Advertisment

AF Agniveervayu Recruitment 2025: ପୂରଣ ହେବ ଅଗ୍ନିବୀର ବାୟୁ ପଦବୀ; ଜାଣନ୍ତୁ କେଉଁମାନେ କରିବେ ଆବେଦନ

ଅଗ୍ନିପଥ ଯୋଜନା ଅଧୀନରେ ଭାରତୀୟ ବାୟୁସେନା ନିଯୁକ୍ତି ପାଇଁ ଆବେଦନ ପ୍ରକ୍ରିୟା ଆରମ୍ଭ କରିବାକୁ ଘୋଷଣା କରିଛି। ଏନେଇ ଏକ ବିଜ୍ଞପ୍ତି ପ୍ରକାଶ କରିଛି। ଆପଣ ଯଦି ଆବେଦନ ପାଇଁ ଆଗ୍ରହୀ ତେବେ ବିସ୍ତୃତଭାବେ ଜାଣିବା ପାଇଁ ପଢନ୍ତୁ।

author-image
Pramod Behera
ଅଦ୍ୟତନ ହୋଇଛି
AF Agniveervayu Recruitment 2025

AF Agniveervayu Recruitment 2025

ବାୟୁସେନାରେ ଚାକିରି କରିବାର ସ୍ୱପ୍ନ ଦେଖୁଛନ୍ତି କି? ଆପଣଙ୍କ ସ୍ୱପ୍ନ ଏବେ ସଫଳ ହୋଇପାରେ। ଅଗ୍ନିପଥ ଯୋଜନା ଅଧୀନରେ ଭାରତୀୟ ବାୟୁସେନା ନିଯୁକ୍ତି ପାଇଁ ଆବେଦନ ପ୍ରକ୍ରିୟା ଆରମ୍ଭ କରିବାକୁ ଘୋଷଣା କରିଛି। ଏନେଇ ଏକ ବିଜ୍ଞପ୍ତି ପ୍ରକାଶ କରିଛି। ଆପଣ ଯଦି ଆବେଦନ ପାଇଁ ଆଗ୍ରହୀ ତେବେ ବିସ୍ତୃତଭାବେ ଜାଣିବା ପାଇଁ ପଢନ୍ତୁ।

Advertisment

ଏହି ନିଯୁକ୍ତି ମାଧ୍ୟମରେ ଅଗ୍ନିବୀର ବାୟୁ ପଦବୀ ପୂରଣ ହେବ। ଏନେଇ ଅନ୍‌ଲାଇନ୍ ମାଧ୍ୟମରେ ଆବେଦନ କରିବାକୁ ପଡିବ। ଉଭୟ ପୁରୁଷ ଓ ମହିଳା ଆବେଦନ କରିପାରିବେ। ଦ୍ୱାଦଶ ପାଶ୍ କରିଥିବା ପ୍ରାର୍ଥୀ ଏହାର ସୁଯୋଗ ନେଇପାରିବେ।

ଯୋଗ୍ୟ ଓ ଆଗ୍ରହୀ ପ୍ରାର୍ଥୀମାନେ ଭାରତୀୟ ବାୟୁସେନାର ଅଫିସିଆଲ୍ ୱେବ୍‌ସାଇଟ୍‌ agnipathvayu.cdac.in କୁ ଯାଇ ଆବେଦନ କରିପାରିବେ। ଯେଉଁମାନେ ଏହାର ଅଫିସିଆଲ୍ ବିଜ୍ଞପ୍ତି ଦେଖିବାକୁ ଚାହାନ୍ତି ସେମାନେ ଏହି ଲିଙ୍କ AF Agniveervayu Recruitment 2025 apply for AGNIVEERVAYU post Notification ରେ କ୍ଲିକ୍ କରି ଦେଖିପାରିବେ।

Advertisment

ଗୁରୁତ୍ୱପୂର୍ଣ୍ଣ ତାରିଖ:

  • ଅନ୍‌ଲାଇନ୍ ଆବେଦନ ଆରମ୍ଭ – ୦୭ ଜାନୁଆରୀ ୨୦୨୫
  • ଅନ୍‌ଲାଇନ୍ ଆବେଦନ ଶେଷ – ୨୭ ଜାନୁଆରୀ ୨୦୨୫
  • ସିଲେକ୍ସନ ଟେଷ୍ଟ୍ – ୨୨ ମାର୍ଚ୍ଚ ୨୦୨୫
  • ବିସ୍ତୃତଭାବେ ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ

ଯୋଗ୍ୟତା:

  • କେନ୍ଦ୍ରୀୟ, ରାଜ୍ୟ ଏବଂ କେନ୍ଦ୍ର ଶାସିତ ରାଜ୍ୟ ଦ୍ୱାରା ସ୍ୱୀକୃତିପ୍ରାପ୍ତ ଶିକ୍ଷା ବୋର୍ଡରୁ ଗଣିତ, ପଦାର୍ଥ ବିଜ୍ଞାନ ଏବଂ ଇଂରାଜୀରେ ୫୦ ପ୍ରତିଶତ ରଖି ପାଶ୍‌ କରିଥିବେ
  • ବିସ୍ତୃତଭାବେ ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ

ବୟସ ସୀମା:

  • ସର୍ବନିମ୍ନ ବୟସ – ୧୭ ବର୍ଷ
  • ସର୍ବାଧିକ ବୟସ – ୨୧ ବର୍ଷ
  • ବିସ୍ତୃତଭାବେ ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ

ଦରମା:

  • ବିସ୍ତୃତଭାବେ ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ

ଆବେଦନ ଶୁଳ୍କ:

  • ସମସ୍ତ ବର୍ଗ – ୫୫୦ ଟଙ୍କା
  • ଅଧିକ ଜାଣିବା ପାଇଁ ବିଜ୍ଞପ୍ତି ଦେଖନ୍ତୁ

ଚୟନ ପ୍ରକ୍ରିୟା:

  • ଲିଖିତ ପରୀକ୍ଷା
  • ଶାରୀରିକ ପରୀକ୍ଷା
  • ମେଡିକାଲ୍ ଯାଞ୍ଚ
  • ଡକ୍ୟୁମେଣ୍ଟ୍ ଯାଞ୍ଚ

କିପରି କରିବେ ଆବେଦନ:

  • ଅଫିସିଆଲ୍ ୱେବସାଇଟ୍ agnipathvayu.cdac.in କୁ ଯାଆନ୍ତୁ
  • Online Apply ଟ୍ୟାପ୍ ଉପରେ କ୍ଲିକ୍ କରନ୍ତୁ
  • ଏହା ପରେ ଆବେଦନ ଫର୍ମ ପୂରଣ କରନ୍ତୁ
  • ଫଟୋ ଏବଂ ଡକ୍ୟୁମେଣ୍ଟ୍ ଅପ୍‌ଲୋଡ୍ କରନ୍ତୁ
  • ଆବେଦନ ଶୁଳ୍କ ଦିଅନ୍ତୁ
  • ‘Submit’ ବଟନ୍‌ରେ କ୍ଲିକ୍ କରନ୍ତୁ
  • ଭବିଷ୍ୟତ ପ୍ରମାଣ ପାଇଁ ଦାଖଲ ହୋଇଥିବା ଆବେଦନର ଏକ କପି ପ୍ରିଣ୍ଟ୍ କରି ରଖନ୍ତୁ
Govt Jobs Job Search Job Seekers Agniveer
Advertisment
Advertisment