୁତ କରୁଥିବା ପ୍ରାର୍ଥୀଙ୍କ ପାଇଁ ସୁବର୍ଣ୍ଣ ସୁଯୋଗ। ସରକାରୀ ମାଲିକାନା ଉଦ୍ୟୋଗ, ଏୟାରପୋର୍ଟ ଅଥରିଟି ଅଫ୍ ଇଣ୍ଡିଆ (AAI) ଏହି ସୁଯୋଗ ନେଇଆସିଛି। ଏନେଇ ଏକ ବିଜ୍ଞପ୍ତି ପ୍ରକାଶ କରିଛି। ଆପଣ ଯଦି ଆବେଦନ ପାଇଁ ଆଗ୍ରହୀ ତେବେ ବିସ୍ତୃତଭାବେ ଜାଣିବା ପାଇଁ ପଢନ୍ତୁ।

Advertisment

ଏହି ନିଯୁକ୍ତି ମାଧ୍ୟମରେ ଜୁନିଅର ଏକ୍‌ଜିକ୍ୟୁଟିଭ୍ ପଦବୀ ପୂରଣ ହେବ। ଏନେଇ ଅନ୍‌ଲାଇନ୍ ମାଧ୍ୟମରେ ଆବେଦନ କରିବାକୁ ପଡିବ। ଏଥିପାଇଁ ଉଭୟ ପୁରୁଷ ଓ ମହିଳା ଆବେଦନ କରିପାରିବେ। ଗ୍ରାଜୁଏସନ୍ କରିଥିବା ପ୍ରାର୍ଥୀମାନେ ଏହାର ସୁଯୋଗ ନେଇ ପାରିବେ। ଏହି ନିଯୁକ୍ତି ମାଧ୍ୟମରେ ୩୦୦ରୁ ଅଧିକ ପଦବୀ ପୂରଣ ହେବ।

ଯୋଗ୍ୟ ଓ ଆଗ୍ରହୀ ପ୍ରାର୍ଥୀମାନେ AAIର ଅଫିସିଆଲ୍ ୱେବ୍‌ସାଇଟ୍‌ aai.aero କୁ ଯାଇ ଆବେଦନ କରିପାରିବେ। ଯେଉଁମାନେ ଏହାର ଅଫିସିଆଲ୍ ବିଜ୍ଞପ୍ତି ଦେଖିବାକୁ ଚାହାନ୍ତି ସେମାନେ ଏହି ଲିଙ୍କ AAI AERO Recruitment 2025 apply for 309 post Notificationରେ କ୍ଲିକ୍ କରି ଦେଖିପାରିବେ।

Advertisment

ଅଧିକ ପଢ଼ନ୍ତୁ: ଚାକିରି ହରାଇ ଚାପରେ ଅଛନ୍ତି କି… ଏହି ସମୟରେ କ’ଣ କରିବେ ଜାଣନ୍ତୁ

ଗୁରୁତ୍ୱପୂର୍ଣ୍ଣ ତାରିଖ:

  • ଅନ୍‌ଲାଇନ୍ ଆବେଦନ ଆରମ୍ଭ – ୨୫ ଏପ୍ରିଲ୍ ୨୦୨୫
  • ଅନ୍‌ଲାଇନ୍ ଆବେଦନ ଶେଷ – ୨୪ ମେ ୨୦୨୫
  • ବିସ୍ତୃତଭାବେ ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ

ଖାଲି ପଦବୀ:

  • ସାଧାରଣ ବର୍ଗ – ୧୨୫ଟି ପୋଷ୍ଟ୍‌
  • OBC – ୭୨ଟି ପୋଷ୍ଟ୍‌
  • SC – ୫୫ଟି ପୋଷ୍ଟ୍‌
  • ST – ୨୭ଟି ପୋଷ୍ଟ୍‌
  • EWS – ୩୦ଟି ପୋଷ୍ଟ୍‌
  • ମୋଟ ପଦବୀ – ୩୦୯ଟି ପୋଷ୍ଟ
  • ବିସ୍ତୃତଭାବେ ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ

ଯୋଗ୍ୟତା:

  • ପଦାର୍ଥ ବିଜ୍ଞାନ ଏବଂ ଗଣିତ ସହିତ ବିଏସସି(B.Sc) ଡିଗ୍ରୀ କିମ୍ବା ଇଞ୍ଜିନିୟରିଂରେ ଡିଗ୍ରୀ
  • ଇଂରାଜୀରେ ଲେଖିବା ଓ କହିବା ଦକ୍ଷତା
  • ବିସ୍ତୃତଭାବେ ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ

ବୟସ ସୀମା:

  • ସର୍ବାଧିକ ବୟସ – ୨୭ ବର୍ଷ
  • ବୟସ ଗଣନା ୨୪।୦୫।୨୦୨୫ ଅନୁସାରେ ହେବ
  • ବିସ୍ତୃତଭାବେ ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ

ଦରମା:

  • ସର୍ବନିମ୍ନ ଦରମା – ୪୦,୦୦୦ ଟଙ୍କା
  • ସର୍ବାଧିକ ଦରମା – ୧,୬୦,୦୦୦ ଟଙ୍କା
  • ବିସ୍ତୃତଭାବେ ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ

ଆବେଦନ ଶୁଳ୍କ:

  • ସାଧାରଣ ବର୍ଗ – ୧୦୦୦ଟଙ୍କା
  • ମହିଳା/SC/ST/PwBD/ESM – ଦେୟମୁକ୍ତ
  • ଅଧିକ ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ

ଚୟନ ପ୍ରକ୍ରିୟା:

  • କମ୍ପ୍ୟୁଟର ଆଧାରିତ ପରୀକ୍ଷା
  • ଭଏସ୍ ଓ ସାଇକୋଲୋଜିକାଲ୍ ଟେଷ୍ଟ୍
  • ସାକ୍ଷାତକାର
  • ମେଡିକାଲ୍ ଟେଷ୍ଟ୍
  • ଡକ୍ୟୁମେଣ୍ଟ୍ ଯାଞ୍ଚ

କିପରି କରିବେ ଆବେଦନ:

  • ଅଫିସିଆଲ୍ ୱେବସାଇଟ୍ aai.aero. କୁ ଯାଆନ୍ତୁ
  • ହୋମ୍‌ପେଜ୍‌ରେ Career ଟ୍ୟାବ୍ ଉପରେ କ୍ଲିକ୍ କରନ୍ତୁ
  • ଜୁନିଅର ଏକଜିକ୍ୟୁଟିଭ୍ ଭର୍ତ୍ତି ଲିଙ୍କରେ କ୍ଲିକ୍ କନ୍ତୁ
  • ଏହା ପରେ ଆବେଦନ ଫର୍ମ ପୂରଣ କରନ୍ତୁ
  • ଫଟୋ ଏବଂ ଡକ୍ୟୁମେଣ୍ଟ୍ ଅପ୍‌ଲୋଡ୍ କରନ୍ତୁ
  • ଆବେଦନ ଫିସ୍ ଦିଅନ୍ତୁ
  • ‘Submit’ ବଟନ୍‌ରେ କ୍ଲିକ୍ କରନ୍ତୁ
  • ଭବିଷ୍ୟତ ପ୍ରମାଣ ପାଇଁ ଦାଖଲ ହୋଇଥିବା ଆବେଦନର ଏକ କପି ପ୍ରିଣ୍ଟ୍ କରି ରଖନ୍ତୁ

ଅଧିକ ପଢ଼ନ୍ତୁ: ଚାକିରି ହୋଇଯିବ ପକ୍କା, ଯଦି ଏହି ଗୋଟିଏ ପ୍ରଶ୍ନର ଠିକ୍ ଉତ୍ତର ଦେଇଦେବେ

Govt Jobs Job Search Job Seekers AAI Job Opportunities AAI Recruitment
Advertisment
Advertisment